ବଙ୍ଗୋପସାଗରେ ବାତ୍ୟା ସମ୍ଭାବନା, ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟା !

The Sakala Picture
Published On

ଭୁବନେଶ୍ବର: ବଙ୍ଗୋପସାଗରେ ବାତ୍ୟା ସମ୍ଭାବନା । ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ । ପରେ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ । ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବ। କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାରି ପ୍ରଭାବରେ ମୁଖ୍ୟତଃ ଉତ୍ତର ଉପକୂଳ ଓ ସଲଗ୍ନ ଜିଲ୍ଲା ମାନଙ୍କରେ ବାଲେଶ୍ୱର, […]

ଭୁବନେଶ୍ବର: ବଙ୍ଗୋପସାଗରେ ବାତ୍ୟା ସମ୍ଭାବନା । ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ । ପରେ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ । ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବ। କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାରି ପ୍ରଭାବରେ ମୁଖ୍ୟତଃ ଉତ୍ତର ଉପକୂଳ ଓ ସଲଗ୍ନ ଜିଲ୍ଲା ମାନଙ୍କରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୁରଭଞ୍ଜ, ଯାଜପୁର,କଟକ, କେନ୍ଦୁଝର, ଢେଙ୍କାନାଳ, ଗଞ୍ଜାମ, ପୁରୀର ଅଧିକାଂଶ ଅଞ୍ଚଳରେ ସାମନ୍ୟରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

୨୬-୨୭ ତାରିଖ ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାର ଗୋଟିଏ  ଦୁଇଟି ଜାଗାରେ ଭାରି ବର୍ଷା ସମ୍ଭାବନା ରହିଛି। ବର୍ଷା ସମୟରେ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଥିବା ବେଳେ ଅଶାନ୍ତ ହେବ ସମୁଦ୍ର।  ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

 

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର