‘ପଖାଳ’ରେ ରହିଛି ରୋଗ ପ୍ରତିରୋଧକ ଶକ୍ତି, ଭୁବନେଶ୍ୱର ଏମ୍ସ ଡାକ୍ତରଙ୍କ ଗବେଷଣାରୁ ଆସିଲା ତଥ୍ଯ

The Sakala Picture
Published On

ଭୁବନେଶ୍ବର: ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ‘ପଖାଳ’। ମହାପ୍ରଭୁଙ୍କଠାରେ ପଖାଳ ଭୋଗ ଲାଗି ହୁଏ । ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖକୁ ‘ବିଶ୍ୱ ପଖାଳ ଦିବସ’ ରୂପେ ପାଳନ କରାଯାଉଛି । ପଖାଳକୁ ନେଇ ଏକ ଭଲ ଖବର ସାମ୍ନାକୁ ଆସିଛି।  ବାସି ପଖାଳରେ ରହିଛି ରୋଗ ପ୍ରତିରୋଧକ ଶକ୍ତି । ଭୁବନେଶ୍ୱର ଏମ୍ସର ଡାକ୍ତରଙ୍କ ଗବେଷଣାରୁ ଏଭଳି ତଥ୍ୟ ଏବେ ସାମ୍ନାକୁ ଆସିଛି । ‘ପଖାଳ’ର ତୋରାଣୀରେ ଥିବାଫ୍ୟାଟି ଏସିଡ୍‌ ଅନେକ ଉପକାରୀ ବୋଲି ଗବେଷଣାରୁ ଜଣାପଡିଛି। […]

ଭୁବନେଶ୍ବର: ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ‘ପଖାଳ’। ମହାପ୍ରଭୁଙ୍କଠାରେ ପଖାଳ ଭୋଗ ଲାଗି ହୁଏ । ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖକୁ ‘ବିଶ୍ୱ ପଖାଳ ଦିବସ’ ରୂପେ ପାଳନ କରାଯାଉଛି । ପଖାଳକୁ ନେଇ ଏକ ଭଲ ଖବର ସାମ୍ନାକୁ ଆସିଛି।  ବାସି ପଖାଳରେ ରହିଛି ରୋଗ ପ୍ରତିରୋଧକ ଶକ୍ତି । ଭୁବନେଶ୍ୱର ଏମ୍ସର ଡାକ୍ତରଙ୍କ ଗବେଷଣାରୁ ଏଭଳି ତଥ୍ୟ ଏବେ ସାମ୍ନାକୁ ଆସିଛି । ‘ପଖାଳ’ର ତୋରାଣୀରେ ଥିବାଫ୍ୟାଟି ଏସିଡ୍‌ ଅନେକ ଉପକାରୀ ବୋଲି ଗବେଷଣାରୁ ଜଣାପଡିଛି। ଏମ୍‌ସ ଭୁବନେଶ୍ୱର ମାଇକ୍ରୋ ବାୟୋଲଜି ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ବି. ରାମାଦାସ ‘ପଖାଳ’ ଉପରେ ଗବେଷଣା କରି ଏହି ଭଳି ତଥ୍ଯ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବେତନଟୀ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତି ଗିରଫ

ତାଙ୍କ କହିବା ଅନୁଯାୟୀ, ବାସି ପଖାଳରେ ଥିବା ରୋଗ ପ୍ରତିରୋଧକ ଶକ୍ତି ଶରୀରରେ ରୋଗ ସହ ଲଢେଇ କରିବାରେ ସହାୟତା କରିଥାଏ ।ରାତିରେ ଭାତକୁ ପଖାଳିବା ଦ୍ୱାରା କିଛି ସମୟ ପରେ ଲାକ୍ଟୋ-ବାସିଲସ ନାମକ ସକାରାତ୍ମକ ଜୀବାଣୁ ତିଆରି ହୋଇଥାଏ । ଏହା ଖାଇଲା ପରେ ପାଚନ ପ୍ରକ୍ରିୟାରେ ସହାୟକ ହୋଇଥାଏ । ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରୁ ପଖାଳ ନମୁନା ସଂଗ୍ରହ କରାଯାଇ ଗବେଷଣା କରାଯିବା ପରେ ଏହି ତଥ୍ୟ ସାମ୍ନାକୁ ଆସିଛି ।

ଆହୁରି ପଢ଼ନ୍ତୁ: ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣା: ପୁଲିସ ଡିଜିଙ୍କୁ ବିଜେଡି ପ୍ରତିନିଧିମଣ୍ଡଳୀର ଦାବିପତ୍ର

ହୋଟେଲରେ ପଖାଳ ନୁହେଁ ବରଂ ଘରେ ପ୍ରସ୍ତୁତ ପଖାଳ ଶରୀର ପାଇଁ ଅଧିକ ହିତକର ବୋଲି ଗବେଷଣାରୁ ଜଣାପଡିଛି । ସାଧାରଣ ଲୋକଙ୍କ ପାଇଁ ପଖାଳ ସହଜରେ ଉପଲବ୍ଧ ହେଉଥିବାବେଳେ ଏଭଳି ତଥ୍ୟ ସାମ୍ନାକୁ ଆସିବା ଆଶ୍ୱସ୍ତି ଆଣିଛି । ଗର୍ଭବତୀ ମହିଳାଙ୍କ କ୍ଷେତ୍ରରେ ଏହି ‘ପଖାଳ’ ଅନେକ ଉପାଦେୟ ବୋଲି ଗବେଷଣାରେ ଜଣାଇଛନ୍ତି। ଏହି ତୋରାଣୀ ପିଇବା ଦ୍ୱାରା ଶରୀରରେ ଅପପୁଷ୍ଟିର ଅଭାବ ଦୂର ହୋଇପାରିବ ବୋଲି ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଲାଞ୍ଜିଗଡ଼ରେ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି ବେଦାନ୍ତ ଆଲୁମିନିୟମ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର