ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି; ୫ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Madhusudan Das Picture
Published On

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି । ଆଜି ମାର୍ଗଶିର ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ୫ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ସରିବା ପରେ ଦଇତାପତି ସେବକମାନେ ଏହି ନୀତି ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଏହି ନୀତି ସମ୍ପନ୍ନ ପରେ ଠାକୁରମାନଙ୍କର ମହାସ୍ନାନ କରାଯିବ। ମହାସ୍ନାନ ପରେ ଶ୍ରଦ୍ଧାଳୁମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିପାରିବେ । ଏହି ନୀତି ପାଇଁ ଆପାତତଃ ଅପରାହ୍ନ ୫ଟା ପରଠାରୁ ରାତି ୧୦ ଅର୍ଥାତ୍‌ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷକୁ ପ୍ରାୟ ଦୁଇଥର ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ ।

ଆହୁରି ପଢ଼ନ୍ତୁ: କୋଷ୍ଟାଲ ହାଇଓ୍ବେକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା ବିଜେଡ଼ି; 'ଏ ପ୍ରକଳ୍ପ ପର୍ଯ୍ୟଟନ ବିକାଶରେ ସହାୟକ ହେବ ନାହିଁ'

17 Nov 2025 By Madhusudan Das

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି; ୫ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି । ଆଜି ମାର୍ଗଶିର ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ୫ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ସରିବା ପରେ ଦଇତାପତି ସେବକମାନେ ଏହି ନୀତି ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଏହି ନୀତି ସମ୍ପନ୍ନ ପରେ ଠାକୁରମାନଙ୍କର ମହାସ୍ନାନ କରାଯିବ। ମହାସ୍ନାନ ପରେ ଶ୍ରଦ୍ଧାଳୁମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିପାରିବେ । ଏହି ନୀତି ପାଇଁ ଆପାତତଃ ଅପରାହ୍ନ ୫ଟା ପରଠାରୁ ରାତି ୧୦ ଅର୍ଥାତ୍‌ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷକୁ ପ୍ରାୟ ଦୁଇଥର ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର