ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ, ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ

The Sakala Picture
Published On

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ନିଜ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଯୋଜନା ଅଧୀନରେ ୫୦୦୦ ଟଙ୍କାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଆକାଉଣ୍ଟକୁ ଡିବିଟି ମାଧ୍ୟମରେ ପ୍ରେରଣ କରାଯିବ। ଏହାସହ ପ୍ରଧାନମନ୍ତ୍ରୀ ୨୬ ଲକ୍ଷ ପିଏମ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବାର କାର୍ଯ୍ୟକ୍ରମ ରହିଛି। ଆଜି ୧୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ସେ ସିଧାସଳଖ […]

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ନିଜ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଯୋଜନା ଅଧୀନରେ ୫୦୦୦ ଟଙ୍କାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଆକାଉଣ୍ଟକୁ ଡିବିଟି ମାଧ୍ୟମରେ ପ୍ରେରଣ କରାଯିବ। ଏହାସହ ପ୍ରଧାନମନ୍ତ୍ରୀ ୨୬ ଲକ୍ଷ ପିଏମ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ଆଜି ୧୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ସେ ସିଧାସଳଖ ମଞ୍ଚେଶ୍ୱର ନିକଟସ୍ଥ ଗାଢ଼କଣ ଯାଇ ସେଠାରେ ପିଏମ ଆବାସ ଯୋଜନା ହିତାଧିକାରୀଙ୍କ ସହ ଆଲୋଚନା କରିବେ। ସେଠାରୁ ପ୍ରଧାନମନ୍ତ୍ରୀ ୧୧ ଟା ୫୦ରେ ବାହାରି ୧୨ଟାରେ ଜନତା ମଇଦାନରେ ପହଞ୍ଚିବେ। ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ସହ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବେ। ପ୍ରଧାନମନ୍ତ୍ରୀ ପ୍ରାୟ ୨୮୦୦ କୋଟିର ରେଳ ପ୍ରକଳ୍ପ ଏବଂ ୧୦୦୦ କୋଟିର ଜାତୀୟ ରାଜପଥ ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ୧୦ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ଦେବା ସହ ୨୬ ଲକ୍ଷ ପିଏମ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଗୃହ ପ୍ରବେଶ କରାଇବେ। ଏହାସହ ସେ ଆବାସ ପ୍ଲସ୍‌ ୨୦୨୪ ଆପ୍‌କୁ ମଧ୍ୟ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱରରେ ପ୍ରାୟ ଅଢେଇ ଘଣ୍ଟା ରହିବା ପରେ ପ୍ରଧାନମନ୍ତ୍ରୀ ୧.୨୫ ମିନିଟରେ ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ। ଅପରପକ୍ଷେ ବୈଠକରେ ରାଜ୍ୟର କୋଣ ଅନୁକୋଣରୁ ମହିଳା ଅଂଶଗ୍ରହଣ କରିବାକୁ ଥିବାବେଳେ ୪ ଜଣ କେନ୍ଦ୍ରମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ସୁଭଦ୍ରା ଯୋଜନାରେ ସରକାର ବର୍ଷକୁ ଦୁଇଟି କିସ୍ତିରେ ୫ ହଜାର ଟଙ୍କା ଲେଖାଏ ମୋଟ ୫ ବର୍ଷରେ ୫୦ ହଜାର ଟଙ୍କା ପ୍ରଦାନ କରିବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପାଇଁ ସଜେଇ ହୋଇଛି ଜନତା ମଇଦାନ । ପ୍ରାୟ ୪୦ହଜାର ଲୋକଙ୍କ ପାଇଁ ବସିବାର ବ୍ୟବସ୍ଥା କରାଯାଇଛି । ଏହା ସହିତ କଳିଙ୍ଗ ଷ୍ଟାଡ଼ିୟମରେ ନବ ନିର୍ମିତ ବ୍ୟାଡ଼ମିଣ୍ଟନ ହାଇ ପରଫର୍ମାନ୍ସ ସେଣ୍ଟର ମଧ୍ୟ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ସହରରେ ୮୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ। ବିମାନବନ୍ଦର, ଜନତା ମଇଦାନ ଓ ଗାଡ଼କଣ କାର୍ଯ୍ୟକ୍ରମ ପାଇଁ ୩ ଆଇଜିଙ୍କୁ ଦାୟିତ୍ବ ଦିଆଯାଇଛି । ଟ୍ରାଫିକ ବ୍ୟବସ୍ଥାକୁ ନିୟନ୍ତ୍ରଣ କରିବାକୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

17 Sep 2024 By The Sakala

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ, ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ନିଜ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଯୋଜନା ଅଧୀନରେ ୫୦୦୦ ଟଙ୍କାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଆକାଉଣ୍ଟକୁ ଡିବିଟି ମାଧ୍ୟମରେ ପ୍ରେରଣ କରାଯିବ। ଏହାସହ ପ୍ରଧାନମନ୍ତ୍ରୀ ୨୬ ଲକ୍ଷ ପିଏମ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବାର କାର୍ଯ୍ୟକ୍ରମ ରହିଛି।

ଆଜି ୧୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ସେ ସିଧାସଳଖ ମଞ୍ଚେଶ୍ୱର ନିକଟସ୍ଥ ଗାଢ଼କଣ ଯାଇ ସେଠାରେ ପିଏମ ଆବାସ ଯୋଜନା ହିତାଧିକାରୀଙ୍କ ସହ ଆଲୋଚନା କରିବେ। ସେଠାରୁ ପ୍ରଧାନମନ୍ତ୍ରୀ ୧୧ ଟା ୫୦ରେ ବାହାରି ୧୨ଟାରେ ଜନତା ମଇଦାନରେ ପହଞ୍ଚିବେ। ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ସହ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବେ। ପ୍ରଧାନମନ୍ତ୍ରୀ ପ୍ରାୟ ୨୮୦୦ କୋଟିର ରେଳ ପ୍ରକଳ୍ପ ଏବଂ ୧୦୦୦ କୋଟିର ଜାତୀୟ ରାଜପଥ ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ୧୦ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ଦେବା ସହ ୨୬ ଲକ୍ଷ ପିଏମ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଗୃହ ପ୍ରବେଶ କରାଇବେ। ଏହାସହ ସେ ଆବାସ ପ୍ଲସ୍‌ ୨୦୨୪ ଆପ୍‌କୁ ମଧ୍ୟ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱରରେ ପ୍ରାୟ ଅଢେଇ ଘଣ୍ଟା ରହିବା ପରେ ପ୍ରଧାନମନ୍ତ୍ରୀ ୧.୨୫ ମିନିଟରେ ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ। ଅପରପକ୍ଷେ ବୈଠକରେ ରାଜ୍ୟର କୋଣ ଅନୁକୋଣରୁ ମହିଳା ଅଂଶଗ୍ରହଣ କରିବାକୁ ଥିବାବେଳେ ୪ ଜଣ କେନ୍ଦ୍ରମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ସୁଭଦ୍ରା ଯୋଜନାରେ ସରକାର ବର୍ଷକୁ ଦୁଇଟି କିସ୍ତିରେ ୫ ହଜାର ଟଙ୍କା ଲେଖାଏ ମୋଟ ୫ ବର୍ଷରେ ୫୦ ହଜାର ଟଙ୍କା ପ୍ରଦାନ କରିବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପାଇଁ ସଜେଇ ହୋଇଛି ଜନତା ମଇଦାନ । ପ୍ରାୟ ୪୦ହଜାର ଲୋକଙ୍କ ପାଇଁ ବସିବାର ବ୍ୟବସ୍ଥା କରାଯାଇଛି । ଏହା ସହିତ କଳିଙ୍ଗ ଷ୍ଟାଡ଼ିୟମରେ ନବ ନିର୍ମିତ ବ୍ୟାଡ଼ମିଣ୍ଟନ ହାଇ ପରଫର୍ମାନ୍ସ ସେଣ୍ଟର ମଧ୍ୟ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ସହରରେ ୮୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ। ବିମାନବନ୍ଦର, ଜନତା ମଇଦାନ ଓ ଗାଡ଼କଣ କାର୍ଯ୍ୟକ୍ରମ ପାଇଁ ୩ ଆଇଜିଙ୍କୁ ଦାୟିତ୍ବ ଦିଆଯାଇଛି । ଟ୍ରାଫିକ ବ୍ୟବସ୍ଥାକୁ ନିୟନ୍ତ୍ରଣ କରିବାକୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି ।

https://www.thesakala.in/latest-odisha-news/pm-modi-will-inaugurate-the-subhadra-scheme-today-in-odisha/article-35204
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର