୩ ଦିନ ମଧ୍ୟରେ ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବାକୁ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ନିର୍ଦ୍ଦେଶ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଆକଳନ କରି ତିନି ଦିନ ମଧ୍ୟରେ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ନିର୍ଦ୍ଦେଶ ଦେଇଛନ୍ତି। ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ କହିଛନ୍ତି, ବନ୍ୟାରେ ପ୍ରାୟ ୧୫ ଜିଲ୍ଲା ପ୍ରଭାବିତ ହୋଇଛି । ତେଣୁ ପଞ୍ଚାୟତିରାଜ ବିଭାଗର ଅଧିକାରୀ ମାନେ ଗ୍ରାଉଣ୍ଡ ଜିରୋକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ୩ ଦିନ ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଟିଟିଲାଗଡ଼ ନିକଟରେ କୋଇଲା ବୋଝେଇ ମାଲଗାଡ଼ି ଲାଇନଚ୍ୟୁତ, ରେଳ ଚଳାଚଳ ପ୍ରଭାବିତ

ମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ପ୍ରଭାବିତ ଅଞ୍ଚଳରେ ରାସ୍ତା, ଘର ଏବଂ ଅନ୍ୟାନ୍ୟ ଭିତ୍ତିଭୂମିର କ୍ଷୟକ୍ଷତିର ବିସ୍ତୃତ ଆକଳନ କରିବା ପାଇଁ ବିଡିଓ (BDO), ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଏବଂ ରାଜସ୍ୱ ନିରୀକ୍ଷକ (RI) ଙ୍କ ସମେତ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। କ୍ଷେତ୍ରସ୍ତରରେ ସ୍ଥିତିର ଆକଳନ କରି ୩ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ରିପୋର୍ଟ ଆସିବା ପରେ ପ୍ରଭାବିତ ଲୋକଙ୍କୁ ସହାୟତା ଯୋଗାଇଦେବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ।

ଆହୁରି ପଢ଼ନ୍ତୁ: ଆନ୍ତଃରାଜ୍ୟ ଗଞ୍ଜେଇ ଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ କଲା STF; ୩ ଗିରଫ, ୩.୮୬ ଲକ୍ଷ ଟଙ୍କା ଜବତ

ବନ୍ୟା ଯୋଗୁଁ ଯେଉଁମାନଙ୍କ ଘର ସମ୍ପୂର୍ଣ୍ଣ ରୂପେ ଭାଙ୍ଗିଯାଇଛି ଏବଂ ଯେଉଁ ଅଞ୍ଚଳରେ ରାସ୍ତାଘାଟ ବିଚ୍ଛିନ୍ନ ହୋଇଯାଇଛି, ସେମାନଙ୍କୁ ସରକାର ପ୍ରାଥମିକତା ଦେଉଛନ୍ତି। ଯେଉଁଠାରେ ରାସ୍ତା ନଷ୍ଟ ହୋଇଛି କିମ୍ବା ଅନ୍ୟାନ୍ୟ ସମସ୍ୟା ଦେଖାଦେଇଛି, ସେଠାରେ ତୁରନ୍ତ ପଦକ୍ଷେପ ନିଆଯାଉଛି। କ୍ଷୟକ୍ଷତିର ସଠିକ୍ ଆକଳନ ପରେ ଅଧିକାରୀମାନେ ପ୍ରକୃତ ରିପୋର୍ଟ ଦାଖଲ କରିବେ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।

ଆହୁରି ପଢ଼ନ୍ତୁ: ବନ୍ୟାରେ ୮ ଲକ୍ଷ ଲୋକ ପ୍ରଭାବିତ, ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ବନ୍ୟା ପ୍ରଭାବିତ ଲୋକଙ୍କୁ ରିଲିଫ୍ ଏବଂ ସହାୟତା ଯୋଗାଇଦେବା ପାଇଁ ରାଜ୍ୟ ସରକାର ନିଜର ବ୍ୟବସ୍ଥାକୁ ସକ୍ରିୟ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତ ବିଭାଗକୁ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଏବଂ ପ୍ରଭାବିତ ପରିବାରକୁ ତୁରନ୍ତ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିବା ମନ୍ତ୍ରୀ ଶ୍ରୀ ନାୟକ ସୂଚନା ଦେଇଛନ୍ତି।

ବନ୍ୟା ପ୍ରଭାବିତ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ସମ୍ପର୍କରେ ମନ୍ତ୍ରୀ କହିଛନ୍ତି ଯେ, ଲୋକଙ୍କ ଆବଶ୍ୟକତା ପୂରଣ କରିବା ପାଇଁ ପାଣି ଟ୍ୟାଙ୍କର ଏବଂ ମୋବାଇଲ୍ ୱାଟର ଭ୍ୟାନ୍ ମାଧ୍ୟମରେ ବ୍ୟବସ୍ଥା କରାଯାଇଛି। ଆକଳନ ରିପୋର୍ଟ ପାଇବା ପରେ ପୁନରୁଦ୍ଧାର କାର୍ଯ୍ୟ ଏବଂ ରିଲିଫ୍ ବ୍ୟବସ୍ଥା ଆରମ୍ଭ ହେବ। ସରକାର ଲୋକଙ୍କ ସେବା କରିବା ପାଇଁ ପ୍ରସ୍ତୁତ ଅଛନ୍ତି ଏବଂ ବନ୍ୟା ପ୍ରଭାବିତ ଲୋକଙ୍କୁ ସହାୟତା ପ୍ରଦାନ କରିବା ଦିଗରେ ସମସ୍ତ ବିଭାଗ କାର୍ଯ୍ୟ କରୁଛନ୍ତି ବୋଲି ସେ ଆଶ୍ୱାସନା ଦେଇଛନ୍ତି।

01 Aug 2026 By Madhusudan Das

୩ ଦିନ ମଧ୍ୟରେ ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବାକୁ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଆକଳନ କରି ତିନି ଦିନ ମଧ୍ୟରେ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ନିର୍ଦ୍ଦେଶ ଦେଇଛନ୍ତି। ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ କହିଛନ୍ତି, ବନ୍ୟାରେ ପ୍ରାୟ ୧୫ ଜିଲ୍ଲା ପ୍ରଭାବିତ ହୋଇଛି । ତେଣୁ ପଞ୍ଚାୟତିରାଜ ବିଭାଗର ଅଧିକାରୀ ମାନେ ଗ୍ରାଉଣ୍ଡ ଜିରୋକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ୩ ଦିନ ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ ।

ମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ପ୍ରଭାବିତ ଅଞ୍ଚଳରେ ରାସ୍ତା, ଘର ଏବଂ ଅନ୍ୟାନ୍ୟ ଭିତ୍ତିଭୂମିର କ୍ଷୟକ୍ଷତିର ବିସ୍ତୃତ ଆକଳନ କରିବା ପାଇଁ ବିଡିଓ (BDO), ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଏବଂ ରାଜସ୍ୱ ନିରୀକ୍ଷକ (RI) ଙ୍କ ସମେତ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। କ୍ଷେତ୍ରସ୍ତରରେ ସ୍ଥିତିର ଆକଳନ କରି ୩ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ରିପୋର୍ଟ ଆସିବା ପରେ ପ୍ରଭାବିତ ଲୋକଙ୍କୁ ସହାୟତା ଯୋଗାଇଦେବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ।

ବନ୍ୟା ଯୋଗୁଁ ଯେଉଁମାନଙ୍କ ଘର ସମ୍ପୂର୍ଣ୍ଣ ରୂପେ ଭାଙ୍ଗିଯାଇଛି ଏବଂ ଯେଉଁ ଅଞ୍ଚଳରେ ରାସ୍ତାଘାଟ ବିଚ୍ଛିନ୍ନ ହୋଇଯାଇଛି, ସେମାନଙ୍କୁ ସରକାର ପ୍ରାଥମିକତା ଦେଉଛନ୍ତି। ଯେଉଁଠାରେ ରାସ୍ତା ନଷ୍ଟ ହୋଇଛି କିମ୍ବା ଅନ୍ୟାନ୍ୟ ସମସ୍ୟା ଦେଖାଦେଇଛି, ସେଠାରେ ତୁରନ୍ତ ପଦକ୍ଷେପ ନିଆଯାଉଛି। କ୍ଷୟକ୍ଷତିର ସଠିକ୍ ଆକଳନ ପରେ ଅଧିକାରୀମାନେ ପ୍ରକୃତ ରିପୋର୍ଟ ଦାଖଲ କରିବେ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।

ବନ୍ୟା ପ୍ରଭାବିତ ଲୋକଙ୍କୁ ରିଲିଫ୍ ଏବଂ ସହାୟତା ଯୋଗାଇଦେବା ପାଇଁ ରାଜ୍ୟ ସରକାର ନିଜର ବ୍ୟବସ୍ଥାକୁ ସକ୍ରିୟ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତ ବିଭାଗକୁ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଏବଂ ପ୍ରଭାବିତ ପରିବାରକୁ ତୁରନ୍ତ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିବା ମନ୍ତ୍ରୀ ଶ୍ରୀ ନାୟକ ସୂଚନା ଦେଇଛନ୍ତି।

ବନ୍ୟା ପ୍ରଭାବିତ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ସମ୍ପର୍କରେ ମନ୍ତ୍ରୀ କହିଛନ୍ତି ଯେ, ଲୋକଙ୍କ ଆବଶ୍ୟକତା ପୂରଣ କରିବା ପାଇଁ ପାଣି ଟ୍ୟାଙ୍କର ଏବଂ ମୋବାଇଲ୍ ୱାଟର ଭ୍ୟାନ୍ ମାଧ୍ୟମରେ ବ୍ୟବସ୍ଥା କରାଯାଇଛି। ଆକଳନ ରିପୋର୍ଟ ପାଇବା ପରେ ପୁନରୁଦ୍ଧାର କାର୍ଯ୍ୟ ଏବଂ ରିଲିଫ୍ ବ୍ୟବସ୍ଥା ଆରମ୍ଭ ହେବ। ସରକାର ଲୋକଙ୍କ ସେବା କରିବା ପାଇଁ ପ୍ରସ୍ତୁତ ଅଛନ୍ତି ଏବଂ ବନ୍ୟା ପ୍ରଭାବିତ ଲୋକଙ୍କୁ ସହାୟତା ପ୍ରଦାନ କରିବା ଦିଗରେ ସମସ୍ତ ବିଭାଗ କାର୍ଯ୍ୟ କରୁଛନ୍ତି ବୋଲି ସେ ଆଶ୍ୱାସନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର