ରଜ ପର୍ବ ପାଇଁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଓଟିଡିସି ଆରମ୍ଭ କଲା ‘ପିଠା ଅନ୍ ହ୍ୱିଲ୍‌’

The Sakala Picture
Published On

ଭୁବନେଶ୍ୱର: କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ଥର ଓଡ଼ିଶାର ସାଂସ୍କୃତିକ ଗଣପର୍ବ ରଜ ମହୋତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଷ୍ପତ୍ତି ନେଇଛି। ଆସନ୍ତାକାଲିଠୁ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ରାଜଧାନୀ ଭୁବନେଶ୍ୱର ସମେତ ସମ୍ବଲପୁର ଓ କଟକରେ ସୁଲଭ ଦରରେ ସୁସ୍ୱାଦୁ ଓଡ଼ିଆ ପିଠା ଯୋଗାଇ ଦେବ। ଆଜି ଏହି କାର୍ଯ୍ୟକ୍ରମକୁ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଉଦଘାଟନ କରିଥିଲେ। ସେହିପରି, ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ରଜ ପର୍ବ […]

ଭୁବନେଶ୍ୱର: କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ଥର ଓଡ଼ିଶାର ସାଂସ୍କୃତିକ ଗଣପର୍ବ ରଜ ମହୋତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଷ୍ପତ୍ତି ନେଇଛି। ଆସନ୍ତାକାଲିଠୁ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ରାଜଧାନୀ ଭୁବନେଶ୍ୱର ସମେତ ସମ୍ବଲପୁର ଓ କଟକରେ ସୁଲଭ ଦରରେ ସୁସ୍ୱାଦୁ ଓଡ଼ିଆ ପିଠା ଯୋଗାଇ ଦେବ। ଆଜି ଏହି କାର୍ଯ୍ୟକ୍ରମକୁ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଉଦଘାଟନ କରିଥିଲେ।

ଆହୁରି ପଢ଼ନ୍ତୁ: ତତଲା ଖରାରେ ସିଝୁଛି ପଶ୍ଚିମ ଓଡିଶା, ୨୨ ତାରିଖ ଯାଏଁ ଭୀଷଣ ତାତି ଓ ଗୁଳୁଗୁଳି ଆଶଙ୍କା

ଆହୁରି ପଢ଼ନ୍ତୁ: ଲୋକସଭାରେ କାଟ୍‌ ଖାଇଲା ସମ୍ବିଧାନ ସଂଶୋଧନ ବିଲ୍‌; ସତ୍ୟର ଜୟ ହୋଇଛି, ନ୍ୟାୟ ସ୍ଥାପିତ ହୋଇଛି କହିଲେ ମାନସ ମଙ୍ଗରାଜ

ସେହିପରି, ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ରଜ ପର୍ବ ଅବସରରେ ଓଡ଼ିଶାବାସୀ ଓ ବିଶେଷକରି ମା’ ଓ ଝିଅମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ରଜ ଓଡ଼ିଶାର ସାଂସ୍କୃତିକ ଗଣପର୍ବ। ବସୁଧା, ପ୍ରକୃତି ଓ ନାରୀଙ୍କ ମହନୀୟତାକୁ ସମ୍ମାନ ଜଣାଇବାର ଅନନ୍ୟ ପରମ୍ପରା। ସମାଜ ପାଇଁ ନାରୀର ଅମୂଲ୍ୟ ଅବଦାନକୁ ସମ୍ମାନ ଜଣାଇବାର ପର୍ବ। ଏହାସହିତ ସମସ୍ତେ କୋଭିଡ୍ କଟକଣା ମାନି ନିରାଡ଼ମ୍ବର ଭାବେ ରଜପର୍ବ ପାଳନ କରିବାକୁ ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

ଏଥିସହିତ ଓଟିଡିସିର ପାନ୍ଥନିବାସ ଓ ମିଶନ ଶକ୍ତି ମା’ମାନଙ୍କ ସହାୟତାରେ ଆୟୋଜନ କରାଯାଉଥିବା ‘ପିଠା ଅନ୍ ହ୍ୱିଲ୍‌’ ଉପକ୍ରମକୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। କୋଭିଡ୍‌-୧୯ କଟକଣାକୁ ମାନି ସାଧାରଣ ଲୋକଙ୍କ ନିକଟରେ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ପିଠା ପହଂଚାଇବାକୁ ପାନ୍ଥନିବାସ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ପାନ୍ଥନିବାସ ଓ ମିଶନ ଶକ୍ତିର ମା’ମାନଙ୍କ ଦ୍ୱାରା ସମ୍ପୂର୍ଣ୍ଣ ହାଇଜେନିକ୍ ପକ୍ରିୟାରେ ହାତ ତିଆରି ପ୍ରସ୍ତୁତ ଏହି ଓଡ଼ିଆ ସୁସ୍ୱାଦୁ ବିଭିନ୍ନ ପିଠା ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ଲୋକମାନଙ୍କ ଦ୍ୱାରା ଆଦୃତ ହେବ ବୋଲି ଶ୍ରୀମତୀ ମିଶ୍ର ଆଶାବ୍ୟକ୍ତ କରିଛନ୍ତି ।

ଏହି ଅବସରରେ ଓଟିଡିସି ପରିଚାଳନା ନିର୍ଦ୍ଦେଶକ ତଥା ରାଜ୍ୟ ପର‌୍ୟ୍ୟଟନ ନିର୍ଦ୍ଦେଶକ ସଚିନ ଆର. ଯାଦବ କହିଛନ୍ତି ଯେ, ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ନିରାଡ଼ମ୍ବର ଭାବେ ରଜପର୍ବ ପାଳନ କରାଯାଉଛି । ପାନ୍ଥନିବାସରେ କେବଳ ପ୍ରତୀକାତ୍ମକ ଦୋଳି ରହିବ। କୌଣସି କାର୍ଯ୍ୟକ୍ରମ କରାଯିବ ନାହିଁ।ରାଜଧାନୀ ଭୁବନେଶ୍ୱରର ୬ଟି ସ୍ଥାନରେ ସକାଳ ୭ଟାରୁ ୧୧ଟା ପର‌୍ୟ୍ୟନ୍ତ ଏହି ପିଠା ମିଳିବ। ମାଷ୍ଟରକ୍ୟାଣ୍ଟିନ ଛକ, ଖଣ୍ଡଗିରି ଛକ, ସିଆରପି ଛକ, ପଟିଆ ଛକ, ଚନ୍ଦ୍ରଶେଖର ପୁର ଓ ରୂପାଲି ଛକରେ ପାନ୍ଥନିବାସ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ଏହି ପିଠା ବିକ୍ରି କରାଯିବ। ଏଠାରେ ମଧ୍ୟ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ମାସ୍କ ଉପଲବ୍ଧ ହେବ।

କେବଳ ଭୁବନେଶ୍ୱର ନୁହେଁ ସମ୍ବଲପୁର ପାନ୍ଥନିବାସ ପକ୍ଷରୁ ମଧ୍ୟ ଅନୁରୂପ ‘ପିଠା ଅନ ହ୍ୱିଲ୍‌’ ମାଧ୍ୟମରେ ସୁସ୍ୱାଦୁ ରଜ ପିଠା ବିକ୍ରି କରାଯିବ। ଏହି ପିଠା ବିକ୍ରି ନିମନ୍ତେ ସ୍ୱତନ୍ତ୍ର ମୋବାଇଲ ଫୋନ୍ ନମ୍ବର ଜାରି କରାଯାଇଛି। ଏହି ନମ୍ବର ଓଟିଡିସି ସୋସିଆଲ ମିଡିଆ ପେଜ୍‌ରେ ମଧ୍ୟ ଉପଲବ୍ଧ ଅଛି। ଭୁବନେଶ୍ୱର, ସମ୍ବଲପୁର ଓ କଟକ ପାନ୍ଥନିବାସରେ ସ୍ୱତନ୍ତ୍ର କାଉଣ୍ଟର ଖୋଲା ଯାଇ ଏହି ପିଠା ବିକ୍ରି କରାଯିବ ବୋଲି ସେ କହିଛନ୍ତି।

ଏହି ଉଦଘାଟନୀ କାର‌୍ୟ୍ୟକ୍ରମରେ ଓଟିଡିସିର ବରିଷ୍ଠ ପଦାଧିକାରୀଙ୍କ ସମେତ ଭୁବନେଶ୍ୱର ପାନ୍ଥନିବାସର କର୍ମଚାରୀମାନେ ଉପସ୍ଥିତ ଥିଲେ।

13 Jun 2021 By The Sakala

ରଜ ପର୍ବ ପାଇଁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଓଟିଡିସି ଆରମ୍ଭ କଲା ‘ପିଠା ଅନ୍ ହ୍ୱିଲ୍‌’

ଭୁବନେଶ୍ୱର: କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ଥର ଓଡ଼ିଶାର ସାଂସ୍କୃତିକ ଗଣପର୍ବ ରଜ ମହୋତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଷ୍ପତ୍ତି ନେଇଛି। ଆସନ୍ତାକାଲିଠୁ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ରାଜଧାନୀ ଭୁବନେଶ୍ୱର ସମେତ ସମ୍ବଲପୁର ଓ କଟକରେ ସୁଲଭ ଦରରେ ସୁସ୍ୱାଦୁ ଓଡ଼ିଆ ପିଠା ଯୋଗାଇ ଦେବ। ଆଜି ଏହି କାର୍ଯ୍ୟକ୍ରମକୁ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଉଦଘାଟନ କରିଥିଲେ।

ସେହିପରି, ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ରଜ ପର୍ବ ଅବସରରେ ଓଡ଼ିଶାବାସୀ ଓ ବିଶେଷକରି ମା’ ଓ ଝିଅମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ରଜ ଓଡ଼ିଶାର ସାଂସ୍କୃତିକ ଗଣପର୍ବ। ବସୁଧା, ପ୍ରକୃତି ଓ ନାରୀଙ୍କ ମହନୀୟତାକୁ ସମ୍ମାନ ଜଣାଇବାର ଅନନ୍ୟ ପରମ୍ପରା। ସମାଜ ପାଇଁ ନାରୀର ଅମୂଲ୍ୟ ଅବଦାନକୁ ସମ୍ମାନ ଜଣାଇବାର ପର୍ବ। ଏହାସହିତ ସମସ୍ତେ କୋଭିଡ୍ କଟକଣା ମାନି ନିରାଡ଼ମ୍ବର ଭାବେ ରଜପର୍ବ ପାଳନ କରିବାକୁ ସେ କହିଛନ୍ତି।

ଏଥିସହିତ ଓଟିଡିସିର ପାନ୍ଥନିବାସ ଓ ମିଶନ ଶକ୍ତି ମା’ମାନଙ୍କ ସହାୟତାରେ ଆୟୋଜନ କରାଯାଉଥିବା ‘ପିଠା ଅନ୍ ହ୍ୱିଲ୍‌’ ଉପକ୍ରମକୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। କୋଭିଡ୍‌-୧୯ କଟକଣାକୁ ମାନି ସାଧାରଣ ଲୋକଙ୍କ ନିକଟରେ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ପିଠା ପହଂଚାଇବାକୁ ପାନ୍ଥନିବାସ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ପାନ୍ଥନିବାସ ଓ ମିଶନ ଶକ୍ତିର ମା’ମାନଙ୍କ ଦ୍ୱାରା ସମ୍ପୂର୍ଣ୍ଣ ହାଇଜେନିକ୍ ପକ୍ରିୟାରେ ହାତ ତିଆରି ପ୍ରସ୍ତୁତ ଏହି ଓଡ଼ିଆ ସୁସ୍ୱାଦୁ ବିଭିନ୍ନ ପିଠା ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ଲୋକମାନଙ୍କ ଦ୍ୱାରା ଆଦୃତ ହେବ ବୋଲି ଶ୍ରୀମତୀ ମିଶ୍ର ଆଶାବ୍ୟକ୍ତ କରିଛନ୍ତି ।

ଏହି ଅବସରରେ ଓଟିଡିସି ପରିଚାଳନା ନିର୍ଦ୍ଦେଶକ ତଥା ରାଜ୍ୟ ପର‌୍ୟ୍ୟଟନ ନିର୍ଦ୍ଦେଶକ ସଚିନ ଆର. ଯାଦବ କହିଛନ୍ତି ଯେ, ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ନିରାଡ଼ମ୍ବର ଭାବେ ରଜପର୍ବ ପାଳନ କରାଯାଉଛି । ପାନ୍ଥନିବାସରେ କେବଳ ପ୍ରତୀକାତ୍ମକ ଦୋଳି ରହିବ। କୌଣସି କାର୍ଯ୍ୟକ୍ରମ କରାଯିବ ନାହିଁ।ରାଜଧାନୀ ଭୁବନେଶ୍ୱରର ୬ଟି ସ୍ଥାନରେ ସକାଳ ୭ଟାରୁ ୧୧ଟା ପର‌୍ୟ୍ୟନ୍ତ ଏହି ପିଠା ମିଳିବ। ମାଷ୍ଟରକ୍ୟାଣ୍ଟିନ ଛକ, ଖଣ୍ଡଗିରି ଛକ, ସିଆରପି ଛକ, ପଟିଆ ଛକ, ଚନ୍ଦ୍ରଶେଖର ପୁର ଓ ରୂପାଲି ଛକରେ ପାନ୍ଥନିବାସ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ଏହି ପିଠା ବିକ୍ରି କରାଯିବ। ଏଠାରେ ମଧ୍ୟ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ମାସ୍କ ଉପଲବ୍ଧ ହେବ।

କେବଳ ଭୁବନେଶ୍ୱର ନୁହେଁ ସମ୍ବଲପୁର ପାନ୍ଥନିବାସ ପକ୍ଷରୁ ମଧ୍ୟ ଅନୁରୂପ ‘ପିଠା ଅନ ହ୍ୱିଲ୍‌’ ମାଧ୍ୟମରେ ସୁସ୍ୱାଦୁ ରଜ ପିଠା ବିକ୍ରି କରାଯିବ। ଏହି ପିଠା ବିକ୍ରି ନିମନ୍ତେ ସ୍ୱତନ୍ତ୍ର ମୋବାଇଲ ଫୋନ୍ ନମ୍ବର ଜାରି କରାଯାଇଛି। ଏହି ନମ୍ବର ଓଟିଡିସି ସୋସିଆଲ ମିଡିଆ ପେଜ୍‌ରେ ମଧ୍ୟ ଉପଲବ୍ଧ ଅଛି। ଭୁବନେଶ୍ୱର, ସମ୍ବଲପୁର ଓ କଟକ ପାନ୍ଥନିବାସରେ ସ୍ୱତନ୍ତ୍ର କାଉଣ୍ଟର ଖୋଲା ଯାଇ ଏହି ପିଠା ବିକ୍ରି କରାଯିବ ବୋଲି ସେ କହିଛନ୍ତି।

ଏହି ଉଦଘାଟନୀ କାର‌୍ୟ୍ୟକ୍ରମରେ ଓଟିଡିସିର ବରିଷ୍ଠ ପଦାଧିକାରୀଙ୍କ ସମେତ ଭୁବନେଶ୍ୱର ପାନ୍ଥନିବାସର କର୍ମଚାରୀମାନେ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର