ବୈଷୟିକ ଶିକ୍ଷା କ୍ଷେତ୍ରରେ ଆସିବ ରୂପାନ୍ତର : OUTRର ମାଷ୍ଟର ପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ତିନି ବର୍ଷରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା

The Sakala Picture
Published On

ଭୁବନେଶ୍ବର : ଓଡିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ(OUTR)ର ହେବ ନବକଳେବର । ପୂର୍ବରୁ ଏହା କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍‌ନୋଲୋଜି ବା CET ଭାବେ ପରିଚିତ ଥିଲା। ଭିତ୍ତିଭୂମି ଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଜରିଆରେ ଏହି ଅନୁଷ୍ଠାନର ହେବ ରୂପାନ୍ତର । ତିନି ବର୍ଷରେ ତିନୋଟି ପର୍ଯ୍ୟାୟରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା। କେବଳ ପ୍ରଥମ ବର୍ଷରେ ବିନିଯୋଗ ହେବ […]

ଭୁବନେଶ୍ବର : ଓଡିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ(OUTR)ର ହେବ ନବକଳେବର । ପୂର୍ବରୁ ଏହା କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍‌ନୋଲୋଜି ବା CET ଭାବେ ପରିଚିତ ଥିଲା। ଭିତ୍ତିଭୂମି ଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଜରିଆରେ ଏହି ଅନୁଷ୍ଠାନର ହେବ ରୂପାନ୍ତର । ତିନି ବର୍ଷରେ ତିନୋଟି ପର୍ଯ୍ୟାୟରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା। କେବଳ ପ୍ରଥମ ବର୍ଷରେ ବିନିଯୋଗ ହେବ ୧୦୦୦ କୋଟି ଟଙ୍କା । IIM, IIT ଓ NIT ପରି ଖ୍ୟାତିସମ୍ପନ୍ନ ବୈଷୟିକ ଅନୁଷ୍ଠାନ ପରି ଏହାର ବିକାଶ କରାଯାଇପାରିବ । ଆଜି OUTR ର ବିକାଶ ସଂପର୍କିତ master plan କୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ବର୍ତ୍ତମାନ OUTRରେ ୪୬୦୦ ଛାତ୍ରଛାତ୍ରୀ ପଢୁଥିବା ବେଳେ ଆଗାମୀ ୫ ବର୍ଷରେ ଯେପରି ୧୦ ହଜାର ଛାତ୍ରଛାତ୍ରୀ ପଢିବାର ସୁଯୋଗ ପାଇବେ, ତାକୁ ଦୃଷ୍ଟିରେ ରଖି ଏହାକୁ IIT ଢାଞ୍ଚାରେ ବିକାଶ କରାଯିବ ।ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ OUTRର ଭିତ୍ତିଭୂମି, ପରିଚାଳନା, ଶିକ୍ଷାଦାନ ଆଦି ସଂପର୍କରେ ସମୀକ୍ଷା କରିଥିଲେ । ଏହି ବିଶ୍ବବିଦ୍ୟାଳୟକୁ ବୈଷୟିକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଶିକ୍ଷା ଓ ଗବେଷଣାର ଗୁଣାତ୍ମକ ମାନ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ଉଚ୍ଚମାନର ଶିକ୍ଷାଦାନ ଉପରେ ଗୁରୁତ୍ବ ସହ new age technology ପାଇଁ ନୂଆ ନୂଆ ପାଠ୍ୟକ୍ରମ ଖୋଲାଯାଇ ମାନବ ସମ୍ବଳର ବିକାଶ ତଥା ଆନ୍ତଃ ବିଭାଗୀୟ ଗବେଷଣା କାର୍ଯ୍ୟକ୍ରମକୁ ଉତ୍ସାହିତ କରିବା ପାଇଁ ଅଧିକ Centre of Excellence ମଧ୍ୟ ପ୍ରତିଷ୍ଠା କରାଯିବ । ଏହାସହିତ ଶିକ୍ଷାଦାନ ଓ ଗବେଷଣା ପାଇଁ ଦେଶ ବିଦେଶର ବିଶ୍ବବିଦ୍ୟାଳୟ ସହ ମଧ୍ୟ ସହଭାଗିତାରେ କାର୍ଯ୍ୟ କରାଯିବ । ପ୍ରଯୁକ୍ତି ବିଦ୍ୟା ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ Startup cultureକୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟୋଗୀ ମନୋଭାବର ବିକାଶ ପାଇଁ ବିଭିନ୍ନ ଅଗ୍ରଣୀ ଶିଳ୍ପାନୁଷ୍ଠାନ ସହଯୋଗରେ Incubation Centreର ମଧ୍ୟ ବିକାଶ କରାଯିବ। ବିଶ୍ବବିଦ୍ୟାଳୟ ମଧ୍ୟରେ ଗବେଷଣା ସହିତ ଯେପରି ନୂଆ ନୂଆ patent ଓ ବୌଦ୍ଧିକ ସମ୍ପତ୍ତି ଅଧିକାର ହାସଲ କରାଯାଇପାରିବ ହୋଇପାରିବ ସେଥିପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯିବ।  ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ, OUTR (CET) ପରିଦର୍ଶନ କରି ଅଧ୍ୟାପକ ତଥା ଛାତ୍ରଛାତ୍ରୀ ମାନଙ୍କ ସହିତ ଅନୁଷ୍ଠାନର ବିକାଶ ସଂପର୍କରେ ଆଲୋଚନା କରିଥିଲେ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ସୂଚନାଯୋଗ୍ୟ ଯେ ଏହି ବିଶ୍ବବିଦ୍ୟାଳୟ ୧୯୮୧ ମସିହାରେ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ଅଧିନରେ College of Engineering & Technology ବା CET ନାମରେ ପ୍ରତିଷ୍ଠିତ ହୋଇଥିଲା। ୨୦୦୧ ମସିହାରେ ଏହା ଭୁବନେଶ୍ବରର ଘାଟିକିଆ ଠାରେ ଥିବା ୧୦୦ ଏକର ବିଶିଷ୍ଟ ନିଜସ୍ବ କ୍ୟମ୍ପସ୍‌କୁ ସ୍ଥାନାନ୍ତରିତ ହୋଇଥିଲା। ଏହା ହେଉଛି ଓଡିଶାର ଏକମାତ୍ର ଅନୁଷ୍ଠାନ ଯାହାକି NAAC A Grade ମାନ୍ୟତା ହାସଲ କରିପାରିଛି। ୨୦୨୧ରେ ଏହା ଏକ ବିଶ୍ବବିଦ୍ୟାଳୟର ମାନ୍ୟତା ପାଇଥିଲା ଏବଂ ଓଡିଶା ବୈଷୟିକ ଶିକ୍ଷା ତଥା ଗବେଷଣା ବିଶ୍ବବିଦ୍ୟାଳୟ ଭାବରେ ନାମିତ ହୋଇଥିଲା ।ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, OUTRର ରୂପାନ୍ତର ସଂପର୍କିତ ଏକ ଉପସ୍ଥାପନା ରଖିଥିଲେ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ବୈଠକରେ OUTRର OSD ଡଃ ରମେଶ ପାତ୍ର ସରକାରଙ୍କ ଲକ୍ଷ୍ୟ ପୂରଣ ଦିଗରେ ନିଷ୍ଠାପର ଉଦ୍ୟମ କରିବେ ବୋଲି କହିଥିଲେ । କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀ ମାନେ ସରକାରଙ୍କ ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇବା ସହିତ ବିଶ୍ବବିଦ୍ୟାଳୟର ଗୌରବ ବୃଦ୍ଧି ପାଇଁ ଯତ୍ନବାନ ହେବେ ବୋଲି କହିଥିଲେ ।ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଶାଳ ଦେବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର