୨୦୨୩ରେ ସାକାର ହେବ ପଦ୍ମପୁରବାସୀଙ୍କ ଜିଲ୍ଲା ସ୍ୱପ୍ନ : ମୁଖ୍ୟମନ୍ତ୍ରୀ

The Sakala Picture
Published On

ପଦ୍ମପୁର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁରରେ ମାରାଥନ ପ୍ରଚାର କରିଛନ୍ତି। ବିଜେଡି ସୁପ୍ରିମୋ ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଥମେ ଝାରବନ୍ଧରେ ଜନସଭା କରିଥିଲେ। ଏହା ପରେ ସେ ସେଠାରୁ ପାଇକମାଳ ଅଭିମୁଖେ ବାହାରିଥିଲେ। ପାଇକମାଳରେ ଆୟୋଜିତ ଜନସଭାରେ ସମ୍ବୋଧିତ କରିଥିଲେ। ନବୀନ ପଟ୍ଟନାୟକ ଶେଷରେ ପଦ୍ମପୁରରେ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁରବାସୀଙ୍କୁ ବଡ଼ ପ୍ରତିଶ୍ରୁତି ଦେଇଛନ୍ତି । ୨୦୨୩ରେ ପଦ୍ମପୁର ଜିଲ୍ଲା ସ୍ୱପ୍ନ ସାକାର […]

ପଦ୍ମପୁର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁରରେ ମାରାଥନ ପ୍ରଚାର କରିଛନ୍ତି। ବିଜେଡି ସୁପ୍ରିମୋ ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଥମେ ଝାରବନ୍ଧରେ ଜନସଭା କରିଥିଲେ। ଏହା ପରେ ସେ ସେଠାରୁ ପାଇକମାଳ ଅଭିମୁଖେ ବାହାରିଥିଲେ। ପାଇକମାଳରେ ଆୟୋଜିତ ଜନସଭାରେ ସମ୍ବୋଧିତ କରିଥିଲେ। ନବୀନ ପଟ୍ଟନାୟକ ଶେଷରେ ପଦ୍ମପୁରରେ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁରବାସୀଙ୍କୁ ବଡ଼ ପ୍ରତିଶ୍ରୁତି ଦେଇଛନ୍ତି । ୨୦୨୩ରେ ପଦ୍ମପୁର ଜିଲ୍ଲା ସ୍ୱପ୍ନ ସାକାର ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନକୁ ଏନକାଉଣ୍ଟର କରି କାବୁକଲା କେନ୍ଦୁଝର ପୁଲିସ୍

ପଦମପୁର ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ ସଭାରେ ପ୍ରବଳ ଜନସମାଗମ ଦେଖା ଦେଇଥିଲା । ମୁଖ୍ୟମନ୍ତ୍ରୀ ନିଜ ଉଦବୋଧନରେ ଗଙ୍ଗାଧର ମାଟିକୁ ପ୍ରଣାମ ଜଣାଇଥିଲେ ।ଏହି ଅବସରରେ ସେ ବଡ଼ ଘୋଷଣା କରି କହିଥିଲେ, ଦୀର୍ଘ ବର୍ଷ ହେବ ପଦମପୁର ବାସୀ ଯେଉଁ ଦାବି କରିଆସୁଥିଲେ ତାହା ଖୁବଶୀଘ୍ର ପୂରଣ ହେବ । ୨୦୨୩ରେ ପଦମପୁରକୁ ଜିଲ୍ଲା ମାନ୍ୟତା ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କର ଏହି ପ୍ରତିଶ୍ରୁତି ପରେ ପଦମପୁରବାସୀଙ୍କ ଭିତରେ ଖୁସିର ଲହରି ଖେଳିଯାଇଛି।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର