ଯାଜପୁର: ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି କୋଭିଡ଼୍ ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ତାଙ୍କୁ କଳିଙ୍ଗନଗର ସ୍ଥିତ ଟାଟା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନନ୍ଦ ସାରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ଡ଼ାକ୍ତରଖାନା ପକ୍ଷରୁ ସୂଚନା ମିଳିଛି ।
ରବିବାର ନନ୍ଦ ପୃଷ୍ଟିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବାରୁ ତାଙ୍କୁ ପ୍ରଥମେ ସୁକିନ୍ଦା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ସୋମବାରଦିନ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।ସେଠାରେ ସେ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିଲେ । ତାପରେ ଗତକାଲି ରାତିିରେ ତାଙ୍କୁ ଟାଟା କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ଜିଲ୍ଲାପାଳ ଚକ୍ରବର୍ତୀ ସିଂ ରାଠୋର ତାଙ୍କୁ ଟାଟା ଚିକିତ୍ସାଳୟରେ ଭେଟି ସ୍ବାସ୍ଥାବସ୍ଥା ସଂପର୍କରେ ପଚାରି ବୁଝିଛନ୍ତି। ସୂଚନାଯୋଗ୍ୟ, ନଭେମ୍ବର ୯ତାରିଖରେ ସେ ଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ ।