ଟୋକିଓ ଅଲିମ୍ପିକ୍ସ: ହକିରେ ପଦକ ପରେ ଛୁଟୁଛି ଶୁଭେଚ୍ଛାର ଶୁଅ, ବ୍ରିଲିଆଣ୍ଟ- ଇନ୍-ବ୍ଲୁ ଲେଖି ଭାରତୀୟ ହକି ଟିମକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଟୋକିଓ ଅଲିମ୍ପିକ୍ସରେ ଭାରତର ଏହି ଐତିହାସିକ ଦମଦାର ବିଜୟ ପରେ ଚାରିଆଡୁ ଶୁଭେଚ୍ଛାର ଶୁଅ ଛୁଟିଛି। ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ଭାରତ ପାଇଁ ଆଜି ଐତିହାସିକ ଦିନ। ଭାରତୀୟ ପୁରୁଷ ହକି ଟିମ ପାଇଁ ଭାରତ ଆଜି ଗର୍ବିତ । ଦେଶବାସୀଙ୍କ ସ୍ୱପ୍ନକୁ ସାକାର କରିବାରେ ସଫଳ ହୋଇଛି ହକି ଟିମ୍  ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ଜଣାଇଛନ୍ତି। […]

ଭୁବନେଶ୍ବର: ଟୋକିଓ ଅଲିମ୍ପିକ୍ସରେ ଭାରତର ଏହି ଐତିହାସିକ ଦମଦାର ବିଜୟ ପରେ ଚାରିଆଡୁ ଶୁଭେଚ୍ଛାର ଶୁଅ ଛୁଟିଛି। ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ଭାରତ ପାଇଁ ଆଜି ଐତିହାସିକ ଦିନ। ଭାରତୀୟ ପୁରୁଷ ହକି ଟିମ ପାଇଁ ଭାରତ ଆଜି ଗର୍ବିତ । ଦେଶବାସୀଙ୍କ ସ୍ୱପ୍ନକୁ ସାକାର କରିବାରେ ସଫଳ ହୋଇଛି ହକି ଟିମ୍  ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ଜଣାଇଛନ୍ତି।


ଅଲିମ୍ପିକ୍ସରେ ଚମତ୍କାର ବିଜୟ ପାଇଁ ମଧ୍ଯ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ।  ଭାରତୀୟ ପୁରୁଷ ହକି ଟିମ୍‌ର ଆଜିର ବିଜୟ ଭବିଷ୍ୟତ ପିଢ଼ିର ଖେଳାଳିଙ୍କୁ ଉତ୍ସାହିତ କରିବ ବଲି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ଜଣାଇଛନ୍ତି। ଟ୍ବିଟରେ ମଧ୍ଯ ବ୍ରଲିଆଣ୍ଟ -ଇନ -ବ୍ଲୁ ଲେଖି ଖେଳାଳୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


ସେହିପରି ଭାରତୀୟ ପୁରୁଷ ହକି ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆଜିର ଐତିହାସକ ବିଜୟ ଭାରତୀୟ ହକି ପାଇଁ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ରାଷ୍ଟ୍ରପତି ଟ୍ବିଟକରି କହିଛନ୍ତି।

About The Author: The Sakala