ପଞ୍ଚାୟତ ନିର୍ବାଚନ: ଦ୍ୱିତୀୟ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୧୩,୩୫୬ ଜଣ ପ୍ରାର୍ଥୀ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଗତକାଲିଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ଗତକାଲି ପ୍ରଥମ ଦିନରେ ୮୭୭୨ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ ଆଜି ୧୩ ହଜାର ୩୫୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି।ରାଜ୍ୟର ବିଭିନ୍ନ ସ୍ଥାନରେ ସରପଞ୍ଚ ପଦବୀ ପାଇଁ ୧୫୪୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୱାର୍ଡମେମ୍ବର ପାଇଁ ୧୦୭୩୪ ଜଣ, ସମିତି ସଭ୍ୟ ପାଇଁ ୧୦୩୪ ଓ […]

ଭୁବନେଶ୍ବର: ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଗତକାଲିଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ଗତକାଲି ପ୍ରଥମ ଦିନରେ ୮୭୭୨ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ ଆଜି ୧୩ ହଜାର ୩୫୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି।ରାଜ୍ୟର ବିଭିନ୍ନ ସ୍ଥାନରେ ସରପଞ୍ଚ ପଦବୀ ପାଇଁ ୧୫୪୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୱାର୍ଡମେମ୍ବର ପାଇଁ ୧୦୭୩୪ ଜଣ, ସମିତି ସଭ୍ୟ ପାଇଁ ୧୦୩୪ ଓ ୪୨ ଜଣ ଜିଲ୍ଲା ପରିଷଦ ସଭ୍ୟ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି

ଗତକାଲି ନାମାଙ୍କନ ପତ୍ର ଦାଖଲ ପ୍ରଥମ ଦିନରେ ଜିଲ୍ଲା ପରିଷଦ ପାଇଁ ମୋଟ ୨୨ ଜଣ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ସମିତି ସଭ୍ୟ ପାଇଁ ୫୧୨ ଓ ସରପଞ୍ଚ ପ୍ରାର୍ଥୀ ପାଇଁ ୧୧୨୨ ଜଣଙ୍କ ନାମାଙ୍କନ ଦାଖଲ କରିଥିଲେ। ସେହିପରି ୱାର୍ଡ ମେମ୍ବର ପାଇଁ ପ୍ରଥମ ଦିନରେ ୭୧୧୬ଟି ନାମାଙ୍କନ ଦାଖଲ କରିଥିଲେ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବିଭାଗର ବଡ଼ ପ୍ରସ୍ତୁତି, ମୁତୟନ ହେବେ ୨୦୫ ଟିମ୍

ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୨୫ ତାରିଖ ଯାଏ ପ୍ରାର୍ଥିପତ୍ର ପ୍ରତ୍ୟାହାରର ସୁଯୋଗ ଥିବା ବେଳେ, ସେହିଦିନ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ଆସନ୍ତା ଫେବ୍ରୁଆରୀ ୧୬ରୁ ସାରା ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ହେବ । ଫେବ୍ରୁଆରୀ ୧୬, ୧୮, ୨୦, ୨୨ ଓ ୨୪ ତାରିଖରେ ମତଦାନ ହେବ । ସେହିପରି ଫେବ୍ରୁଆରୀ ୨୬, ୨୭ ଓ ୨୮ତାରିଖରେ ଭୋଟଗଣତି ସମସ୍ତ ବ୍ଲକ ମୁଖ୍ୟାଳୟରେ ହେବ । ଏଥର ପଞ୍ଚାୟତ ନିର୍ବାଚନରେ କୌଣସି ପ୍ରକାରର ସଭାସମିତି, ବୈଠକ, ବାଇକ ରାଲି ଉପରେ କଟକଣା ଜାରି ହୋଇଛି । କେବଳ ସର୍ବାଧିକ ୫ ଜଣଙ୍କୁ ଧରି ପ୍ରାର୍ଥୀ ଡୋର ଟୁ ଡୋର ପ୍ରଚାର କରିପାରିବେ ।

ଆହୁରି ପଢ଼ନ୍ତୁ: ନବୀନଙ୍କ ଅନୁମୋଦନ: ନଭେମ୍ବର ୩୦ ଯାଏଁ ବଢ଼ିଲା ବିଜେଡିର ଜନ ସମ୍ପର୍କ ପଦଯାତ୍ରା

ଚଳିତଥର ତ୍ରିସ୍ତରୀୟ ପଞ୍ଚାୟତରେ ମୋଟ ୯୧,୯୧୩ ଜଣ ୱାର୍ଡମେମ୍ବର, ୬୭୯୪ ଜଣ ସରପଞ୍ଚ, ୬୭୯୪ ଜଣ ପଞ୍ଚାୟତ ସମିତି ସଭ୍ୟ ଓ ୮୫୩ଜଣ ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ରାଜ୍ୟର ମୋଟ ୨ କୋଟି ୭୯ ଲକ୍ଷ ୩୫ ହଜାର ୫୨୫ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ଜିଲ୍ଲା ପରିଷଦ ପ୍ରାର୍ଥୀମାନଙ୍କର ସତ୍ୟପାଠ ସମ୍ପୃକ୍ତ ଜିଲ୍ଲାର ୱେବସାଇଟରେ ଉଲ୍ଲେଖ ରହିବ । ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପଦବୀ ପାଇଁ ପ୍ରାର୍ଥୀମାନେ ସତ୍ୟପାଠ ଦାଖଲ କରିବେ । ଯଦି ଏଥିରେ କୌଣସି ଭୁଲ ତଥ୍ୟ ଥାଏ, ତେବେ ଜରିମାନା ସହ କାର୍ଯ୍ୟାନୁଷ୍ଠାନ ନିଆଯିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର