ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ଅକାଳ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ : ଓଡ଼ିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଓଡ଼ିଶା ମନ୍ତ୍ରୀଙ୍କ ଦୁର୍ଭାଗ୍ୟଜନକ ମୃତ୍ୟୁରେ ସେ ମର୍ମାହତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ଦୁଃଖଦ ସମୟରେ ଦିବଂଗତ ପରିବାରକୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ଦୁର୍ଭାଗ୍ୟଜନକ ଦେହାନ୍ତରେ ଦୁଃଖିତ । ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା । ଓଁ ଶାନ୍ତି । […]

ନୂଆଦିଲ୍ଲୀ : ଓଡ଼ିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଓଡ଼ିଶା ମନ୍ତ୍ରୀଙ୍କ ଦୁର୍ଭାଗ୍ୟଜନକ ମୃତ୍ୟୁରେ ସେ ମର୍ମାହତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ଦୁଃଖଦ ସମୟରେ ଦିବଂଗତ ପରିବାରକୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।


ଆଜି ମଧ୍ୟାହ୍ଣରେ ସେ ଏକ କାର୍ଯ୍ୟକ୍ରମରେ ବ୍ରଜରାଜନଗର ଯାଇଥିବା ବେଳେ ସ୍ଥାନୀୟ ଗାନ୍ଧୀଛକ ଫାଣ୍ଡିର ପୁଲିସ ଏଏସଆଇ ଗୋପାଳ ଦାସ ତାଙ୍କୁ ଗୁଳିମାଡ଼ କରିଥିଲେ। ଏହି ଗୁଳିମାଡ଼ ପରେ ସଂକଟାପନ୍ନ ଅବସ୍ଥାରେ ତାଙ୍କୁ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଇଥିଲା ଓ ଆପୋଲୋ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ଗୁରୁତର ନବ ଦାସଙ୍କୁ ବଞ୍ଚାଇବା ପାଇଁ ଭୁବନେଶ୍ବରସ୍ଥିତ ଆପଲୋ ହସ୍‌ପିଟାଲରେ ଡାକ୍ତରୀ ଟିମ୍‌ ବହୁ ଉଦ୍ୟମ କରି ଶେଷରେ ବିଫଳ ହୋଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହେଉଥିଲା। ଏହି ଘଟଣାରେ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି।

About The Author: The Sakala