ଯୁକ୍ତ ଦୁଇ ରେଜଲ୍ଟ ଆସିବା ପୂର୍ବରୁ କପି କରି ଧରା ପଡିଥିବା ପିଲାଙ୍କୁ ନେଇ ଆସିଲା ବଡ଼ ଖବର…….

The Sakala Picture
Published On

ଭୁବନେଶ୍ୱର : +୨ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୁଧବାର ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରାଯିବ। ଏହାର ଏକ ଘଣ୍ଟା ପରେ ପରୀକ୍ଷାର୍ଥୀମାନେ ସେମାନଙ୍କ ପରୀକ୍ଷା ଫଳ https://results.odisha.gov.in ଏବଂ https://results.digilocker.gov.in‌ ୱେବସାଇଟ୍‌ରେ ଜାଣିପାରିବେ। ସେହିପରି ଏକ ଘଣ୍ଟା ପରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ମଧ୍ୟ ସେମାନଙ୍କ ସାମଗ୍ରିକ ପରୀକ୍ଷା ଫଳ ଜାଣିପାରିବେ। ଅଧ୍ୟକ୍ଷ/ଅଧ୍ୟକ୍ଷାମାନେ ସାମ୍‌ସ-ଇସ୍ପେସ୍‌ରୁ ସେମାନଙ୍କର ଟାବୁଲେସନ୍‌ ରେଜିଷ୍ଟର୍‌ ପାଇପାରିବେ। ଯାହା ତତ୍କାଳ (ଇନ୍‌ଷ୍ଟାଣ୍ଟ) […]

ଭୁବନେଶ୍ୱର : +୨ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୁଧବାର ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରାଯିବ। ଏହାର ଏକ ଘଣ୍ଟା ପରେ ପରୀକ୍ଷାର୍ଥୀମାନେ ସେମାନଙ୍କ ପରୀକ୍ଷା ଫଳ https://results.odisha.gov.in ଏବଂ https://results.digilocker.gov.in‌ ୱେବସାଇଟ୍‌ରେ ଜାଣିପାରିବେ।

ଆହୁରି ପଢ଼ନ୍ତୁ: ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧି ବଢାଇଲା CHSE: ନଭେମ୍ବର ୧୪ ଯାଏଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

ସେହିପରି ଏକ ଘଣ୍ଟା ପରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ମଧ୍ୟ ସେମାନଙ୍କ ସାମଗ୍ରିକ ପରୀକ୍ଷା ଫଳ ଜାଣିପାରିବେ। ଅଧ୍ୟକ୍ଷ/ଅଧ୍ୟକ୍ଷାମାନେ ସାମ୍‌ସ-ଇସ୍ପେସ୍‌ରୁ ସେମାନଙ୍କର ଟାବୁଲେସନ୍‌ ରେଜିଷ୍ଟର୍‌ ପାଇପାରିବେ। ଯାହା ତତ୍କାଳ (ଇନ୍‌ଷ୍ଟାଣ୍ଟ) ପରୀକ୍ଷା ପାଇଁ ଫର୍ମପୂରଣ କରିବାରେ ଏହା ସହାୟକ ହେବ ବୋଲି ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ ମୃଣାଳକାନ୍ତି ଦାସ ସୂଚନା ଦେଇଛନ୍ତି। ଚଳିତବର୍ଷ ଏକା ସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ବାହାରିବ। ଉଭୟ ରେଗୁଲାର୍‌ ଓ ଏକ୍ସ-ରେଗୁଲାର୍‌ ବର୍ଗରେ ମୋଟ୍‌ ୩ଲକ୍ଷ ୯୩ ହଜାର ୬୧୮ ପିଲା ପରୀକ୍ଷା ଦେଇଛନ୍ତି। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧ ଜଣ ପିଲା ଥିବା ବେଳେ ବିଜ୍ଞାନରେ ୧ଲକ୍ଷ ୧୪ହଜାର ୯୮୦, ବାଣିଜ୍ୟରେ ୨୫ହଜାର ୫୨୬ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୭୨୧ ଜଣ ପିଲା ରହିଛନ୍ତି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା: ନଭେମ୍ବର ୨୧ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ସୂଚନାଯୋଗ୍ୟ, ଚଳିତଥର ୪୨୯ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ କପି କରି ଧରାପଡ଼ିଥିଲେ। ବିଶେଷଜ୍ଞଙ୍କ ଦ୍ୱାରା ସମସ୍ତଙ୍କୁ କାଉନସେଲିଂ କରିବା ପରେ ତନ୍ମଧ୍ୟରୁ ୩୭୨ଜଣ କପି କରି ନଥିବା ଜଣାପଡ଼ିଛି। ତେଣୁ ସେମାନଙ୍କ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଅବଶିଷ୍ଟ ୫୭ଜଣ କପି କରିଥିବା ସ୍ପଷ୍ଟ ହେବା ପରେ ସେମାନଙ୍କୁ ଆସନ୍ତାବର୍ଷ ପୁଣିଥରେ ପରୀକ୍ଷା ଦେବାକୁ ପଡ଼ିବ ବୋଲି ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ କୁମାର ପରିଡ଼ା ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଦେବ୍ରୀଗଡ଼ରେ ଠାବ ହୋଇଥିବା ମହାବଳ ବାଘ ଛତିଶଗଡ଼ରୁ ଆସିଛି: NTCA

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର