ପଦ୍ମପୁର ଉପନିର୍ବାଚନ ପାଇଁ ଜାରି ରହିଛି ମତଦାନ: ଦିନ ୧ ଟା ସୁଦ୍ଧା ୪୬.୯୬ ପ୍ରତିଶତ ଭୋଟ୍‌

The Sakala Picture
Published On

ଭୁବନେଶ୍ବର : ଶାନ୍ତିଶୃଙ୍ଖଳା ସହ ଚାଲିଛି ପଦମପୁର ଉପନିର୍ବାଚନ ପାଇଁ ମତଦାନ । ବିଭିନ୍ନ ବୁଥରେ ଲମ୍ବା ଲାଇନରେ ଛିଡ଼ା ହୋଇ ଭୋଟ ଦେଉଛନ୍ତି ଭୋଟର। ଅପରାହ୍ନ ୧ଟା  ସୁଦ୍ଧା ୪୬.୯୬ ପ୍ରତିଶତ ମତଦାନ ହୋଇଛି। ସିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନି କହିଛନ୍ତି, ଏଯାଏଁ କୌଣସି ସ୍ଥାନରେ କିଛି ଅପ୍ରୀତିକର ପରିସ୍ଥିତି ଘଟିବାର ସୂଚନା ନାହିଁ। ସକାଳ ୭ଟାରୁ ୩୧୯ଟି ବୁଥରେ ମତଦାନ ଚାଲିଛି। […]

ଭୁବନେଶ୍ବର : ଶାନ୍ତିଶୃଙ୍ଖଳା ସହ ଚାଲିଛି ପଦମପୁର ଉପନିର୍ବାଚନ ପାଇଁ ମତଦାନ । ବିଭିନ୍ନ ବୁଥରେ ଲମ୍ବା ଲାଇନରେ ଛିଡ଼ା ହୋଇ ଭୋଟ ଦେଉଛନ୍ତି ଭୋଟର। ଅପରାହ୍ନ ୧ଟା  ସୁଦ୍ଧା ୪୬.୯୬ ପ୍ରତିଶତ ମତଦାନ ହୋଇଛି। ସିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନି କହିଛନ୍ତି, ଏଯାଏଁ କୌଣସି ସ୍ଥାନରେ କିଛି ଅପ୍ରୀତିକର ପରିସ୍ଥିତି ଘଟିବାର ସୂଚନା ନାହିଁ। ସକାଳ ୭ଟାରୁ ୩୧୯ଟି ବୁଥରେ ମତଦାନ ଚାଲିଛି। ଏଥିପାଇଁ ପୁଲିଂ ବୁଥ ଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମତଦାନ ପ୍ରକ୍ରିୟା ସରିଲେ ପୋଲିଂ ପାର୍ଟିମାନେ କିପରି ସୁରକ୍ଷିତ ଭାବେ ଫେରିବେ ସେଥିଲାଗି ବି ବନ୍ଦୋବସ୍ତ ହୋଇଛି। ୧୨ ଜଣ ଜୋନାଲ ମାଜିଷ୍ଟ୍ରେଟ,୩୬ ସେକ୍ଟର ଅଫିସର, ୪୫ମୋବାଇଲ ପୋଲିସ ପାର୍ଟି ତନଖି କରୁଛନ୍ତି ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ଶୀତଦିନ ଓ ମାଓବାଦୀ ପ୍ରବଣ ଅଞ୍ଚଳ ହୋଇଥିବାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ହେବ ମତଦାନ । ୩୧୯ଟି ବୁଥରେ ୨ ଲକ୍ଷ ୫୭ ହଜାର ୪୭୪ ଭୋଟର ମତାଧିକାର ସାବ୍ୟସ୍ତ କରୁଛନ୍ତି । ଦୃଷ୍ଟିବାଧିତଙ୍କ ପାଇଁ କରାଯାଇଛି ସ୍ବତନ୍ତ୍ର ବ୍ରେଲି ବାଲଟ ବ୍ୟବସ୍ଥା । ଦିବ୍ୟାଙ୍ଗଙ୍କୁ ଭୋଟ୍ ଦେବାକୁ ସେମାନଙ୍କ ଘରୁ ଆଣି ଛାଡ଼ିବା ପାଇଁ ସ୍ବତନ୍ତ୍ର ଗାଡ଼ି ବ୍ୟବସ୍ଥା କରାଯାଇଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ପ୍ରତ୍ୟେକ ବୁଥ ପାଇଁ ୪ ଜଣ ଲେଖାଏଁ ପୋଲିଂ ଅଧିକାରୀଙ୍କୁ ମିଶାଇ ନିର୍ବାଚନମଣ୍ଡଳୀରେ ମୋଟ୍ ୧୨୭୬ ଜଣ ପୋଲିଂ କର୍ମଚାରୀ ନିୟୋଜିତ ଅଛନ୍ତି । ଇଭିଏମ୍ ତ୍ରୁଟି ଦୂର ପାଇଁ ଆବଶ୍ୟକ ଇଭିଏମ୍ ଓ ଟେକ୍ନିସିଆନ୍ ଉପସ୍ଥିତ ଅଛନ୍ତି । ବରିଷ୍ଠ ନାଗରିକ, ଦିବ୍ୟାଙ୍ଗଙ୍କ ପାଇଁ ୧୫ଟି ମଡେଲ ବୁଥରେ ରାମ୍ପ, ଅସ୍ଥାୟୀ ସେଡ୍, ପିଇବା ପାଣି ବ୍ୟବସ୍ଥା କରାଯାଇଛି । ୬ଟି ପିଙ୍କ୍ ବୁଥରେ କେବଳ ମହିଳା ପୋଲିଂ କର୍ମଚାରୀ ରହିଛନ୍ତି । ନିର୍ବାଚନମଣ୍ଡଳୀରେ ୭୯ଟି ଅତି ସମ୍ବେଦନଶୀଳ ବୁଥ ଚିହ୍ନଟ ହେଇଥିବା ବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସେହିପରି ୧୨୦ଟି ସମ୍ବେଦନଶୀଳ ବୁଥରେ ହୋଇଛି ଓ୍ବେବକାଷ୍ଟିଂ ଓ ୬୬ଟି ବୁଥରେ ସିସିଟିଭି କ୍ୟାମେରା ବ୍ୟବସ୍ଥା । ୯୧ ଜଣ କେନ୍ଦ୍ରୀୟ ମାଇକ୍ରୋ ଅବଜର୍ଭର୍ ନିୟୋଜିତ ହୋଇଛନ୍ତି ।

ବରଗଡ଼ ଜିଲ୍ଲା ମାଓବାଦୀ ପ୍ରବଣ ହୋଇଥିବାରୁ ୧୪୧୩ ପୋଲିସ ଅଧିକାରୀଙ୍କ ସମେତ ୯ କମ୍ପାନୀ ସଶସ୍ତ୍ର କେନ୍ଦ୍ରୀୟ ପୋଲିସ ବାହିନୀ ମୁତୟନ କରାଯାଇଛି । ୭୪ଟି ନକ୍ସଲ ପ୍ରବଣ ବୁଥରେ ୧୫ଟି ଆଣ୍ଟି ନକ୍ସଲ ସ୍କ୍ବାଡ ରହିଛନ୍ତି । ୧୧୨ଟି ବୁଥରେ ସ୍ବତନ୍ତ୍ର ସଶସ୍ତ୍ର ବାହିନୀ ମୁତୟନ ଅଛନ୍ତି । ଏହାସହିତ ୪୫ଟି ମୋବାଇଲ୍ ଟିମ୍ ମୁତୟନ କରାଯାଇଛି ।

05 Dec 2022 By The Sakala

ପଦ୍ମପୁର ଉପନିର୍ବାଚନ ପାଇଁ ଜାରି ରହିଛି ମତଦାନ: ଦିନ ୧ ଟା ସୁଦ୍ଧା ୪୬.୯୬ ପ୍ରତିଶତ ଭୋଟ୍‌

ଭୁବନେଶ୍ବର : ଶାନ୍ତିଶୃଙ୍ଖଳା ସହ ଚାଲିଛି ପଦମପୁର ଉପନିର୍ବାଚନ ପାଇଁ ମତଦାନ । ବିଭିନ୍ନ ବୁଥରେ ଲମ୍ବା ଲାଇନରେ ଛିଡ଼ା ହୋଇ ଭୋଟ ଦେଉଛନ୍ତି ଭୋଟର। ଅପରାହ୍ନ ୧ଟା  ସୁଦ୍ଧା ୪୬.୯୬ ପ୍ରତିଶତ ମତଦାନ ହୋଇଛି। ସିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନି କହିଛନ୍ତି, ଏଯାଏଁ କୌଣସି ସ୍ଥାନରେ କିଛି ଅପ୍ରୀତିକର ପରିସ୍ଥିତି ଘଟିବାର ସୂଚନା ନାହିଁ। ସକାଳ ୭ଟାରୁ ୩୧୯ଟି ବୁଥରେ ମତଦାନ ଚାଲିଛି। ଏଥିପାଇଁ ପୁଲିଂ ବୁଥ ଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମତଦାନ ପ୍ରକ୍ରିୟା ସରିଲେ ପୋଲିଂ ପାର୍ଟିମାନେ କିପରି ସୁରକ୍ଷିତ ଭାବେ ଫେରିବେ ସେଥିଲାଗି ବି ବନ୍ଦୋବସ୍ତ ହୋଇଛି। ୧୨ ଜଣ ଜୋନାଲ ମାଜିଷ୍ଟ୍ରେଟ,୩୬ ସେକ୍ଟର ଅଫିସର, ୪୫ମୋବାଇଲ ପୋଲିସ ପାର୍ଟି ତନଖି କରୁଛନ୍ତି ।

ଶୀତଦିନ ଓ ମାଓବାଦୀ ପ୍ରବଣ ଅଞ୍ଚଳ ହୋଇଥିବାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ହେବ ମତଦାନ । ୩୧୯ଟି ବୁଥରେ ୨ ଲକ୍ଷ ୫୭ ହଜାର ୪୭୪ ଭୋଟର ମତାଧିକାର ସାବ୍ୟସ୍ତ କରୁଛନ୍ତି । ଦୃଷ୍ଟିବାଧିତଙ୍କ ପାଇଁ କରାଯାଇଛି ସ୍ବତନ୍ତ୍ର ବ୍ରେଲି ବାଲଟ ବ୍ୟବସ୍ଥା । ଦିବ୍ୟାଙ୍ଗଙ୍କୁ ଭୋଟ୍ ଦେବାକୁ ସେମାନଙ୍କ ଘରୁ ଆଣି ଛାଡ଼ିବା ପାଇଁ ସ୍ବତନ୍ତ୍ର ଗାଡ଼ି ବ୍ୟବସ୍ଥା କରାଯାଇଛି ।

ପ୍ରତ୍ୟେକ ବୁଥ ପାଇଁ ୪ ଜଣ ଲେଖାଏଁ ପୋଲିଂ ଅଧିକାରୀଙ୍କୁ ମିଶାଇ ନିର୍ବାଚନମଣ୍ଡଳୀରେ ମୋଟ୍ ୧୨୭୬ ଜଣ ପୋଲିଂ କର୍ମଚାରୀ ନିୟୋଜିତ ଅଛନ୍ତି । ଇଭିଏମ୍ ତ୍ରୁଟି ଦୂର ପାଇଁ ଆବଶ୍ୟକ ଇଭିଏମ୍ ଓ ଟେକ୍ନିସିଆନ୍ ଉପସ୍ଥିତ ଅଛନ୍ତି । ବରିଷ୍ଠ ନାଗରିକ, ଦିବ୍ୟାଙ୍ଗଙ୍କ ପାଇଁ ୧୫ଟି ମଡେଲ ବୁଥରେ ରାମ୍ପ, ଅସ୍ଥାୟୀ ସେଡ୍, ପିଇବା ପାଣି ବ୍ୟବସ୍ଥା କରାଯାଇଛି । ୬ଟି ପିଙ୍କ୍ ବୁଥରେ କେବଳ ମହିଳା ପୋଲିଂ କର୍ମଚାରୀ ରହିଛନ୍ତି । ନିର୍ବାଚନମଣ୍ଡଳୀରେ ୭୯ଟି ଅତି ସମ୍ବେଦନଶୀଳ ବୁଥ ଚିହ୍ନଟ ହେଇଥିବା ବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସେହିପରି ୧୨୦ଟି ସମ୍ବେଦନଶୀଳ ବୁଥରେ ହୋଇଛି ଓ୍ବେବକାଷ୍ଟିଂ ଓ ୬୬ଟି ବୁଥରେ ସିସିଟିଭି କ୍ୟାମେରା ବ୍ୟବସ୍ଥା । ୯୧ ଜଣ କେନ୍ଦ୍ରୀୟ ମାଇକ୍ରୋ ଅବଜର୍ଭର୍ ନିୟୋଜିତ ହୋଇଛନ୍ତି ।

ବରଗଡ଼ ଜିଲ୍ଲା ମାଓବାଦୀ ପ୍ରବଣ ହୋଇଥିବାରୁ ୧୪୧୩ ପୋଲିସ ଅଧିକାରୀଙ୍କ ସମେତ ୯ କମ୍ପାନୀ ସଶସ୍ତ୍ର କେନ୍ଦ୍ରୀୟ ପୋଲିସ ବାହିନୀ ମୁତୟନ କରାଯାଇଛି । ୭୪ଟି ନକ୍ସଲ ପ୍ରବଣ ବୁଥରେ ୧୫ଟି ଆଣ୍ଟି ନକ୍ସଲ ସ୍କ୍ବାଡ ରହିଛନ୍ତି । ୧୧୨ଟି ବୁଥରେ ସ୍ବତନ୍ତ୍ର ସଶସ୍ତ୍ର ବାହିନୀ ମୁତୟନ ଅଛନ୍ତି । ଏହାସହିତ ୪୫ଟି ମୋବାଇଲ୍ ଟିମ୍ ମୁତୟନ କରାଯାଇଛି ।

https://www.thesakala.in/latest-odisha-news/polling-continues-for-padmapur-bypoll-46-96-per-cent-voting-till-1-pm/article-17097
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର