ବିଏମସିର ନୂଆ ପଦକ୍ଷେପ: ଫୋନ କଲେ ଘରେ ପହଞ୍ଚିବ ଅକ୍ସିଜେନ କନସେନଟ୍ରେଟର, ବିଦେଶରେ ପାଠପଢୁଥିବା ଛାତ୍ରଛାତ୍ରୀଙ୍କ ଟିକାକରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

The Sakala Picture
Published On

ଭୁବନେଶ୍ୱର: ରାଜଧାନୀରେ ହ୍ରାସ ପାଇଛି କରୋନା ସଂକ୍ରମିତଙ୍କ ସଂଖ୍ଯା। ଲକଡାଉନ୍ ଓ ସଟଡାଉନ୍ ପାଇଁ ସଫଳ ହୋଇପାରିଛି । ଏଥି ପାଇଁ ଭୁବନେଶ୍ୱରବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ବିଏମସି କମିଶନର ସଞ୍ଜୟ ସିଂ । ବିଏମସି ଅଞ୍ଚଳରେ ମାର୍କେଟ ଏରିଆରେ ଗହଳି ସ୍ଥାନରେ ଆରଟିପିସିଆର ଓ ଆଣ୍ଟିଜେନ ଟେଷ୍ଟ କରାଯାଉଛି । ଆଗାମୀ ଦିନରେ ଅନ୍ୟ ଗହଳି ସ୍ଥାନରେ ମୋବାଇଲ ଭ୍ୟାନ ଜରିଆରେ ବାଧ୍ୟତାମୂଳକ ଟେଷ୍ଟିଂ କରାଯିବ । ସେପଟେ ଭୁବନେଶ୍ୱର ହସ୍ପିଟାଲରେ ବେଡ ଉପରୁ ଚାପ ହ୍ରାସ […]

ଭୁବନେଶ୍ୱର: ରାଜଧାନୀରେ ହ୍ରାସ ପାଇଛି କରୋନା ସଂକ୍ରମିତଙ୍କ ସଂଖ୍ଯା। ଲକଡାଉନ୍ ଓ ସଟଡାଉନ୍ ପାଇଁ ସଫଳ ହୋଇପାରିଛି । ଏଥି ପାଇଁ ଭୁବନେଶ୍ୱରବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ବିଏମସି କମିଶନର ସଞ୍ଜୟ ସିଂ । ବିଏମସି ଅଞ୍ଚଳରେ ମାର୍କେଟ ଏରିଆରେ ଗହଳି ସ୍ଥାନରେ ଆରଟିପିସିଆର ଓ ଆଣ୍ଟିଜେନ ଟେଷ୍ଟ କରାଯାଉଛି । ଆଗାମୀ ଦିନରେ ଅନ୍ୟ ଗହଳି ସ୍ଥାନରେ ମୋବାଇଲ ଭ୍ୟାନ ଜରିଆରେ ବାଧ୍ୟତାମୂଳକ ଟେଷ୍ଟିଂ କରାଯିବ । ସେପଟେ ଭୁବନେଶ୍ୱର ହସ୍ପିଟାଲରେ ବେଡ ଉପରୁ ଚାପ ହ୍ରାସ ପାଇଥିବା କହିଛନ୍ତି କମିଶନର ।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

ବର୍ତ୍ତମାନ ୨ହଜାରରୁ ଅଧିକ ବେଡ ଖାଲି ରହିଛି । ୭୫ରୁ ଅଧିକ ଆଇସିୟୁ ବେଡ ମଧ୍ୟ ଖାଲି ରହୁଛି । ବିଏମସିକୁ ସରକାର ୧୦୦ ଟି ଅକ୍ସିଜେନ କନସେନଟ୍ରେଟର ଦେଇଛନ୍ତି । ଏଥିପାଇଁ ଏକ ଆପ ପ୍ରସ୍ତୁତ କରାଯାଇଛି । ଲୋକେ ଫୋନ କରି ବୁକ କଲେ ବିଏମସି ତରଫରୁ ଘରେ ଅକ୍ସିଜେନ କନସେନଟ୍ରେଟର ଯୋଗାଇଦିଆଯିବ । ଦୈନିକ ୪ହଜାରରୁ ଅଧିକ ଟେଷ୍ଟ ହେଉଛି । ୬୦ ବର୍ଷରୁ ଅଧିକ, ଗର୍ଭବତୀ ଓ ଭିନ୍ନକ୍ଷମଙ୍କୁ ଡୋର ଷ୍ଟେପ ଟେଷ୍ଟିଂ ଚାଲୁଛି । ଜୁନ୍ ୪ ତାରିଖ ସୁଦ୍ଧା ୮ ଲକ୍ଷ ୫୭ ହଜାର ୩୩୦ ଟିକା ଦିଆସରିଥିବା ସୂଚନା ଦେଇଛନ୍ତି ବିଏମସି କମିଶନର ।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

ବୟସ୍କ ଲୋକଙ୍କ ଟିକାକରଣ ପାଇଁ ପିକ୍ ଅପ୍ ବ୍ୟବସ୍ଥା କାର୍ଯ୍ଯ କରୁଛି । ବିଦେଶରେ ପାଠପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ୧୯୨୯ରେ ପଂଜିକରଣ କରାଯିବ । ଏହି ଛାତ୍ରଛାତ୍ରୀମାନେ ବିଦେଶକୁ ଯିବା ପାଇଁ ଟିକାକରଣ ବାଧ୍ୟତାମୂଳକ ଥିବାରୁ ତାଙ୍କ ପାଇଁ ଏହି କାର୍ଯ୍ଯକ୍ରମ ଆସନ୍ତାକାଲିଠାରୁ ଆରମ୍ଭ ହେବ । ଏହି ଛାତ୍ରଛାତ୍ରୀଙ୍କ ଟିକାକରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବା ନେଇ ପଦକ୍ଷେପ ନେଇଛି ବିଏମସି ।

ଆହୁରି ପଢ଼ନ୍ତୁ: ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଜିଲ୍ଲା ଦାୟିତ୍ୱ ପ୍ରସଙ୍ଗ: ବିଜେଡି କହିଲା, 'ପୋଲିସ ଡିଜି ମାନିଲେ, ରାଜ୍ୟରେ ଆଇନଶୃଙ୍ଖଳା ଠିକ୍ ନାହିଁ'

05 Jun 2021 By The Sakala

ବିଏମସିର ନୂଆ ପଦକ୍ଷେପ: ଫୋନ କଲେ ଘରେ ପହଞ୍ଚିବ ଅକ୍ସିଜେନ କନସେନଟ୍ରେଟର, ବିଦେଶରେ ପାଠପଢୁଥିବା ଛାତ୍ରଛାତ୍ରୀଙ୍କ ଟିକାକରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ରାଜଧାନୀରେ ହ୍ରାସ ପାଇଛି କରୋନା ସଂକ୍ରମିତଙ୍କ ସଂଖ୍ଯା। ଲକଡାଉନ୍ ଓ ସଟଡାଉନ୍ ପାଇଁ ସଫଳ ହୋଇପାରିଛି । ଏଥି ପାଇଁ ଭୁବନେଶ୍ୱରବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ବିଏମସି କମିଶନର ସଞ୍ଜୟ ସିଂ । ବିଏମସି ଅଞ୍ଚଳରେ ମାର୍କେଟ ଏରିଆରେ ଗହଳି ସ୍ଥାନରେ ଆରଟିପିସିଆର ଓ ଆଣ୍ଟିଜେନ ଟେଷ୍ଟ କରାଯାଉଛି । ଆଗାମୀ ଦିନରେ ଅନ୍ୟ ଗହଳି ସ୍ଥାନରେ ମୋବାଇଲ ଭ୍ୟାନ ଜରିଆରେ ବାଧ୍ୟତାମୂଳକ ଟେଷ୍ଟିଂ କରାଯିବ । ସେପଟେ ଭୁବନେଶ୍ୱର ହସ୍ପିଟାଲରେ ବେଡ ଉପରୁ ଚାପ ହ୍ରାସ ପାଇଥିବା କହିଛନ୍ତି କମିଶନର ।

ବର୍ତ୍ତମାନ ୨ହଜାରରୁ ଅଧିକ ବେଡ ଖାଲି ରହିଛି । ୭୫ରୁ ଅଧିକ ଆଇସିୟୁ ବେଡ ମଧ୍ୟ ଖାଲି ରହୁଛି । ବିଏମସିକୁ ସରକାର ୧୦୦ ଟି ଅକ୍ସିଜେନ କନସେନଟ୍ରେଟର ଦେଇଛନ୍ତି । ଏଥିପାଇଁ ଏକ ଆପ ପ୍ରସ୍ତୁତ କରାଯାଇଛି । ଲୋକେ ଫୋନ କରି ବୁକ କଲେ ବିଏମସି ତରଫରୁ ଘରେ ଅକ୍ସିଜେନ କନସେନଟ୍ରେଟର ଯୋଗାଇଦିଆଯିବ । ଦୈନିକ ୪ହଜାରରୁ ଅଧିକ ଟେଷ୍ଟ ହେଉଛି । ୬୦ ବର୍ଷରୁ ଅଧିକ, ଗର୍ଭବତୀ ଓ ଭିନ୍ନକ୍ଷମଙ୍କୁ ଡୋର ଷ୍ଟେପ ଟେଷ୍ଟିଂ ଚାଲୁଛି । ଜୁନ୍ ୪ ତାରିଖ ସୁଦ୍ଧା ୮ ଲକ୍ଷ ୫୭ ହଜାର ୩୩୦ ଟିକା ଦିଆସରିଥିବା ସୂଚନା ଦେଇଛନ୍ତି ବିଏମସି କମିଶନର ।

ବୟସ୍କ ଲୋକଙ୍କ ଟିକାକରଣ ପାଇଁ ପିକ୍ ଅପ୍ ବ୍ୟବସ୍ଥା କାର୍ଯ୍ଯ କରୁଛି । ବିଦେଶରେ ପାଠପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ୧୯୨୯ରେ ପଂଜିକରଣ କରାଯିବ । ଏହି ଛାତ୍ରଛାତ୍ରୀମାନେ ବିଦେଶକୁ ଯିବା ପାଇଁ ଟିକାକରଣ ବାଧ୍ୟତାମୂଳକ ଥିବାରୁ ତାଙ୍କ ପାଇଁ ଏହି କାର୍ଯ୍ଯକ୍ରମ ଆସନ୍ତାକାଲିଠାରୁ ଆରମ୍ଭ ହେବ । ଏହି ଛାତ୍ରଛାତ୍ରୀଙ୍କ ଟିକାକରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବା ନେଇ ପଦକ୍ଷେପ ନେଇଛି ବିଏମସି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର