ପୋଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ଘଟଣା: CBI କାର୍ଯ୍ୟାଳୟରେ ହାଜର ହେଲେ ୩ ପରୀକ୍ଷାର୍ଥୀ

Madhusudan Das Picture
Published On

ଭୁବନେଶ୍ୱର: ପୋଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ । ସିବିଆଇ କାର୍ଯ୍ୟାଳରେ ହାଜର ହେଲେ ୩ ପରୀକ୍ଷାର୍ଥୀ । ଆଜି ଦିନ ପ୍ରାୟ ୧୧ ଟା ୧୫ରେ ୩ ଜଣ ପରୀକ୍ଷାର୍ଥୀ ଭୁବନେଶ୍ୱର କାର୍ଯ୍ୟାଳୟରେ କିଛି କାଗଜପତ୍ର ସହ ହାଜର ହୋଇଛନ୍ତି। ପୂର୍ବରୁ ୧୦ ପରୀକ୍ଷାର୍ଥୀଙ୍କୁ ମୁହାଁମୁହିଁ ଜେରା କରିଛି ସିବିଆଇ । 

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ସୂଚନା ଅନୁସାରେ, ପୋଲିସ ଏସ୍‌ଆଇ ପରୀକ୍ଷା ପରିଚାଳନା ଲାଗି କୋଲକାତାର ଆଇଟିଆଇ ସଂସ୍ଥାକୁ ଟେଣ୍ଡର ମିଳିଥିଲା। ପରେ ଏହି ସଂସ୍ଥା ହାଇଦ୍ରାବାଦର ସିଲିକନ୍‌ ଟେକ୍‌ଲାବ୍ ପ୍ରାଇଭେଟ୍ ଲିମିଟେଡ୍‌ ସଂସ୍ଥାକୁ ଦାୟିତ୍ବ ନ୍ୟସ୍ତ କରିଥିଲା। ସିଲିକନ୍‌ ଏହାକୁ ସବ୍‌ଲେଟ୍‌ରେ ବ୍ରହ୍ମପୁରର ପଞ୍ଚସଫ୍ଟକୁ ଦେଇଥିଲା। ସେଣ୍ଟର ତଦାରଖଠାରୁ ଆରମ୍ଭ କରି ପରୀକ୍ଷା ପରିଚାଳନା ପର୍ଯ୍ୟନ୍ତ ସମସ୍ତ ଦାୟିତ୍ବ ପଞ୍ଚସଫ୍ଟକୁ ମିଳିଥିଲା। ପଞ୍ଚସଫ୍ଟକୁ ଦାୟିତ୍ବ ମିଳିବା ପରେ ସଂସ୍ଥାର ନିର୍ଦ୍ଦେଶକ ଶଙ୍କର ପୃଷ୍ଟି କେଳେଙ୍କାରୀ ଯୋଜନା କରିଥିଲେ। ଏହି ଅପରାଧ ସିଣ୍ଡିକେଟ୍‌ରେ ଦକ୍ଷିଣ ଓଡ଼ିଶାକୁ ମୁନା ମହାନ୍ତି ଓ ଉତ୍ତର ଓଡ଼ିଶାକୁ ଅରବିନ୍ଦ ଦାସ ସମ୍ଭାଳୁଥିଲା। ଏମାନଙ୍କ ଅଧୀନରେ ୧୦ ଜଣ ଲେଖାଏଁ ଏଜେଣ୍ଟ ଥିଲେ। ସେମାନେ ଆଶାୟୀ ପ୍ରାର୍ଥୀଙ୍କୁ ଯୋଗାଡ଼ କରୁଥିଲେ। ଆଶାୟୀଙ୍କଠାରୁ ମୁନା ଆଗୁଆ ମୂଳ ପ୍ରମାଣପତ୍ର ହାତେଇବା ସହ ଶଙ୍କର ସହ ଯୋଗାଯୋଗ କରି ଏହାକୁ ସେ ହାଇଦ୍ରାବାଦ ସଂସ୍ଥା ପାଖକୁ ପଠାଉଥିଲା। ମୁନା ୧୧୪ ଜଣ ଆଶାୟୀଙ୍କଠାରୁ କୋଟି କୋଟି ଟଙ୍କା ଆଦାୟ ପରେ ସେମାନଙ୍କୁ ହାଇଦ୍ରାବାଦର ଏକ ସଂସ୍ଥାରେ ପ୍ରଶ୍ନପତ୍ର ସମ୍ପର୍କରେ ତାଲିମ ଦେଇଥାନ୍ତା। ଜେରା ବେଳେ ଏଭଳି କିଛି ତଥ୍ୟ ପାଇଛି ସିବିଆଇ ।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର