ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀ ହେବେ ପ୍ରଦୀପ ପୁରୋହିତ: ବିଧାୟିକା କୁସୁମ ଟେଟେ

The Sakala Picture
Published On

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀ ହେବେ ପ୍ରଦୀପ ପୁରୋହିତ । କୌଣସି ଦଳ ପକ୍ଷରୁ ବିଧିବଦ୍ଧ ଭାବେ ପ୍ରାର୍ଥୀ ଘୋଷଣା ହୋଇନଥିବା ବେଳେ ବିଜେପି ବିଧାୟିକା କୁସୁମ ଟେଟେ ବଡ ସୂଚନା ଦେଇଛନ୍ତି । ଆସନ୍ତା ୧୪ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ପ୍ରଦୀପ । ପ୍ରଦୀପ ପୁରୋହିତ ପ୍ରାର୍ଥୀ ହୋଇଥିବା ନେଇ ବିଜେପି ନେତ୍ରୀ କୁସୁମ ଟେଟେ ସୂଚନା ଦେଇଛନ୍ତି । ହେଲେ ଏନେଇ ଦଳ ପକ୍ଷରୁ କୌଣସି ଘୋଷଣା କରାଯାଇ […]

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀ ହେବେ ପ୍ରଦୀପ ପୁରୋହିତ । କୌଣସି ଦଳ ପକ୍ଷରୁ ବିଧିବଦ୍ଧ ଭାବେ ପ୍ରାର୍ଥୀ ଘୋଷଣା ହୋଇନଥିବା ବେଳେ ବିଜେପି ବିଧାୟିକା କୁସୁମ ଟେଟେ ବଡ ସୂଚନା ଦେଇଛନ୍ତି । ଆସନ୍ତା ୧୪ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ପ୍ରଦୀପ । ପ୍ରଦୀପ ପୁରୋହିତ ପ୍ରାର୍ଥୀ ହୋଇଥିବା ନେଇ ବିଜେପି ନେତ୍ରୀ କୁସୁମ ଟେଟେ ସୂଚନା ଦେଇଛନ୍ତି । ହେଲେ ଏନେଇ ଦଳ ପକ୍ଷରୁ କୌଣସି ଘୋଷଣା କରାଯାଇ ନାହିଁ।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

ସୂଚନାଯୋଗ୍ୟ, ବରଗଡ ଜିଲ୍ଲାର ପଦ୍ମପୁର ବିଧାନସଭା ଆସନରୁ ୨୦୧୯ ରେ ଜିତିଥିବା ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଖାଲି ପଡିଥିଲା ଆସନ । ଏହି ଆସନରେ ଉପନିର୍ବାଚନ ଲାଗି କିଛି ଦିନ ତଳେ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନର । ଆସନ୍ତା ଡିସେମ୍ବର ୫ ତାରିଖରେ ହେବ ମତଦାନ ଏବଂ ୮ତାରିଖରେ ଭୋଟ ଗଣତି ହେବ । ଚଳିତମାସ ୧୭ ତାରିଖ ଯାଏଁ ଚାଲିବ ନୋମିନେସନ୍ । ନଭେମ୍ବର ୧୮ରେ ପ୍ରାର୍ଥୀପତ୍ରର ଯାଞ୍ଚ ହେବାକୁ ଥିବା ବେଳେ ନଭେମ୍ବର ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ଦିନ । ଏହାପରେ ନଭେମ୍ବର ୨୧ରେ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ । ଡିସେମ୍ବର ୧୦ରେ ଭୋଟ ଗଣତି ଓ ଫଳାଫଳ ପାଇବ ।

ଆହୁରି ପଢ଼ନ୍ତୁ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଓଡ଼ିଶାର ୨ ଯୁବ ଆଥଲେଟଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର