ଅଣସର ଘରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତ ସେବା, ଆଜି ଲାଗିହେବ ଫୁଲୁରୀ ତେଲ

Madhusudan Das Picture
Published On

ପୁରୀ: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡିଛନ୍ତି ଦାରୁବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା । ମହାପ୍ରଭୁଙ୍କ ସେବାରେ ଲାଗିପଡିଛନ୍ତି ଦଇତାପତି ସେବକ। ଚାଲିଛି ଉପଚାର। ମହାପ୍ରଭୁ କିପରି ସୁସ୍ଥ ହେବେ ସେଥିପାଇଁ ଆଜି ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ। ପୂର୍ବ ପରମ୍ପରା ଅନୁଯାୟୀ, ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ହୋଇଥିବା ଏହି ଫୁଲୁରୀ ତେଲ ବଡ଼ଓଡିଆ ମଠ ଯୋଗାଇଦେବ। ରାଶି ତେଲରେ ବିଭିନ୍ନ ପ୍ରକାର ଚେର, ଔଷଧୀୟ ଫୁଲ ଆଦି ମିଶାଯାଇ ଗୋଟିଏବର୍ଷ ପୂର୍ବରୁ ମାଟିତଳେ ପୋତା ଯାଇଥାଏ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିବେ। 

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସମ୍ପନ୍ନ ହେବା ପରେ ଅପରାହ୍‌ଣରେ ମଠରୁ ହାଣ୍ଡିରେ ୬ସେର ଫୁଲୁରି ତେଲ ଶ୍ରୀମନ୍ଦିରକୁ ବିଜେ କରିଥାଏ। ଦକ୍ଷିଣୀ ଘର ଭୋଗ ସମ୍ପନ୍ନ ହେବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଅଣସର ଘର ଦ୍ୱାର ବା ବେହେରଣ ଦ୍ୱାର ଖୋଲାଯିବ। ପରେ ଅଣସର ନୀତି ଆରମ୍ଭ ହେବ। ପତିମହାପାତ୍ର ସେବକ ୩ଟି ରୁପା ପିଙ୍ଗଣରେ ଫୁଲୁରି ତେଲ ନେଇ ସଂସ୍କାର କରିବା ପରେ ଦଇତାପତିମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରାଇବେ। ମହାପ୍ରଭୁଙ୍କ ଗୁପ୍ତ ନୀତି ମଧ୍ୟରେ ଫୁଲୁରି ତେଲ ଲାଗି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଫୁଲୁରି ତେଲ ଲାଗି ହେବା ପରେ ଶ୍ରୀବିଗ୍ରହମାନେ କିଛିଟା ସୁସ୍ଥ ଅନୁଭବ କରିଥା’ନ୍ତି। 

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର