ପଞ୍ଚାୟତ ନିର୍ବାଚନ : ନାମାଙ୍କନ ପତ୍ର ଦାଖଲର ଚତୁର୍ଥ ଦିନରେ ନାମାଙ୍କନ ଭରିଲେ ୫୮ ହଜାର ୫୮୮ ପ୍ରାର୍ଥୀ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଚତୁର୍ଥ ଦିନରେ ନାମାଙ୍କନ ଭରିଛନ୍ତି ୫୮ ହଜାର ୫୮୮ ପ୍ରାର୍ଥୀ। ସାରା ରାଜ୍ୟରେ ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ପାଇଁ ଆଜି ୫୮ ହଜାର ୫୮୮ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ସରପଞ୍ଚ ପଦବୀ ପାଇଁ ଆଜି ୮୮୪୨ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୱାର୍ଡମେମ୍ବର ପାଇଁ […]

ଭୁବନେଶ୍ବର : ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଚତୁର୍ଥ ଦିନରେ ନାମାଙ୍କନ ଭରିଛନ୍ତି ୫୮ ହଜାର ୫୮୮ ପ୍ରାର୍ଥୀ। ସାରା ରାଜ୍ୟରେ ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ପାଇଁ ଆଜି ୫୮ ହଜାର ୫୮୮ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ସରପଞ୍ଚ ପଦବୀ ପାଇଁ ଆଜି ୮୮୪୨ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୱାର୍ଡମେମ୍ବର ପାଇଁ ୪୦,୭୩୨ ଜଣ ସମିତି ସଭ୍ୟ ପାଇଁ ୭୮୩୨ ଓ ୧୧୮୨ ଜଣ ଜିଲ୍ଲା ପରିଷଦ ସଭ୍ୟ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଗତ ସୋମବାରଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ସୋମବାର ପ୍ରଥମ ଦିନରେ ୮୭୭୨ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ  ଦ୍ବିତୀୟ ଦିନ ଅର୍ଥାତ ୧୩ ହଜାର ୩୫୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଗତକାଲି ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିନରେ ୫୨ ହଜାର ୮୬୮ ଜଣ ପ୍ରାର୍ଥୀ ନାମାଙ୍କନ କରିଥିଲେ। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ସରପଞ୍ଚ ପଦବୀ ପାଇଁ ୮୯୪୭ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୱାର୍ଡମେମ୍ବର ପାଇଁ ୩୭ ହଜାର ୨୩୨ ଜଣ, ସମିତି ସଭ୍ୟ ପାଇଁ ୬୨୦୫ ଓ ୪୮୪ ଜଣ ଜିଲ୍ଲା ପରିଷଦ ସଭ୍ୟ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଆଜି ନାମାଙ୍କନ ପତ୍ର ଦାଖଲର ଚତୁର୍ଥ ଦିନରେ ସାରା ରାଜ୍ୟରେ ନାମାଙ୍କନ ଭରିଛନ୍ତି ୫୮ ହଜାର ୫୮୮ ପ୍ରାର୍ଥୀ।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗତ ଜାନୁଆରି ୧୭ ତାରିଖ ଠାରୁ ଆରମ୍ଭ ହୋଇଥିବା ନାମାଙ୍କନ ପତ୍ର ଦାଖଲ ପକ୍ରିୟା ଆସନ୍ତାକାଲି ଅର୍ଥାତ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୨୫ ତାରିଖ ଯାଏ ପ୍ରାର୍ଥିପତ୍ର ପ୍ରତ୍ୟାହାରର ସୁଯୋଗ ଥିବା ବେଳେ, ସେହିଦିନ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ଆସନ୍ତା ଫେବ୍ରୁଆରୀ ୧୬ରୁ ସାରା ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ହେବ । ଫେବ୍ରୁଆରୀ ୧୬, ୧୮, ୨୦, ୨୨ ଓ ୨୪ ତାରିଖରେ ମତଦାନ ହେବ । ସେହିପରି ଫେବ୍ରୁଆରୀ ୨୬, ୨୭ ଓ ୨୮ତାରିଖରେ ଭୋଟଗଣତି ସମସ୍ତ ବ୍ଲକ ମୁଖ୍ୟାଳୟରେ ହେବ । ଏଥର ପଞ୍ଚାୟତ ନିର୍ବାଚନରେ କୌଣସି ପ୍ରକାରର ସଭାସମିତି, ବୈଠକ, ବାଇକ ରାଲି ଉପରେ କଟକଣା ଜାରି ହୋଇଛି । କେବଳ ସର୍ବାଧିକ ୫ ଜଣଙ୍କୁ ଧରି ପ୍ରାର୍ଥୀ ଡୋର ଟୁ ଡୋର ପ୍ରଚାର କରିପାରିବେ ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୂଜା ଗେଟ୍ ଏବଂ ତୋରଣ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଚଳିତଥର ତ୍ରିସ୍ତରୀୟ ପଞ୍ଚାୟତରେ ମୋଟ ୯୧,୯୧୩ ଜଣ ୱାର୍ଡମେମ୍ବର, ୬୭୯୪ ଜଣ ସରପଞ୍ଚ, ୬୭୯୪ ଜଣ ପଞ୍ଚାୟତ ସମିତି ସଭ୍ୟ ଓ ୮୫୩ଜଣ ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ରାଜ୍ୟର ମୋଟ ୨ କୋଟି ୭୯ ଲକ୍ଷ ୩୫ ହଜାର ୫୨୫ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ଜିଲ୍ଲା ପରିଷଦ ପ୍ରାର୍ଥୀମାନଙ୍କର ସତ୍ୟପାଠ ସମ୍ପୃକ୍ତ ଜିଲ୍ଲାର ୱେବସାଇଟରେ ଉଲ୍ଲେଖ ରହିବ । ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପଦବୀ ପାଇଁ ପ୍ରାର୍ଥୀମାନେ ସତ୍ୟପାଠ ଦାଖଲ କରିବେ । ଯଦି ଏଥିରେ କୌଣସି ଭୁଲ ତଥ୍ୟ ଥାଏ, ତେବେ ଜରିମାନା ସହ କାର୍ଯ୍ୟାନୁଷ୍ଠାନ ନିଆଯିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର