ପଦ୍ମପୁର ରେଜଲ୍ଟ : ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହା ଆଗୁଆ

The Sakala Picture
Published On

ପଦ୍ମପୁର : ପଦ୍ମପୁର ଉପନିର୍ବାଚନ ନେଇ ଚାଲିଛି ଭୋଟ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟରୁ ଭୋଟ ଗଣତି ଆରମ୍ଭ ହୋଇଥିଲା । ସେହିପରି ୮ଟା.୩୦ରେ ଇଭିଏମ ଗଣତି ଆରମ୍ଭ ହୋଇଛି । ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ହେବ । ତେବେ ଏହାରି ମଧ୍ୟରେ ପ୍ରଥମ ରାଉଣ୍ଡ ଭୋଟ୍‌ ଗଣତି ଶେଷ ହୋଇଛି। ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୫୫୦୧ […]

ପଦ୍ମପୁର : ପଦ୍ମପୁର ଉପନିର୍ବାଚନ ନେଇ ଚାଲିଛି ଭୋଟ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟରୁ ଭୋଟ ଗଣତି ଆରମ୍ଭ ହୋଇଥିଲା । ସେହିପରି ୮ଟା.୩୦ରେ ଇଭିଏମ ଗଣତି ଆରମ୍ଭ ହୋଇଛି । ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ହେବ । ତେବେ ଏହାରି ମଧ୍ୟରେ ପ୍ରଥମ ରାଉଣ୍ଡ ଭୋଟ୍‌ ଗଣତି ଶେଷ ହୋଇଛି। ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୫୫୦୧ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ୩୭୮୯ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ୨୦୬ ଖଣ୍ଡ ଭୋଟ୍‌ ପାଇଛନ୍ତି। ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ବର୍ଷା  ୧୭୧୨ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

ପଦ୍ମପୁର ଉପନିର୍ବାଚନ ପାଇଁ ୩୧୯ଟି ବୁଥ୍ ହୋଇଥିବା ବେଳେ ୧୪ଟି ଟେବୁଲ୍ କରାଯାଇଛି । ୨୩ ରାଉଣ୍ଡରେ ଗଣତି ହେବ।ଗଣତି ପାଇଁ ବିଏସ୍ଏଫ୍, ରାଜ୍ୟ ସଶସ୍ତ୍ର ପୁଲିସ୍ ବାହିନୀ ଓ ଜିଲ୍ଲା ପୁଲିସ୍‌କୁ ନେଇ ହୋଇଛି ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା । କେବଳ ଅନୁମତି ମିଳିଥିବା ବ୍ୟକ୍ତିଙ୍କୁ ହିଁ ଗଣତି କେନ୍ଦ୍ର ପରିସରକୁ ଛଡାଯିବ। ଗଣତି କେନ୍ଦ୍ରକୁ ମୋବାଇଲ ନେବା ଉପରେ କଟକଣା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର