ଟ୍ରକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ; ଜଣେ ମୃତ, ୮ ଗୁରୁତର

ଚଣ୍ଡିଖୋଲ: ଟ୍ରକକୁ ଧକ୍କା ଦେଲା ପିକ ଅପ ଗାଡି । ଘଟଣା ସ୍ଥଳରେ ପିକ ଅପ ଗାଡିରେ ଥିବା ୮ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ପିକ ଅପ ଗାଡିଟି ପାରାଦ୍ୱୀପ ଅଭିମୁଖେ ଯାଉଥିବା ବେଳେ ଚାରିନଙ୍ଗଳ ଠାରେ ହୋଇଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁତରଙ୍କୁ ପ୍ରଥମେ ବଡ଼ଚଣା ପରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ଆଜି ସକାଳେ ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ୭ ଜଣ […]

ଚଣ୍ଡିଖୋଲ: ଟ୍ରକକୁ ଧକ୍କା ଦେଲା ପିକ ଅପ ଗାଡି । ଘଟଣା ସ୍ଥଳରେ ପିକ ଅପ ଗାଡିରେ ଥିବା ୮ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ପିକ ଅପ ଗାଡିଟି ପାରାଦ୍ୱୀପ ଅଭିମୁଖେ ଯାଉଥିବା ବେଳେ ଚାରିନଙ୍ଗଳ ଠାରେ ହୋଇଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁତରଙ୍କୁ ପ୍ରଥମେ ବଡ଼ଚଣା ପରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁସାରେ, ଆଜି ସକାଳେ ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ୭ ଜଣ ଶୁଖୁଆ ବେପାରୀ ପାରାଦୀପ ଅଭିମୁଖେ ଯାଉଥିଲେ। ଉକ୍ତ ଭ୍ୟାନ୍‌ ଆଗରେ ଡ୍ରାଇଭର ଓ ହେଲପର ଥିବା ବେଳେ ମହିଳା ଓ ପୁରୁଷ ଶୁଖୁଆ ବେପାରୀ ଗାଡ଼ି ଡାଲାରେ ବସିଥିଲେ। ଗାଡ଼ିଟି ଚଣ୍ଡିଖୋଲରୁ ପାରାଦ୍ୱୀପ ଅଭିମୁଖେ ଯାଉଥିବା ବେଳେ ଚାରିନଙ୍ଗଲ ନିକଟରେ ରାସ୍ତା ପାର୍ଶ୍ୱରେ ଏକ ଆଇରନ୍‌ ବୋଝେଇ ଟ୍ରକ୍‌ ଛିଡ଼ା ହୋଇଥିଲା। ପିକ୍‌ଅପ୍‌ ଭ୍ୟାନଟି ଦ୍ରୁତ ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଟ୍ରକ୍‌ ପଛ ପଟେ ପିଟି ହୋଇ ଯାଇଥିଲା। ଦୁର୍ଘଟଣାରେ ଗାଡ଼ିରେ ଚାପି ହୋଇ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି ଓ ୮ ଜଣ ଗୁରୁତର ହୋଇଛନ୍ତି। ଘଟଣା ସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଂଚି ଗୁରୁତରଙ୍କୁ ଉଦ୍ଧାର କରି ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଗୁରୁତର ମାନଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି।

About The Author: The Sakala