ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ ! ନିଯୋଗ ସହ ଆଲୋଚନା ପରେ ଜାରି ହେବ ଏସଓପି

The Sakala Picture
Published On

ପୁରୀ: ଏଣିକି ଜଗା ଦର୍ଶନ ପାଇଁ ଆପଣଙ୍କୁ ଖର୍ଚ୍ଚ କରିବାକୁ ପଡିବ ଟଙ୍କା । ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ । ଗତକାଲି ବସିଥିବା ଶ୍ରୀମନ୍ଦିର ଅର୍ଥ ସବକମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ସେହିପରି ଶ୍ରୀମନ୍ଦିର ପରିସରରେ ଥିବା ପବିତ୍ର ସ୍ଥାନଗୁଡ଼ିକୁ ଦର୍ଶନ କରିବାକୁ ହେଲେ ତୀର୍ଥଯାତ୍ରୀଙ୍କୁ ମାହାଲ ଦେବାକୁ ପଡ଼ିବ । ରୋଷଘର […]

ପୁରୀ: ଏଣିକି ଜଗା ଦର୍ଶନ ପାଇଁ ଆପଣଙ୍କୁ ଖର୍ଚ୍ଚ କରିବାକୁ ପଡିବ ଟଙ୍କା । ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ । ଗତକାଲି ବସିଥିବା ଶ୍ରୀମନ୍ଦିର ଅର୍ଥ ସବକମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ସେହିପରି ଶ୍ରୀମନ୍ଦିର ପରିସରରେ ଥିବା ପବିତ୍ର ସ୍ଥାନଗୁଡ଼ିକୁ ଦର୍ଶନ କରିବାକୁ ହେଲେ ତୀର୍ଥଯାତ୍ରୀଙ୍କୁ ମାହାଲ ଦେବାକୁ ପଡ଼ିବ । ରୋଷଘର ଦର୍ଶନ, ରୋହିଣୀ କୁଣ୍ଡରୁ ଜଳ ସଂଗ୍ରହ, କୋଇଲି ବୈକୁଣ୍ଠ ଦର୍ଶନ, ଶ୍ରୀଗୁଣ୍ଡିଚା ମନ୍ଦିର ଦର୍ଶନ, ନରେନ୍ଦ୍ରରେ ସଂକଳ୍ପ କରିବା ଆଦି ଉପରେ ଦେୟ ଆଦାୟ ହେବ । ଶ୍ରୀମନ୍ଦିର ପ୍ରଶାସନ ଏହି ତୀର୍ଥ ଓ ପବିତ୍ର ସ୍ଥଳ ଗୁଡ଼ିକୁ ଟେଣ୍ଡର କରି ମାହାଲ ଆଦାୟ କରିବାକୁ ନିଷ୍ପତ୍ତି ନେଇଛି । ପ୍ରତିଦିନର ନୀତିକୁ ଦେଖି ପ୍ରଶାସନ ଭିତରକାଠକୁ ଜଗା ଦର୍ଶନ ଲାଗି ପାରମାଣିକ ଟିକେଟ୍ ବ୍ୟବସ୍ଥା କରିବ । ଫଳରେ ନିର୍ଦିଷ୍ଟ ସମୟ ପାଇଁ ଭକ୍ତ ଦେୟଯୁକ୍ତ ଜଗା ଦର୍ଶନ କରିବେ ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ପାରମାଣିକ ଦର୍ଶନ ସମୟ ଏବଂ ଟିକେଟ୍ ମୂଲ୍ୟ ଧାର୍ଯ୍ୟ ହେବ । ଆୟ ବଢ଼ାଇବାକୁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଉପରେ ଭାର ଲଦିଦେବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି । ଶୋଷଣମୁକ୍ତ ପରିବେଶ ପାଇଁ ଏହି ଏସ୍‌ଓପି ଲାଗୁ ହେବ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

01 Sep 2023 By The Sakala

ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ ! ନିଯୋଗ ସହ ଆଲୋଚନା ପରେ ଜାରି ହେବ ଏସଓପି

ପୁରୀ: ଏଣିକି ଜଗା ଦର୍ଶନ ପାଇଁ ଆପଣଙ୍କୁ ଖର୍ଚ୍ଚ କରିବାକୁ ପଡିବ ଟଙ୍କା । ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ । ଗତକାଲି ବସିଥିବା ଶ୍ରୀମନ୍ଦିର ଅର୍ଥ ସବକମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ସେହିପରି ଶ୍ରୀମନ୍ଦିର ପରିସରରେ ଥିବା ପବିତ୍ର ସ୍ଥାନଗୁଡ଼ିକୁ ଦର୍ଶନ କରିବାକୁ ହେଲେ ତୀର୍ଥଯାତ୍ରୀଙ୍କୁ ମାହାଲ ଦେବାକୁ ପଡ଼ିବ । ରୋଷଘର ଦର୍ଶନ, ରୋହିଣୀ କୁଣ୍ଡରୁ ଜଳ ସଂଗ୍ରହ, କୋଇଲି ବୈକୁଣ୍ଠ ଦର୍ଶନ, ଶ୍ରୀଗୁଣ୍ଡିଚା ମନ୍ଦିର ଦର୍ଶନ, ନରେନ୍ଦ୍ରରେ ସଂକଳ୍ପ କରିବା ଆଦି ଉପରେ ଦେୟ ଆଦାୟ ହେବ । ଶ୍ରୀମନ୍ଦିର ପ୍ରଶାସନ ଏହି ତୀର୍ଥ ଓ ପବିତ୍ର ସ୍ଥଳ ଗୁଡ଼ିକୁ ଟେଣ୍ଡର କରି ମାହାଲ ଆଦାୟ କରିବାକୁ ନିଷ୍ପତ୍ତି ନେଇଛି । ପ୍ରତିଦିନର ନୀତିକୁ ଦେଖି ପ୍ରଶାସନ ଭିତରକାଠକୁ ଜଗା ଦର୍ଶନ ଲାଗି ପାରମାଣିକ ଟିକେଟ୍ ବ୍ୟବସ୍ଥା କରିବ । ଫଳରେ ନିର୍ଦିଷ୍ଟ ସମୟ ପାଇଁ ଭକ୍ତ ଦେୟଯୁକ୍ତ ଜଗା ଦର୍ଶନ କରିବେ ।

ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ପାରମାଣିକ ଦର୍ଶନ ସମୟ ଏବଂ ଟିକେଟ୍ ମୂଲ୍ୟ ଧାର୍ଯ୍ୟ ହେବ । ଆୟ ବଢ଼ାଇବାକୁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଉପରେ ଭାର ଲଦିଦେବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି । ଶୋଷଣମୁକ୍ତ ପରିବେଶ ପାଇଁ ଏହି ଏସ୍‌ଓପି ଲାଗୁ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର