ମଇ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

The Sakala Picture
Published On

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ଶେଷ ହୋଇଛି। ଆସନ୍ତା ମେ‘ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବା ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି। ପ୍ରଥମ ପର୍ଯ୍ୟାୟ ଖାତା ଏପ୍ରିଲ ୨ରୁ ୧୪ ଯାଏଁ ଦେଖା ହେବ । ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ହେବ ବୋଲି ଜଣାପଡ଼ିଛି । ଏଥିଲାଗି ୭୮ ଟି […]

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ଶେଷ ହୋଇଛି। ଆସନ୍ତା ମେ‘ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବା ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି। ପ୍ରଥମ ପର୍ଯ୍ୟାୟ ଖାତା ଏପ୍ରିଲ ୨ରୁ ୧୪ ଯାଏଁ ଦେଖା ହେବ । ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ହେବ ବୋଲି ଜଣାପଡ଼ିଛି । ଏଥିଲାଗି ୭୮ ଟି ଅଫଲାଇନ୍, ୭୦ଟି ଅନଲାଇନ୍ କେନ୍ଦ୍ର ହୋଇଛି ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଖରା ଯୋଗୁଁ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସୁ ନଥିବାରୁ ଖାତାଦେଖା କେନ୍ଦ୍ର ବଢ଼ାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଖାତାଦେଖା ପାଇଁ ନିଯୁକ୍ତ ହୋଇଛନ୍ତି। ଏକ୍‌ଜାମିନରଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କୁ ନିଜ ଜିଲ୍ଲାରେ ହୋଇଥିବା ମୁଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ନିୟୋଜିତ କରାଯାଇଛି। ୩୫, ୪୦ ଓ ୫୦ ମାର୍କ ଥିବା ବିଷୟଗୁଡ଼ିକ ପାଇଁ ୩୦ଟି ଖାତା ୫ ଘଣ୍ଟାରେ ଦେଖିବେ ଶିକ୍ଷକ।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ସୂଚନାଯୋଗ୍ୟ, ରାଜ୍ୟରେ ଚଳିତ ବର୍ଷ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି। ଏଥର ମାଲ ପ୍ରାକ୍ଟିସ୍‌ ବା ଏମ୍‌ପିରେ ବୁକ୍‌ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଦିଆଯିବ ବଡ଼ ଆସ୍ୱସ୍ତି ମିଳିଛି। କୌଣସି ଭୁଲ ନଥାଇ ତ୍ରୁଟିପୂର୍ଣ୍ଣ ଭାବେ ଏମ୍‌ପିରେ ବୁକ୍‌ ହୋଇଥିଲେ ସେମାନଙ୍କ ଖାତାକୁ ବିଚାରକୁ ନେଇ ସେମାନଙ୍କ ପରୀକ୍ଷା ଫଳ ସାଧାରଣ ପରୀକ୍ଷାର୍ଥୀଙ୍କ ସହ ଏକା ସାଙ୍ଗରେ ପ୍ରକାଶ ପାଇବ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର