ଚାଷୀ ପ୍ରସଙ୍ଗରେ ବିଜେପିର ନାଟକବାଜିକୁ ଦେଖୁଛନ୍ତି ଓଡିଶାବାସୀ : ଶ୍ରୀମୟୀ ମିଶ୍ର

The Sakala Picture
Published On

ଭୁବନେଶ୍ବର : ଓଡିଶା ଚାଷୀଙ୍କ ସହ ଜଡିତ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟବାସୀ ବିଜେପିର ନାଟକବାଜି, ମିଥ୍ୟା ପ୍ରଚାର ଏବଂ ନକଲି କାରବାରକୁ ଦେଖୁଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ଶ୍ରୀମୟୀ ମିଶ୍ର। ଶ୍ରୀମତୀ ମିଶ୍ର କହିଛନ୍ତି ଗତକାଲି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଦମପୁରରେ ତାଙ୍କ ଅଭିଭାଷଣରେ ଅଭିଯୋଗ କରିଥିଲେ ଯେ ଓଡ଼ିଶା ସରକାର କାହିଁକି ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନା କାର୍ଯ୍ୟକାରୀରେ ବୀମା କମ୍ପାନୀ ଭାବରେ ଏଚଡିଏଫ୍‌‌ସିକୁ ମନୋନୀତ କରିଛନ୍ତି? ବୋଧହୁଏ ସେ ଜାଣି ନାହାଁନ୍ତି […]

ଭୁବନେଶ୍ବର : ଓଡିଶା ଚାଷୀଙ୍କ ସହ ଜଡିତ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟବାସୀ ବିଜେପିର ନାଟକବାଜି, ମିଥ୍ୟା ପ୍ରଚାର ଏବଂ ନକଲି କାରବାରକୁ ଦେଖୁଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ଶ୍ରୀମୟୀ ମିଶ୍ର। ଶ୍ରୀମତୀ ମିଶ୍ର କହିଛନ୍ତି ଗତକାଲି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଦମପୁରରେ ତାଙ୍କ ଅଭିଭାଷଣରେ ଅଭିଯୋଗ କରିଥିଲେ ଯେ ଓଡ଼ିଶା ସରକାର କାହିଁକି ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନା କାର୍ଯ୍ୟକାରୀରେ ବୀମା କମ୍ପାନୀ ଭାବରେ ଏଚଡିଏଫ୍‌‌ସିକୁ ମନୋନୀତ କରିଛନ୍ତି? ବୋଧହୁଏ ସେ ଜାଣି ନାହାଁନ୍ତି ଯେ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହିମାଚଳ ପ୍ରଦେଶ, କର୍ଣ୍ଣାଟକ, ଆସାମ, ତ୍ରିପୁରା ଏବଂ ମହାରାଷ୍ଟ୍ର ଭଳି ନିଜ ଦଳ-ବିଜେପି ଶାସିତ ରାଜ୍ୟ ମଧ୍ୟ ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନା ପାଇଁ ଏକ କାର୍ଯ୍ୟକାରୀ କମ୍ପାନୀ ଭାବରେ ଏଚଡିଏଫ୍‌‌ସିକୁ ବାଛିଛନ୍ତି। ଏହି ବିଜେପି ଶାସିତ ରାଜ୍ୟମାନେ ମଧ୍ୟ ଅନ୍ୟାୟ କରିଥିବା ସେ କହିବାକୁ ଚାହୁଁଛନ୍ତି କି ବୋଲି ଶ୍ରୀମତୀ ମିଶ୍ର ପ୍ରଶ୍ନ କରିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଛୁଟି

ଓଡ଼ିଶାର ଲୋକମାନେ ସତ କ’ଣ ଜାଣିବାକୁ ଚାହାନ୍ତି। ପିଏମ୍‌‌ଏଫ୍‌‌ବିୱାଇ ପାଇଁ ବୀମା ଏଜେନ୍ସି ଗୁଡିକ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଜାତୀୟ ଟେଣ୍ଡର ଜରିଆରେ ମନୋନୀତ ହୋଇଛନ୍ତି ଏବଂ କେନ୍ଦ୍ର ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ହୋଇଛନ୍ତି। ଏଚଡିଏଫ୍‌‌ସି କେନ୍ଦ୍ର ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ। କେନ୍ଦ୍ର ମନ୍ତ୍ରୀ ଏହାକୁ ଅସ୍ୱୀକାର କରିପାରିବେ କି? ରାଜ୍ୟଗୁଡିକ କେବଳ ତାଲିକାଭୁକ୍ତ ବୀମା କମ୍ପାନୀଗୁଡିକ ମଧ୍ୟରେ ଟେଣ୍ଡର କରିଥାନ୍ତି। ଏହି ପ୍ରକ୍ରିୟା ସର୍ବତ୍ର ହୋଇଥାଏ ଏବଂ ଓଡିଶାରେ ସମାନ ପ୍ରକ୍ରିୟା ଅନୁସରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ମହିଳା ସଂରକ୍ଷଣ ବିଲ୍‌କୁ ନେଇ ବିଜେପି ନାଟକ କରୁଛି, ସଂରକ୍ଷଣ ନାଁରେ ସୀମା ପୁନଃ ନିର୍ଦ୍ଧାରଣ ବିଲ୍‌ ପାରିତ ଉଦ୍ଦେଶ୍ୟ ଥିଲା: ବିଜେଡି

ପିଏମ୍‌‌ବିଏସୱାଇ ହେଉଛି ଏକ କେନ୍ଦ୍ରୀୟ ଯୋଜନା। ଏଥତ୍ପ।ଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ବଜେଟ୍ ପାରିତ ହୋଇଛି ଏବଂ ଯେତେବେଳେ କୃଷକ ଏବଂ ବୀମା କମ୍ପାନୀ ମଧ୍ୟରେ ବିବାଦ ଦେଖାଦିଏ ସେତେବେଳେ କେନ୍ଦ୍ର ସରକାର ହେଉଛନ୍ତି ‘ଆପିଲେଟ ଅଥରିଟୀ’। ବର୍ତ୍ତମାନ ମାମଲାରେ ଆବେଦନ କେନ୍ଦ୍ର ସରକାରଙ୍କ ନିକଟରେ ବିଚାରାଧୀନ ଅଛି। ଯଦି କେନ୍ଦ୍ର ମନ୍ତ୍ରୀଙ୍କର କୃଷକମାନଙ୍କ ପାଇଁ ପ୍ରକୃତ ଚିନ୍ତା ଅଛି ତେବେ ସେ ମିଥ୍ୟା ପ୍ରଚାର କରିବା ପରିବର୍ତ୍ତେ ଓଡିଶାର କୃଷକମାନଙ୍କୁ ନ୍ୟାୟ ଦେବାପାଇଁ ତାଙ୍କ ସହଯୋଗୀ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ କଥା ହେବା ଉଚିତ। ବାସ୍ତବରେ ଆମର ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀ ବାରମ୍ବାର କେନ୍ଦ୍ର ସରକାରଙ୍କ ନିକଟରେ ଏହି ପ୍ରସଙ୍ଗ ଉଠାଇ ଆସୁଛନ୍ତି। ଚାଷୀ ପ୍ରସଙ୍ଗରେ ବିଜେପି ଦ୍ୱାରା ପ୍ରଦର୍ଶିତ ହେଉଥିବା ନାଟକବାଜି ଏବଂ ମିଥ୍ୟାକୁ ଓଡିଶାର ଲୋକମାନେ ପସନ୍ଦ କରନ୍ତି ନାହିଁ ଏବଂ ଏଥିପାଇଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବେ ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି।

ଆହୁରି ପଢ଼ନ୍ତୁ: ବାପାକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନୃଶଂସ ପୁଅ, ମା' ଗୁରୁତର

15 Nov 2022 By The Sakala

ଚାଷୀ ପ୍ରସଙ୍ଗରେ ବିଜେପିର ନାଟକବାଜିକୁ ଦେଖୁଛନ୍ତି ଓଡିଶାବାସୀ : ଶ୍ରୀମୟୀ ମିଶ୍ର

ଭୁବନେଶ୍ବର : ଓଡିଶା ଚାଷୀଙ୍କ ସହ ଜଡିତ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟବାସୀ ବିଜେପିର ନାଟକବାଜି, ମିଥ୍ୟା ପ୍ରଚାର ଏବଂ ନକଲି କାରବାରକୁ ଦେଖୁଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ଶ୍ରୀମୟୀ ମିଶ୍ର। ଶ୍ରୀମତୀ ମିଶ୍ର କହିଛନ୍ତି ଗତକାଲି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଦମପୁରରେ ତାଙ୍କ ଅଭିଭାଷଣରେ ଅଭିଯୋଗ କରିଥିଲେ ଯେ ଓଡ଼ିଶା ସରକାର କାହିଁକି ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନା କାର୍ଯ୍ୟକାରୀରେ ବୀମା କମ୍ପାନୀ ଭାବରେ ଏଚଡିଏଫ୍‌‌ସିକୁ ମନୋନୀତ କରିଛନ୍ତି? ବୋଧହୁଏ ସେ ଜାଣି ନାହାଁନ୍ତି ଯେ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହିମାଚଳ ପ୍ରଦେଶ, କର୍ଣ୍ଣାଟକ, ଆସାମ, ତ୍ରିପୁରା ଏବଂ ମହାରାଷ୍ଟ୍ର ଭଳି ନିଜ ଦଳ-ବିଜେପି ଶାସିତ ରାଜ୍ୟ ମଧ୍ୟ ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନା ପାଇଁ ଏକ କାର୍ଯ୍ୟକାରୀ କମ୍ପାନୀ ଭାବରେ ଏଚଡିଏଫ୍‌‌ସିକୁ ବାଛିଛନ୍ତି। ଏହି ବିଜେପି ଶାସିତ ରାଜ୍ୟମାନେ ମଧ୍ୟ ଅନ୍ୟାୟ କରିଥିବା ସେ କହିବାକୁ ଚାହୁଁଛନ୍ତି କି ବୋଲି ଶ୍ରୀମତୀ ମିଶ୍ର ପ୍ରଶ୍ନ କରିଛନ୍ତି।

ଓଡ଼ିଶାର ଲୋକମାନେ ସତ କ’ଣ ଜାଣିବାକୁ ଚାହାନ୍ତି। ପିଏମ୍‌‌ଏଫ୍‌‌ବିୱାଇ ପାଇଁ ବୀମା ଏଜେନ୍ସି ଗୁଡିକ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଜାତୀୟ ଟେଣ୍ଡର ଜରିଆରେ ମନୋନୀତ ହୋଇଛନ୍ତି ଏବଂ କେନ୍ଦ୍ର ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ହୋଇଛନ୍ତି। ଏଚଡିଏଫ୍‌‌ସି କେନ୍ଦ୍ର ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ। କେନ୍ଦ୍ର ମନ୍ତ୍ରୀ ଏହାକୁ ଅସ୍ୱୀକାର କରିପାରିବେ କି? ରାଜ୍ୟଗୁଡିକ କେବଳ ତାଲିକାଭୁକ୍ତ ବୀମା କମ୍ପାନୀଗୁଡିକ ମଧ୍ୟରେ ଟେଣ୍ଡର କରିଥାନ୍ତି। ଏହି ପ୍ରକ୍ରିୟା ସର୍ବତ୍ର ହୋଇଥାଏ ଏବଂ ଓଡିଶାରେ ସମାନ ପ୍ରକ୍ରିୟା ଅନୁସରଣ କରାଯାଇଛି।

ପିଏମ୍‌‌ବିଏସୱାଇ ହେଉଛି ଏକ କେନ୍ଦ୍ରୀୟ ଯୋଜନା। ଏଥତ୍ପ।ଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ବଜେଟ୍ ପାରିତ ହୋଇଛି ଏବଂ ଯେତେବେଳେ କୃଷକ ଏବଂ ବୀମା କମ୍ପାନୀ ମଧ୍ୟରେ ବିବାଦ ଦେଖାଦିଏ ସେତେବେଳେ କେନ୍ଦ୍ର ସରକାର ହେଉଛନ୍ତି ‘ଆପିଲେଟ ଅଥରିଟୀ’। ବର୍ତ୍ତମାନ ମାମଲାରେ ଆବେଦନ କେନ୍ଦ୍ର ସରକାରଙ୍କ ନିକଟରେ ବିଚାରାଧୀନ ଅଛି। ଯଦି କେନ୍ଦ୍ର ମନ୍ତ୍ରୀଙ୍କର କୃଷକମାନଙ୍କ ପାଇଁ ପ୍ରକୃତ ଚିନ୍ତା ଅଛି ତେବେ ସେ ମିଥ୍ୟା ପ୍ରଚାର କରିବା ପରିବର୍ତ୍ତେ ଓଡିଶାର କୃଷକମାନଙ୍କୁ ନ୍ୟାୟ ଦେବାପାଇଁ ତାଙ୍କ ସହଯୋଗୀ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ କଥା ହେବା ଉଚିତ। ବାସ୍ତବରେ ଆମର ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀ ବାରମ୍ବାର କେନ୍ଦ୍ର ସରକାରଙ୍କ ନିକଟରେ ଏହି ପ୍ରସଙ୍ଗ ଉଠାଇ ଆସୁଛନ୍ତି। ଚାଷୀ ପ୍ରସଙ୍ଗରେ ବିଜେପି ଦ୍ୱାରା ପ୍ରଦର୍ଶିତ ହେଉଥିବା ନାଟକବାଜି ଏବଂ ମିଥ୍ୟାକୁ ଓଡିଶାର ଲୋକମାନେ ପସନ୍ଦ କରନ୍ତି ନାହିଁ ଏବଂ ଏଥିପାଇଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବେ ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର