ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖା ସଂପୂର୍ଣ୍ଣ ନିଷେଧ, ଜାନୁଆରୀ ପହିଲାରୁ କଡ଼ାକଡ଼ିଭାବେ ଲାଗୁ ହେବ ନିୟମ

The Sakala Picture
Published On

ପୁରୀ: ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖା ସଂପୂର୍ଣ୍ଣ ନିଷେଧ । ଜାନୁଆରୀ ୧ ତାରିଖରୁ କଡ଼ାକଡ଼ିଭାବେ ଲାଗୁ ହେବ ଏହି ନିୟମ । ଏ ନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖିଛି । ପାନ , ଗୁଟଖା ଖାଇ ଶ୍ରୀମନ୍ଦିର ପରିସରକୁ ନ ଯିବା ପାଇଁ ଏବେ ଲୋକମାନଙ୍କ ସଚେତନ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି। ଜାନୁଆରୀ ୧ରୁ ନିୟମ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ସହ […]

ପୁରୀ: ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖା ସଂପୂର୍ଣ୍ଣ ନିଷେଧ । ଜାନୁଆରୀ ୧ ତାରିଖରୁ କଡ଼ାକଡ଼ିଭାବେ ଲାଗୁ ହେବ ଏହି ନିୟମ । ଏ ନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖିଛି । ପାନ , ଗୁଟଖା ଖାଇ ଶ୍ରୀମନ୍ଦିର ପରିସରକୁ ନ ଯିବା ପାଇଁ ଏବେ ଲୋକମାନଙ୍କ ସଚେତନ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି। ଜାନୁଆରୀ ୧ରୁ ନିୟମ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ସହ ଜରିମାନା ପଡ଼ିବ । ଶ୍ରୀମନ୍ଦିର ଭିତରେ କେହି ପାନଗୁଟଖା ଖାଇବେ ନାହିଁ କି ଛେପ ପକାଇ ପାରିବେ ନାହିଁ । ଭକ୍ତ କି ସେବାୟତ କେହି ପାନ ଓ ଗୁଟଖା ସେବନ କରି ଶ୍ରୀମନ୍ଦିରକୁ ଯାଇପାରିବେନି । ବରାହ ପୁରାଣ ଆଧାରରେ ଏହି କଟକଣା କରାଯାଇଛି ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଶ୍ରୀମନ୍ଦିରରେ ପାନଗୁଟଖା ଉପରେ ପୂର୍ବରୁ ପାଞ୍ଚଶହ ଟଙ୍କା ଜରିମାନା କରାଯାଇଥିଲେ ମଧ୍ୟ ବ୍ଯବସ୍ଥା ଗତ ତ୍ରୁଟି ଯୋଗୁଁ ସଠିକ ଭାବେ କାର୍ଯ୍ଯକାରୀ ହୋଇପାରିନଥିଲା। ତେବେ ଏହା କୌଣସି କଟକଣା ନୁହେଁ ମହାପ୍ରଭୁଙ୍କ ଆଦେଶ ବୋଲି ମାନିବା ଦରକାର। ବରାହ ପୁରାଣ ଓ ନିଳାଦ୍ରୀ ମହୋଦୟରେ ଏହା ଉପରେ ଉଲ୍ଲେଖ ରହିଛି। ତାମ୍ବୁଳ ସେବନ କଲେ ଏହା ସେବା ଅପରାଧ ବୋଲି ଉଲ୍ଲେଖ ରହିଛି। ସେହି ଆଧାରରେ ଶ୍ରୀମନ୍ଦିର ପ୍ରଶାସନ ଏହି କଟକଣାକୁ ଲାଗୁ କରିଥିବା ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର