ଘୋଷଣା ହେଲା ପିପିଲି ଉପ-ନିର୍ବାଚନ ପାଇଁ ତାରିଖ; ସେପ୍ଟେମ୍ଵର ୩୦ରେ ଭୋଟ, ଅକ୍ଟୋବର ୩ରେ ଗଣତି

The Sakala Picture
Published On

ପିପିଲି: ପିପିଲି ଉପ-ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ । ଏ ନେଇ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ । ସେପ୍ଟେମ୍ଵର ୩୦ରେ ଅନୁଷ୍ଠିତ ହେବ ପିପିଲି ଉପ-ନିର୍ବାଚନ । ଅକ୍ଟୋବର ୩ରେ ହେବ ଭୋଟ ଗଣତି । ପିପିଲି ଉପ-ନିର୍ବାଚନ ପାଇଁ ଆସନ୍ତା ୬ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ୧୩ ତାରିଖ ସୁଦ୍ଧା ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୧୪ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବ । ସେହିଭଳି […]

ପିପିଲି: ପିପିଲି ଉପ-ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ । ଏ ନେଇ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ । ସେପ୍ଟେମ୍ଵର ୩୦ରେ ଅନୁଷ୍ଠିତ ହେବ ପିପିଲି ଉପ-ନିର୍ବାଚନ । ଅକ୍ଟୋବର ୩ରେ ହେବ ଭୋଟ ଗଣତି । ପିପିଲି ଉପ-ନିର୍ବାଚନ ପାଇଁ ଆସନ୍ତା ୬ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ୧୩ ତାରିଖ ସୁଦ୍ଧା ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୧୪ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବ । ସେହିଭଳି ୧୬ ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ପିପିଲି ସମେତ ପଶ୍ଚିମବଙ୍ଗର ୩ଟି ଆସନ ପାଇଁ ମଧ୍ୟ ଉପନିର୍ବାଚନ ହେବ। ଉପ-ନିର୍ବାଚନରେ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ନିର୍ବାଚନ ତାରିଖ ଘୁଞ୍ଚାଯାଇଥିଲା । ପରେ ମହାମାରୀ କରୋନାର ଦ୍ଵିତୀୟ ଲହର ପାଇଁ ପିପିଲି ଉପନିର୍ବାଚନ ସ୍ଥଗିତ ରହିଥିଲା।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ସୂଚନା ଯୋଗ୍ୟ ଯେ, ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଉପ ନିର୍ବାଚନ ପାଇଁ ଦିନ ଧାର୍ଯ୍ୟ ହୋଇଥିଲା ଏବଂ ଏନେଇ ରାଜ୍ୟର ପ୍ରମୁଖ ଦଳ ସମେତ ଅନ୍ୟମାନେ ନିର୍ବାଚନ ନେଇ ପ୍ରାର୍ଥୀ ଦେଇଥିଲେ । କିନ୍ତୁ ଦୁର୍ଭାଗ୍ୟବସତଃ କଂଗ୍ରେସ ପ୍ରାର୍ଥୀ ପ୍ରଚାର ସମୟରେ କରୋନା ସଂକ୍ରମିତ ହୋଇଥିଲେ ।  ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଥିଲା । ଏଣୁ ସେହି ସମୟରେ ଉପ ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା । ତେବେ ଆଜି ପୁଣି ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଉପ ନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ପିପିଲି ଉପ ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ରାଜ୍ୟ ରାଜନୀତି ସରଗରମ ହେବ ବୋଲି ଜଣାପଡୁଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର