ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ପୋଷ୍ଟମର୍ଟମ ରିପୋର୍ଟରେ ସାମ୍ନାକୁ ଆସିଲା ମୃତ୍ୟୁର ଅସଲ କାରଣ...

ଭୁବନେଶ୍ୱର: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା । GRP କନଷ୍ଟେବଲ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ମସ୍ତିଷ୍କରେ ଗଭୀର ଆଘାତ ଯୋଗୁଁ ସୌମ୍ୟଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ । ସୌମ୍ୟଙ୍କ ଶରୀରର ୨୧ଟି ସ୍ଥାନରେ ଲାଗିଥିଲା ଗଭୀର ଆଘାତ । ସୌମ୍ୟଙ୍କୁ କଠିନ ଭାରି ବସ୍ତୁରେ ବାରମ୍ବାର ଆକ୍ରମଣ କରାଯାଇଛି ବୋଲି ପୋଷ୍ଟମର୍ଟମ ରିପୋର୍ଟରେ ଉଲ୍ଲେଖ ରହିଛି । ମୁଣ୍ଡର ଆଗ, ପଛ ଓ ମଝିରେ ଶକ୍ତ ଆଘାତ ଯୋଗୁଁ ରକ୍ତ ଜମାଟ ବାନ୍ଧି ଫୁଲି ଯାଇଥିଲା । ଫୁସଫୁସରେ ମଧ୍ୟ ରକ୍ତ ଜମାଟ ବାନ୍ଧିଥିଲା । ତେବେ ସୌମ୍ୟ ନିଶା ଦ୍ରବ୍ୟ ସେବନ କରିଥିଲେ କି ନାହିଁ ତାହା ଜାଣିବାକୁ ନମୂନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ଦିଆଯାଇଛି ।

ସୂଚନାଯୋଗ୍ୟ, ଗତ ମେ ୭ତାରିଖରେ ଗାଡ଼ି ଦୁର୍ଘଟଣା ଓ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ଆଣି ସୌମ୍ୟଙ୍କୁ ପିଟିପିଟି ହତ୍ୟା କରିଥିଲେ ଉତ୍ୟକ୍ତ ଲୋକେ । ଏହି ହତ୍ୟାକାଣ୍ଡ ପଛରେ ବଡ଼ ଷଡ଼ଯନ୍ତ୍ର ଥିବା ସୌମ୍ୟଙ୍କ ପରିବାର ପ୍ରଥମରୁ ଅଭିଯୋଗ କହିଥିଲେ। ମାମଲାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଜାରି ରଖିଛି। ଏବେସୁଦ୍ଧା ୧୮ ଅଭିଯୁକ୍ତ ଗିରଫ ହୋଇଛନ୍ତି।

About The Author: Madhusudan Das