ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ, କଟକ SCBରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ

କଟକ: ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ହୋଇଛି । ଆଜି ସକାଳ ୫ଟାରେ କଟକ SCBରେ ଚିକିତ୍ସାଧିନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ଗତ ୨ ଦିନ ତଳେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ କମଳା ପୂଜାରୀ । ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ କମଳା ପୂଜାରୀଙ୍କୁ ୭୦ ବର୍ଷ ବୟସ ହୋଇଥିଲା । […]

କଟକ: ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ହୋଇଛି । ଆଜି ସକାଳ ୫ଟାରେ କଟକ SCBରେ ଚିକିତ୍ସାଧିନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ଗତ ୨ ଦିନ ତଳେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ କମଳା ପୂଜାରୀ । ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ କମଳା ପୂଜାରୀଙ୍କୁ ୭୦ ବର୍ଷ ବୟସ ହୋଇଥିଲା ।

ଗତ କିଛି ଦିନ ହେବ ଅସୁସ୍ଥ ହୋଇ ପଡ଼ିଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ଗତ ମଙ୍ଗଳବାର ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଏକ ସ୍ୱତନ୍ତ୍ର କ୍ୟାବିନରେ ରଖାଯିବା ସହ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସା କରୁଥିଲେ । ମାତ୍ର ସେଠାରେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଥିଲା ।

ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ। କୋରାପୁଟ ଜିଲ୍ଲା ପାତ୍ରପୁଟ ଗ୍ରାମର କମଳା ପୂଜାରୀ ଲୋପ ପାଇଯାଉଥିବା ଶହେରୁ ଉର୍ଦ୍ଧ୍ୱ ସ୍ୱଦେଶୀ ଧାନ ବିହନ କିସମ ନିଜ ଜମିରେ ଚାଷ କରି,ସେଗୁଡିକର ସଂରକ୍ଷଣ କରିପାରିଛନ୍ତି। ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାରର ଧାନ ଉତ୍ପାଦନ କରି ବେଶ୍ ଚର୍ଚ୍ଚାକୁ ଆସିଥିଲେ କମଳା ପୂଜାରୀ ।୨୦୧୯ ମାର୍ଚ୍ଚ ୧୬ରେ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ।

About The Author: The Sakala