ଆସନ୍ତା ଶିକ୍ଷା ବର୍ଷରୁ ୪୦ ହାଇସ୍କୁଲରେ ଖୋଲିବ ଏକାଦଶ ପାଠ୍ୟକ୍ରମ- ସମୀର ରଞ୍ଜନ ଦାଶ

The Sakala Picture
Published On

ଭୁବନେଶ୍ୱର: ଏଣିକି ହାଇସ୍କୁଲରେ ପଢିବେ ଏକାଦଶ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ । ଏଥିପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ଏକାଦଶ ଶ୍ରେଣୀ ପାଇଁ ଆରମ୍ଭ ହୋଇଛି ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା । ୨୦୨୩-୨୪ ଶିକ୍ଷାବର୍ଷରୁ ୪୦ଟି ହାଇସ୍କୁଲରେ ଯୁକ୍ତ ଦୁଇ ଶ୍ରେଣୀ ଖୋଲିବ ବୋଲି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣି ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ । ପୂର୍ବରୁ ଘରଠାରୁ ଦୂରକୁ ଯାଇ ଉଚ୍ଚ ମାଧ୍ୟମିକ ଶିକ୍ଷା ଗ୍ରହଣ କରିବାକୁ ପଡୁଥିଲା । ଯେଉଁଥି […]

ଭୁବନେଶ୍ୱର: ଏଣିକି ହାଇସ୍କୁଲରେ ପଢିବେ ଏକାଦଶ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ । ଏଥିପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ଏକାଦଶ ଶ୍ରେଣୀ ପାଇଁ ଆରମ୍ଭ ହୋଇଛି ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା । ୨୦୨୩-୨୪ ଶିକ୍ଷାବର୍ଷରୁ ୪୦ଟି ହାଇସ୍କୁଲରେ ଯୁକ୍ତ ଦୁଇ ଶ୍ରେଣୀ ଖୋଲିବ ବୋଲି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣି ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ । ପୂର୍ବରୁ ଘରଠାରୁ ଦୂରକୁ ଯାଇ ଉଚ୍ଚ ମାଧ୍ୟମିକ ଶିକ୍ଷା ଗ୍ରହଣ କରିବାକୁ ପଡୁଥିଲା । ଯେଉଁଥି ପାଇଁ ପିଲାଙ୍କ ପାଠ ପଢ଼ାରେ ଅସୁବିଧା ହେଉଥିଲା ।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ଡ୍ରପ୍ଆଉଟ୍ ବଢ଼ିବା ସାଙ୍ଗକୁ ପାଠ ଛାଡୁଥିଲେ ଗରିବ ପିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏହି ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ ହେଉଛି କୌଣସି ବି ପିଲା ଅଶିକ୍ଷିତ ନରୁହନ୍ତୁ। ଯେଉଁ ସ୍ଥାନରେ କଲେଜ ସୁବିଧା ନାହିଁ, ପିଲାମାନଙ୍କୁ ଯିବା ପାଇଁ ବାଟ ଦୂର ପଡୁଛି ସେହିଭଳି ଅଞ୍ଚଳରେ ଯୁକ୍ତ ଦୁଇ ଶ୍ରେଣୀ ଖୋଲିବ। ହେଲେ ଏବେ ହାଇସ୍କୁଲରେ ଛାତ୍ରଛାତ୍ରୀଙ୍କୁ ପଢାଇବାକୁ ପ୍ରସ୍ତୁତ ହୋଇଛି ଖସଡ଼ା। ପ୍ରଥମ ପର୍ଯ୍ଯୟରେ ୪୦ଟି ଉଚ୍ଚ ମାଧ୍ୟମିକ ସ୍କୁଲକୁ ଅପଗ୍ରେଡ୍ କରାଯିବ। ବର୍ତ୍ତମାନ ଉଚ୍ଚଶିକ୍ଷା ଅଧୀନରେ ଥିବା ଅଧ୍ୟାପକମାନେ ଉଚ୍ଚ ମାଧ୍ୟମିକ ସ୍କୁଲରେ ପଢାଉଛନ୍ତି । ଯେଉଁଥି ପାଇଁ ନିଜସ୍ବ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଲାଗି ପଡ଼ିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଏଯାଏ ୫୩ ଜଣଙ୍କୁ ନିଯୁକ୍ତି ମିଳି ସାରିଛି । ଆବଶ୍ୟକ ପଡ଼ିଲେ, ଅତିଥି ଅଧ୍ୟାପକଙ୍କ ଦ୍ବାରା ଶିକ୍ଷାଦାନ କରାଯିବ ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ସ୍କୁଲର ରୂପାନ୍ତରଣ ହେବା ପରେ ହାଇସ୍କୁଲରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପାଇଁ ପର୍ୟ୍ୟାପ୍ତ ଭିତ୍ତିଭୂମି ରହିଛି । ଅନ୍ୟପଟେ ସ୍କୁଲ ଅପଗ୍ରେଡେସନ୍ ପ୍ରକ୍ରିୟାକୁ ସ୍ବାଗତ କରିଛନ୍ତି ଶିକ୍ଷକ । ପ୍ରଥମେ ୪୦ ଟି ସ୍କୁଲରେ ଯୁକ୍ତ ଦୁଇ ଖୋଲିବ ଏବଂ ପର୍ଯ୍ଯାୟକ୍ରମେ ୧୦୦ଟି ସ୍କୁଲରେ ଖୋଲିବା ପାଇଁ ବ୍ୟବସ୍ଥା ହେବ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର