ବାତ୍ୟାରେ ଘର ଭାଙ୍ଗିଥିବା ଲୋକଙ୍କୁ ମିଳିବ ପକ୍କା ଘର, ୭ ଦିନ ଭିତରେ ହେବ କ୍ଷୟକ୍ଷତିର ଆକଳନ: ମନ୍ତ୍ରୀ ସୁରେଶ ପୂଜାରୀ

The Sakala Picture
Published On

ଭୁବନେଶ୍ବର: ଶେଷ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଲ୍ୟାଣ୍ଡଫଲ ପରେ ଦୁର୍ବଳ ହୋଇଛି ବାତ୍ୟା ଦାନା । ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ। ଗତ ରାତି ପ୍ରାୟ ସାଢ଼େ ୧ଟା ସମୟରେ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଭୋର ସାଢ଼େ ୩ଟା ସମୟରେ ସ୍ଥଳଭାଗ ଅତିକ୍ରମ କରିଥିଲା ବାତ୍ୟାର ମଧ୍ୟଭାଗ। ସ୍ଥଳ ଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ଥିଲା ଘଣ୍ଟାପ୍ରତି ୧୦୦ରୁ ୧୨୦ କି.ମି । ଭିତରକନିକାର […]

ଭୁବନେଶ୍ବର: ଶେଷ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଲ୍ୟାଣ୍ଡଫଲ ପରେ ଦୁର୍ବଳ ହୋଇଛି ବାତ୍ୟା ଦାନା । ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ। ଗତ ରାତି ପ୍ରାୟ ସାଢ଼େ ୧ଟା ସମୟରେ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଭୋର ସାଢ଼େ ୩ଟା ସମୟରେ ସ୍ଥଳଭାଗ ଅତିକ୍ରମ କରିଥିଲା ବାତ୍ୟାର ମଧ୍ୟଭାଗ। ସ୍ଥଳ ଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ଥିଲା ଘଣ୍ଟାପ୍ରତି ୧୦୦ରୁ ୧୨୦ କି.ମି । ଭିତରକନିକାର ହବାଳିଖଟି ନେଚର କ୍ୟାମ୍ପ ଓ ଧାମରା ନିକଟ ଦେଇ ସ୍ଥଳ ଭାଗ ଅତିକ୍ରମ କରିଥିଲା ବାତ୍ୟା ଦାନା ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ବାତ୍ୟାପରେ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସେ କହିଛନ୍ତି ଯେ, ଏହା ମୋ ପାଇଁ ନିଆରା ଅନୁଭୂତି। ସମସ୍ତଙ୍କ ସହ ବୈଠକ କରିଛି। ଚେହେରା ଚାପ ମୁକ୍ତ ହୋଇଛି। ଓଡ଼ିଶାବାସୀଙ୍କ ବିଜୟ ହେଲା। ବିରୋଧୀ ଦଳ ଭାବରେ ଓଡ଼ିଶା ପୁଲିସର ଚେହେରା ଦେଖିଥିଲି ଏବେ ପୁଲିସ ପ୍ରତି ସମ୍ବେଦନଶୀଳ ଆସିଲା । ଗୋଟେ ମଣିଷ ପ୍ରେମୀ ଚେହେରା ଦେଖିଲି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

ରାସ୍ତା ସଫା ସରିଲାଣି। ୪ ଘଣ୍ଟା ଭିତରେ ରାସ୍ତା ସଫା ସରିଲାଣି। ଟେଲିକମ ର କୌଣସି ଅଭିଯୋଗ ଆସିନାହିଁ। କିଛି ଜାଗାରେ ତାର ଛିଣ୍ଡିଯିବା ଯୋଗ୍ୟ ବିଦ୍ୟୁତ ବ୍ୟାଘାତସେବା ହେଇଛି । ସୂର୍ଯ୍ୟାସ୍ତ ପୂର୍ବରୁ ବିଦ୍ୟୁତ ସଂଯୋଗ ହେବ। ୧୬ ସହ ମାଆ ମାନେ ପ୍ରସବ କରିଛନ୍ତି। ୧୩ ଜଣ ଯାଆଁଳା ଶିଶୁ ଜନ୍ମ ହୋଇଛନ୍ତି। ଏବେ ମଧ୍ୟ ଖାଲୁଆ ଜାଗାରେ ପାଣି କାଟିନି ଯେଉଁମାନେ ରିଲିଫ ସେଣ୍ଟରରେ ରହିବା ପାଇଁ ଚାହିଁବେ ରହିପାରିବେ ରନ୍ଧା ଖାଦ୍ୟ ଦିଆଯିବ। ଯେଉଁମାନେ ଘରକୁ ଯିବେ ରିଲିଫ ସେଣ୍ଟରରେ ଜଣାଇ ଯାଇପାରିବେ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

ଆଶା ଦିଦି ଶ୍ରାବଣୀଙ୍କ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ରାଜସ୍ବ ମନ୍ତ୍ରୀ। ଗୋ ସମ୍ପଦକୁ ସୁରକ୍ଷା କରିବାରେ ଓଡ଼ିଶା ସରକାର ରେକର୍ଡ କରିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି ମନ୍ତ୍ରୀ। ସୁରେଶ ପୂଜାରୀ ଦାନାର ଅର୍ଥ ଦୟା॥ ବାତ୍ୟା ଓଡ଼ିଶା ପ୍ରତି ସମ୍ବେଦନଶୀଳ ଥିଲା। ଅତୀତରେ ସଫଳତା ପାଇଛୁ । ଆସନ୍ତକାଲି କ୍ଷେତ୍ର ପରିଦର୍ଶନ କରାଯିବ। ୨୬ ତାରିଖରେ ଫିଲ୍ଡ ଷ୍ଟାଫ କ୍ଷୟକ୍ଷତି ଆକଳନ କରିବେ। ଫସଲ ଓ ଘର କ୍ଷୟକ୍ଷତି ଆକଳନ ୭ ଦିନ ଭିତରେ ହେବ। ଘର ଭାଙ୍ଗିଥିବା ଲୋକଙ୍କୁ ପକ୍କା ଘର ଦେବା ପାଇଁ ନିଷ୍ପତ୍ତି ହୋଇଛି। ଆସନ୍ତାକାଲି ଏରିୟଲ ଭାବେ ପ୍ରାଥମିକ ଆକଳନ କରାଯି॥ ଭଦ୍ରକ ଓ କେନ୍ଦ୍ରାପଡ଼ା ବିଶେଷ ପ୍ରଭାବିତ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର