ସରକାରୀ କର୍ମଚାରୀ ଓ ଅଧିକାରୀ ମାନଙ୍କ ମଧ୍ୟରେ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ସହାୟକ ହୋଇଛି ‘ମୋ ସରକାର’ : ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ । ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବତ୍ତନ କରିବାକୁ ହେବ । ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅଧିକାରୀ ମାନଙ୍କୁ ଏହି ବାର୍ତ୍ତା ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର କାର୍ଯ୍ୟକ୍ରମ ଦୁଇ ବର୍ଷ ଧରି ଆରମ୍ଭ […]

ଭୁବନେଶ୍ବର : କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ । ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବତ୍ତନ କରିବାକୁ ହେବ । ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅଧିକାରୀ ମାନଙ୍କୁ ଏହି ବାର୍ତ୍ତା ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର କାର୍ଯ୍ୟକ୍ରମ ଦୁଇ ବର୍ଷ ଧରି ଆରମ୍ଭ ହୋଇଛି । ପ୍ରଶାସନିକ ସ୍ତରରେ ସରକାରଙ୍କ ଏହି ରୂପାନ୍ତର ଉଦ୍ୟମ ଜନସାଧାରଣଙ୍କ ମଧ୍ୟରେ ସରକାରଙ୍କ ସପକ୍ଷରେ ବିଶ୍ବାସ ସୃଷ୍ଟି କରିପାରିଛି । ଏହି ପ୍ରକ୍ରିୟା ବର୍ତ୍ତମାନ ରାଜ୍ୟ ସରକାରଙ୍କ ବିଭିନ୍ନ ପଦାଧିକାରୀ ଓ କର୍ମଚାରୀ ମାନଙ୍କ ମଧ୍ୟରେ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଛି ।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

ସରକାରୀ ଅଧିକାରୀଙ୍କ ମଧ୍ୟରେ ବୃତ୍ତିଗତ ବ୍ୟବହାର ଆଣିବା ପାଇଁ ରାଜ୍ୟ ସରକାରଙ୍କ କ୍ରମାଗତ ଉଦ୍ୟମ ସଫଳ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ । ସରକାରୀ ଅଧିକାରୀମାନେ ଏବେ ଜନସାଧାରଣଙ୍କ ସହିତ ଅଧିକ ଦାୟିତ୍ବସମ୍ପନ୍ନ ତଥା ସହୃଦୟତାର ସହ ବ୍ୟବହାର କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୋ ସରକାରରୁ ମିଳିଥିବା ଫିଡ୍‌ବ୍ୟାକ୍‌ ଅନୁଯାୟୀ ସରକାରଙ୍କ ଅନେକ ବିଭାଗ ଭଲ ପ୍ରଦର୍ଶନ କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ସନ୍ତୋଷ ପ୍ରକାଶ କରିଥିଲେ ।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

ରାଜ୍ୟ ସରକାରଙ୍କ ସବୁ କାର୍ଯ୍ୟକ୍ରମ ଓ ସେବା ମୋ ସରକାର କାର୍ଯ୍ୟକ୍ରମର ଲକ୍ଷ୍ୟ ଅନୁଯାୟୀ ଯେପରି ସର୍ବୋତ୍ତମ ଭାବେ କାର୍ଯ୍ୟ କରିବ, ସେଥିପାଇଁ ଧ୍ୟାନ ଦେବା ପାଇଁ ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥିପାଇଁ ନାଗରିକ ମାନଙ୍କ ଡାଟାବେସ୍‌କୁ ସବୁ ସମୟରେ ନବୀକୃତ କରିବା ଜରୁରୀ ବୋଲି ସେ କହିଥିଲେ । ଏହା ଆମର ଦୁର୍ନୀତି ପ୍ରତି ଶୂନ୍ୟ ସହିଷ୍ଣୁତା ନୀତିକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବୈଠକରୁ ଜଣାଯାଇଛି ଯେ ମୋ ସରକାର କାର୍ଯ୍ୟକ୍ରମରେ ୨୮ଟି ବିଭାଗର ୨୨୨ଟି ସେବା ଅନ୍ତର୍ଭୁକ୍ତ କରାଯାଇଛି ଏବଂ ଏ ସଂପର୍କରେ ଲୋକମାନଙ୍କ ପାଖରୁ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ନିୟମିତ ତଥ୍ୟ ସଂଗ୍ରହ କରାଯାଇଛି ।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଆଜିର ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ସ୍ବରଷ୍ଟ୍ର ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ଏବଂ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଉପସ୍ଥାପନା ଜରିଆରେ ସେମାନଙ୍କ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମର କାର୍ଯ୍ୟକାରୀତା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା । ଏହି ବିଭାଗର ସମୂହର ସେବା ପାଇଁ ମୋଟାମୋଟି ଭାବରେ ସନ୍ତୋଷଜନକ ପ୍ରତିକ୍ରିୟା ମିଳିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ଆହୁରି ଅଧିକ ନିଷ୍ଠାର ସହ ସେବା ଯୋଗାଇ ଦେବାପାଇଁ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଉପସ୍ଥାପିତ ତଥ୍ୟର ଅନୁଶୀଳନ କରି ଏହି କାର୍ଯ୍ୟକ୍ରମର କିପରି ଅଧିକ ଉନ୍ନତି ଆସିପାରିବ, ସେ ସଂପର୍କରେ ମତାମତ ରଖିଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ  ସୁରେଶ ମହାପାତ୍ର, ପୁଲିସ ମହାନିର୍ଦ୍ଦେଶକ ଅଭୟ, ଉନ୍ନୟନ କମିଶନର  ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ । ଇଲେକ୍ଟ୍ରୋନିକ୍‌ସ ଓ ଆଇଟି ବିଭାଗର ସଚିବ  ମନୋଜ ମିଶ୍ର ମୋ ସରକାର କାର୍ଯ୍ୟକ୍ରମ ସଂପର୍କରେ ଏକ ସାମଗ୍ରୀକ ଉପସ୍ଥାପନା ପ୍ରଦାନ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର