ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା-୨୦୨୬ ପରୀକ୍ଷାଫଳ, ସାମ୍ସ ପୋର୍ଟାଲ୍‌ରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ

Madhusudan Das Picture
Published On

ଭୁବନେଶ୍ୱର: ପିଜି ପ୍ରବେଶିକା ପରୀକ୍ଷା-୨୦୨୬ ରେଜଲ୍ଟ ପ୍ରକାଶିତ । ସାମ୍ସ ପୋର୍ଟାଲ୍‌କୁ ଯାଇ ଛାତ୍ରଛାତ୍ରୀ ରେଜଲ୍ଟ ଦେଖିପାରିବେ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉଚ୍ଚଶିକ୍ଷା ବିଭାଗ ଅନୁସାରେ, ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ କମନ୍ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ–୨୦୨୬ ଆୟୋଜନ କରାଯାଇଥିଲା। ଏଥିପାଇଁ ମୋଟ ୫୮,୬୧୩ ଜଣ ପରୀକ୍ଷାର୍ଥୀ ଆବେଦନ କରିଥିବା ବେଳେ ୫୩,୯୦୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସର୍ବମୋଟ ୫୦ଟି ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଚଳିତ ଶିକ୍ଷାବର୍ଷରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ୧୩୨ଟି ଉଚ୍ଚଶିକ୍ଷାନୁଷ୍ଠାନରେ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ମୋଟ ୩୨,୩୦୯ଟି ସିଟ୍ ଉପଲବ୍ଧ ରହିଛି। କମନ୍ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ–୨୦୨୬ରେ ପ୍ରାପ୍ତ ମେରିଟ୍ ଆଧାରରେ ଆଡମିଶନ ପ୍ରକ୍ରିୟା ସମ୍ପନ୍ନ ହେବ।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର