ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମ୍ପନ୍ନ ହେଲା ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ

The Sakala Picture
Published On

ଜୟପୁର: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମ୍ପନ୍ନ ହେଲା ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ । ଜନ୍ମମାଟି ପାତ୍ରପୁଟ ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ କମଳା ପୂଜାରୀଙ୍କ ଅନ୍ତିମ ସଂସ୍କାର ଶେଷ ହୋଇଛି । ପଞ୍ଚଭୂତରେ ଲୀନ ହୋଇଛି କମଳାଙ୍କ ପାର୍ଥୀବ ଶରୀର । ଜୟପୁର ମେଡିକାଲରୁ ତାଙ୍କ ପାର୍ଥୀବ ଶରୀରକୁ ଶୋଭାଯାତ୍ରାରେ ପାତ୍ରପୁଟକୁ ନିଆଯାଇଥିଲା । ଗାଁ ମଶାଣୀରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯିବା ପରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି […]

ଜୟପୁର: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମ୍ପନ୍ନ ହେଲା ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ । ଜନ୍ମମାଟି ପାତ୍ରପୁଟ ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ କମଳା ପୂଜାରୀଙ୍କ ଅନ୍ତିମ ସଂସ୍କାର ଶେଷ ହୋଇଛି । ପଞ୍ଚଭୂତରେ ଲୀନ ହୋଇଛି କମଳାଙ୍କ ପାର୍ଥୀବ ଶରୀର । ଜୟପୁର ମେଡିକାଲରୁ ତାଙ୍କ ପାର୍ଥୀବ ଶରୀରକୁ ଶୋଭାଯାତ୍ରାରେ ପାତ୍ରପୁଟକୁ ନିଆଯାଇଥିଲା । ଗାଁ ମଶାଣୀରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯିବା ପରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

ଗତକାଲି କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହେଇଥିଲା । କୋରାପୁଟ ଜିଲ୍ଲା ପାଇଁ ଗୌରବ ଆଣିଥିଲେ କମଳା ପୂଜାରୀ । ପ୍ରଥମ ଆଦିବାସୀ ମହିଳା ଭାବେ କୋରାପୁଟ ଜିଲ୍ଲାରୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ପୁରୁଣା ଧାନ ବିହନକୁ ବିଭିନ୍ନ ଉପାୟରେ ସାଇତି ରଖିବା ପାଇଁ ୨୦୧୯ ମାର୍ଚ୍ଚ ୧୬ ତାରିଖରେ ପଦ୍ମଶ୍ରୀ ପୁରସ୍କାର ପାଇଥିଲେ । ପ୍ରାୟ ୧୦୦ରୁ ଅଧିକ ଦେଶୀ ବିହନ ସଂରକ୍ଷଣ କରି ଜାତୀୟ ସ୍ତରରେ ଚର୍ଚ୍ଚା ସୃଷ୍ଟି କରିଥିଲେ । ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ଉପାଧି ଗ୍ରହଣ କାରି କୋରାପୁଟ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଥିଲେ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

21 Jul 2024 By The Sakala

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମ୍ପନ୍ନ ହେଲା ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ

ଜୟପୁର: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମ୍ପନ୍ନ ହେଲା ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ । ଜନ୍ମମାଟି ପାତ୍ରପୁଟ ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ କମଳା ପୂଜାରୀଙ୍କ ଅନ୍ତିମ ସଂସ୍କାର ଶେଷ ହୋଇଛି । ପଞ୍ଚଭୂତରେ ଲୀନ ହୋଇଛି କମଳାଙ୍କ ପାର୍ଥୀବ ଶରୀର । ଜୟପୁର ମେଡିକାଲରୁ ତାଙ୍କ ପାର୍ଥୀବ ଶରୀରକୁ ଶୋଭାଯାତ୍ରାରେ ପାତ୍ରପୁଟକୁ ନିଆଯାଇଥିଲା । ଗାଁ ମଶାଣୀରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯିବା ପରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।

ଗତକାଲି କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହେଇଥିଲା । କୋରାପୁଟ ଜିଲ୍ଲା ପାଇଁ ଗୌରବ ଆଣିଥିଲେ କମଳା ପୂଜାରୀ । ପ୍ରଥମ ଆଦିବାସୀ ମହିଳା ଭାବେ କୋରାପୁଟ ଜିଲ୍ଲାରୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ପୁରୁଣା ଧାନ ବିହନକୁ ବିଭିନ୍ନ ଉପାୟରେ ସାଇତି ରଖିବା ପାଇଁ ୨୦୧୯ ମାର୍ଚ୍ଚ ୧୬ ତାରିଖରେ ପଦ୍ମଶ୍ରୀ ପୁରସ୍କାର ପାଇଥିଲେ । ପ୍ରାୟ ୧୦୦ରୁ ଅଧିକ ଦେଶୀ ବିହନ ସଂରକ୍ଷଣ କରି ଜାତୀୟ ସ୍ତରରେ ଚର୍ଚ୍ଚା ସୃଷ୍ଟି କରିଥିଲେ । ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ଉପାଧି ଗ୍ରହଣ କାରି କୋରାପୁଟ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର