ପାନ ମସଲାରେ ଟବାକୋ କି ନିକୋଟିନ୍ ନଥିବାରୁ ଏହା ରାଜ୍ୟରେ ବ୍ୟାନ ହେବନି: ସ୍ୱାସ୍ଥ୍ୟ ବିଭାଗ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ ବ୍ୟାନ ହେବନି ପାନ ମସଲା । ପାନ ମସଲାରେ ଟବାକୋ ଓ ନିକୋଟିନ୍ ନଥିବାରୁ ଏହା ରାଜ୍ୟରେ ବ୍ୟାନ ହେବନି । ଏ ନେଇ ସ୍ପଷ୍ଟୀକରଣ ରଖିଛି ସ୍ବାସ୍ଥ୍ୟ ବିଭାଗ । CT & GST ଓ ଅର୍ଥ ବିଭାଗକୁ ଚିଠି ଲେଖି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। 

ଆହୁରି ପଢ଼ନ୍ତୁ: ଭାରତ ଓ ୟୁରୋପୀୟ ସଂଘ ମଧ୍ୟରେ ଐତିହାସିକ ‘ମଦର ଅଫ୍ ଅଲ୍’ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ

ତମ୍ବାକୁ ବ୍ୟାନ ନେଇ ୨୦୧୩ ପୁରୁଣା ଆଇନରେ ସଂଶୋଧନ କରି ଗତ ଜାନୁଆରୀ ୨୧ରେ ନୂଆ ଆଇନ ଲାଗୁ କରିଛନ୍ତି ସରକାର । ନୁଆ ଆଇନରେ ପାନମସାଲା, ଜର୍ଦା, ପ୍ରସ୍ତୁତି, ବିକ୍ରୀ ଓ ଗଚ୍ଛିତ ରଖିବା ଉପରେ ରୋକ ଲଗାଯାଇଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏଭଳି ମାଦକ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂକୁ ବ୍ୟାନ୍ ଲଗାଯିବା ସହ ଏହାର ବ୍ୟବସାୟ, ବିକ୍ରି, ପରିବହନରେ ପ୍ରତିବନ୍ଧକ ଲଗାଯାଇଥିଲା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାଧାରଣ ଜନସ୍ୱାସ୍ଥ୍ୟର ସୁରକ୍ଷା ଦୃଷ୍ଟିକୋଣରୁ ରାଜ୍ୟ ସରକାର ଓଡ଼ିଶାରେ ଗୁଟକା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମାଖୁ କିମ୍ବା ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାରର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ସଞ୍ଚୟ, ପରିବହନ, ବଣିଜ୍ୟ ଓ ବିକ୍ରୟ ଉପରେ ପ୍ରତିବନ୍ଧ ଜାରି କରିଥିଲେ । ହେଲେ ଏବେ ସରକାର ନିଜ ନିଷ୍ପତ୍ତିରୁ ଓହରିଛନ୍ତି। ନିକୋଟିନ ନଥିବା ହେତୁ ରାଜ୍ୟରେ ପାନ ମସଲା ବ୍ୟାନ ହେବ ନାହିଁ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି ଜାରି କରି କୁହାଯାଇଛି।​​​​​​​

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଝଟକା; PUCC ନ ଥିଲେ ପେଟ୍ରୋଲ୍‌ ମନା ନିର୍ଦ୍ଦେଶ ପ୍ରତ୍ୟାହୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp