ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ

ଗଞ୍ଜାମ: ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ । ଗଞ୍ଜାମ ଜିଲ୍ଲା ପୋଲସରା ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଗତକାଲି ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା । ଦୀର୍ଘଦିନ ଧରି ଅସୁସ୍ଥତା ହେତୁ ସେ ଭୁବ‌ନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କ ଦେହାନ୍ତ ଖବର ପ୍ରକାଶ ପାଇବା ପରେ ଓଡ଼ିଶା ରାଜନୀତିରେ […]

ଗଞ୍ଜାମ: ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ । ଗଞ୍ଜାମ ଜିଲ୍ଲା ପୋଲସରା ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଗତକାଲି ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା । ଦୀର୍ଘଦିନ ଧରି ଅସୁସ୍ଥତା ହେତୁ ସେ ଭୁବ‌ନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କ ଦେହାନ୍ତ ଖବର ପ୍ରକାଶ ପାଇବା ପରେ ଓଡ଼ିଶା ରାଜନୀତିରେ ଶୋକରଛାୟା ଖେଳିଯାଇଛି ।

୧୯୭୯ରେ ରାଜନୀତିରେ ପ୍ରବେଶ କରିଥିଲେ ନିରଞ୍ଜନ । ୧୯୮୦ରେ ଘୋଡ଼ାପଲାଣରୁ ସରପଞ୍ଚ ଭାବେ ଲଢି ବିଜୟୀ ହୋଇଥିଲେ । ଏହାପରେ ୧୯୯୦ରୁ ୧୯୯୩ ମଧ୍ୟରେ ସେ ପୋଲସରା ବ୍ଲକ ଅଧ୍ୟକ୍ଷ ରହିଥିଲେ । ୧୯୯୫ ରେ କୋଦାଳ ନିର୍ବାଚନ ମଣ୍ଡଳୀରୁ ସ୍ବାଧୀନ ପ୍ରାର୍ଥୀ ଲଢି ପରାଜିତ ହୋଇଥିଲେ । ଏହାପରେ ବିଜେଡି ଟିକେଟରେ ୨୦୦୪ ଓ ୨୦୦୯ରେ ବିଧାୟକ ହୋଇଥିଲେ ନିରଞ୍ଜନ । ୨୦୧୯ରେ ନିରଞ୍ଜନ ବିଜେଡି ଛାଡି ବିଜେପିରେ ସାମିଲ ହୋଇଥିଲେ ।

About The Author: The Sakala