ପ୍ରମିଳା ମଲ୍ଲିକଙ୍କ ଇସ୍ତଫା, ସୁଦାମ ମାର୍ଣ୍ଡିଙ୍କୁ ମିଳିଲା ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ

The Sakala Picture
Published On

ଭୁବନେଶ୍ୱର : ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଗୁରୁବାର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ଦାୟିତ୍ୱ ମିଳିଛି। ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମ ମାର୍ଣ୍ଡିଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ଦାୟିତ୍ୱ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁଦାମ ମାର୍ଣ୍ଡି କୃତଜ୍ଞତା ଜଣାଇଛନ୍ତି। ସୂଚନା ଯୋଗ୍ୟ, ବିଧାନସଭାରେ ବିଜେଡି ପ୍ରାର୍ଥୀ ଭାବେ ବାଚସ୍ପତି ପଦ ପାଇଁ ଗୁରୁବାର ପ୍ରମିଳା ମଲ୍ଲିକ ନାମାଙ୍କନ ଦାଖଲ କରିଛନ୍ତି। ସୂଚନାଥାଉ କି, ବିକ୍ରମ କେଶରୀ ଆରୁଖଙ୍କୁ […]

ଭୁବନେଶ୍ୱର : ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଗୁରୁବାର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ଦାୟିତ୍ୱ ମିଳିଛି। ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମ ମାର୍ଣ୍ଡିଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ଦାୟିତ୍ୱ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁଦାମ ମାର୍ଣ୍ଡି କୃତଜ୍ଞତା ଜଣାଇଛନ୍ତି। ସୂଚନା ଯୋଗ୍ୟ, ବିଧାନସଭାରେ ବିଜେଡି ପ୍ରାର୍ଥୀ ଭାବେ ବାଚସ୍ପତି ପଦ ପାଇଁ ଗୁରୁବାର ପ୍ରମିଳା ମଲ୍ଲିକ ନାମାଙ୍କନ ଦାଖଲ କରିଛନ୍ତି।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

ସୂଚନାଥାଉ କି, ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ, ଆସନ୍ତାକାଲି ହେବ ବାଚସ୍ପତି ନିର୍ବାଚନ । ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକ । ପ୍ରମିଳାଙ୍କୁ ଗତକାଲି ଦଳ ପକ୍ଷରୁ ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣଶ କରାଯାଇଥିଲା । ନାମାଙ୍କନ ପତ୍ର ଭରିବା ପୂର୍ବରୁ ପ୍ରମିଳା ତାଙ୍କ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର