କଟକ: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ । ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଛି । CHSE ଅଫିସ୍ରେ +2 ପରୀକ୍ଷା ଫଳ ପୁସ୍ତିକା ଉନ୍ମଚୋନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଚଳିତ ବର୍ଷ କଳାରେ ପାସ ହାର ରହିଛି ୮୪.୫୦% । କଳାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ ରହିଛି । ଛାତ୍ରଙ୍କ ପାସ୍ ହାର ୭୭.୯୭%, ଛାତ୍ରୀଙ୍କ ପାସ୍ ହାର ୮୯.୪୫% । ସେହିପରି ବାଣିଜ୍ୟରେ ପାସ୍ ହାର ରହିଛି ୮୮.୦୭% । ବାଣିଜ୍ୟରେ ଛାତ୍ରଙ୍କ ପାସ୍ ହାର ୮୬.୬୭% ରହିଥିବାବେଳେ ଛାତ୍ରୀଙ୍କ ପାସ୍ ହାର ରହିଛି ୯୦.୪୩% । ବିଜ୍ଞାନରେ ପାସ୍ ହାର ୮୮.୮୦ ପ୍ରତିଶତ ରହିଛି ।
ଏହାସହିତ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ମଧ୍ୟ ପ୍ରକାଶିତ । ଅପରାହ୍ନ ୩ଟାରୁ ଛାତ୍ରଛାତ୍ରୀମାନେ ୱେବ୍ସାଇଟ୍ରେ ନିଜର ପରୀକ୍ଷା ଫଳ ଦେଖିପାରିବେ । ଛାତ୍ରଛାତ୍ରୀମାନେ ନିଜର ପରୀକ୍ଷା ଫଳ ୱେବ୍ସାଇଟ୍ www.results.odisha. gov.in, www.results. digilocker.gov.inରେ ଦେଖିପାରିବେ । ଏହା ବ୍ୟତୀତ ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ DigiLocker ଆପ୍ ଏବଂ ଅପରାହ୍ନ ୩ଟା ପରେ SAMS College e-space ମାଧ୍ୟମରେ ମଧ୍ୟ ଯାଞ୍ଚ କରିପାରିବେ।
ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ପାଖାପାଖି ୩ ଲକ୍ଷ ୯୩ ହଜାର ୬୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬ ଓ ଧନ୍ଦାମୂଳକରେ ୫ହଜାର ୭୨୧ଜଣ ପରୀକ୍ଷା ଦେଇଥିଲେ।