ଏମ୍ସ ହସ୍ପିଟାଲରେ ଟିକେଟ ଦଲାଲ କରୁଥିବା ଅଭିଯୋଗରେ ୧୨ ଜଣଙ୍କୁ ଗିରଫ କଲା ପୁଲିସ

The Sakala Picture
Published On

ଭୁବନେଶ୍ୱର: ଏମ୍ସରୁ ଗିରଫ ହେଲେ ଟିକେଟ ଦଲାଲ । ଟିକେଟ ଦଲାଲ କରୁଥିବା ଅଭିଯୋଗରେ ୧୨ଜଣ ଦଲାଲଙ୍କୁ ଥାନାକୁ ଉଠାଇ ଆଣିଛି ପୁଲିସ । ଦୀର୍ଘଦିନ ହେବ ଏମ୍ସ ହସ୍ପିଟାଲରେ ଡାକ୍ତରଙ୍କ ପରାମର୍ଶ ପାଇଁ ଟିକେଟ କାଟି ବ୍ଲାକରେ ବିକ୍ରି କରୁଥିଲେ ଏହି ଦଲାଲମାନେ । ବିଭିନ୍ନ ଆଳରେ ବାହାର ଜିଲ୍ଲାରୁ ଆସୁଥିବା ରୋଗୀ ଓ ସମ୍ପର୍କୀୟଙ୍କୁ ଠକି ଏମାନେ ଟଙ୍କା ନେଉଥିଲେ । ଟିକେଟ, ଆଡମିଶନ ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବାକୁ କହି ସେମାନଙ୍କୁ […]

ଭୁବନେଶ୍ୱର: ଏମ୍ସରୁ ଗିରଫ ହେଲେ ଟିକେଟ ଦଲାଲ । ଟିକେଟ ଦଲାଲ କରୁଥିବା ଅଭିଯୋଗରେ ୧୨ଜଣ ଦଲାଲଙ୍କୁ ଥାନାକୁ ଉଠାଇ ଆଣିଛି ପୁଲିସ । ଦୀର୍ଘଦିନ ହେବ ଏମ୍ସ ହସ୍ପିଟାଲରେ ଡାକ୍ତରଙ୍କ ପରାମର୍ଶ ପାଇଁ ଟିକେଟ କାଟି ବ୍ଲାକରେ ବିକ୍ରି କରୁଥିଲେ ଏହି ଦଲାଲମାନେ । ବିଭିନ୍ନ ଆଳରେ ବାହାର ଜିଲ୍ଲାରୁ ଆସୁଥିବା ରୋଗୀ ଓ ସମ୍ପର୍କୀୟଙ୍କୁ ଠକି ଏମାନେ ଟଙ୍କା ନେଉଥିଲେ । ଟିକେଟ, ଆଡମିଶନ ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବାକୁ କହି ସେମାନଙ୍କୁ ଲୁଟୁଥିଲେ । ରୋଗୀମାନଙ୍କ ଲାଗି ଡାକ୍ତରଙ୍କ ପରାମର୍ଶ ପାଇଁ ମାଗଣା ସେବା ଉପଲବ୍ଧ ଥିବା ସତ୍ତ୍ବେ ସେମାନେ ହନ୍ତସନ୍ତ ହେଉଥିଲେ। ଦଲାଲ ମାନେ ଆଗୁଆ ଟିକେଟ କାଟି ରୋଗୀଙ୍କୁ ୪ରୁ ୫ ହଜାର ଟଙ୍କାରେ ବିକୁଥିଲେ ।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୮ରେ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି, ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ

ଏନେଇ ଖଣ୍ଡଗିରି ଥାନା ପୁଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ ଆଜି ଚଢ଼ାଉ କରି ୧୨ ଜଣକୁ ଗିରଫ କରିଛି ପୁଲିସ । ଘଟଣାରେ ଧରପଗଡ଼ ଜାରି ରହିଥିବା ବେଳେ, ଆଗକୁ ଦଲାଲଙ୍କ ସଂଖ୍ୟା ବଢିବ ବୋଲି ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି I

ଆହୁରି ପଢ଼ନ୍ତୁ: ଭୀମଭୋଇ ମେଡିକାଲରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ପରିବାରର ପକ୍ଷରୁ ତୀବ୍ର ଉତ୍ତେଜନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର