ପ୍ରଣବ ପ୍ରକାଶ ଦାସ ଓସିଏ ସଭାପତି ପଦ ପାଇଁ ସର୍ବସମ୍ମତ ପ୍ରାର୍ଥୀ, ୨୮ ତାରିଖରେ ହେବ ନିର୍ବାଚନ

The Sakala Picture
Published On

କଟକ : ଯାଜପୁରର ବିଧାୟକ ତଥା ବିଜେଡିର ସାଂଗଠିନକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓଡ଼ିଶା କ୍ରିକେଟ ଆସୋସିଏସନର ସଭାପତି ପଦ ପାଇଁ ସର୍ବସମ୍ମତ ପ୍ରାର୍ଥୀ ହୋଇଛନ୍ତି। ଓଡ଼ିଶା କ୍ରିକେଟ୍ ଆସୋସିଏସନ ନିର୍ବାଚନ ନେଇ ପୁରୀରେ ଶେଷ ହୋଇଛି ବୈଠକ । ସର୍ବସମ୍ମତ କ୍ରମେ ସଭାପତି ପଦ ପାଇଁ ପ୍ରାର୍ଥୀ ହୋଇଛନ୍ତି ପ୍ରଣବ ପ୍ରକାଶ ଦାସ । ସଂଜୟ ବେହେରା ସଂପାଦକ ଓ ପଙ୍କଜ ଲୋଚନ ମହାନ୍ତି ଉପସଭାପତି ପ୍ରାର୍ଥୀ ହେବେ। ସେହିପରି ଯୁଗ୍ମ ସଂପାଦକ, କୋଷାଧ୍ୟକ୍ଷ […]

କଟକ : ଯାଜପୁରର ବିଧାୟକ ତଥା ବିଜେଡିର ସାଂଗଠିନକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓଡ଼ିଶା କ୍ରିକେଟ ଆସୋସିଏସନର ସଭାପତି ପଦ ପାଇଁ ସର୍ବସମ୍ମତ ପ୍ରାର୍ଥୀ ହୋଇଛନ୍ତି। ଓଡ଼ିଶା କ୍ରିକେଟ୍ ଆସୋସିଏସନ ନିର୍ବାଚନ ନେଇ ପୁରୀରେ ଶେଷ ହୋଇଛି ବୈଠକ । ସର୍ବସମ୍ମତ କ୍ରମେ ସଭାପତି ପଦ ପାଇଁ ପ୍ରାର୍ଥୀ ହୋଇଛନ୍ତି ପ୍ରଣବ ପ୍ରକାଶ ଦାସ । ସଂଜୟ ବେହେରା ସଂପାଦକ ଓ ପଙ୍କଜ ଲୋଚନ ମହାନ୍ତି ଉପସଭାପତି ପ୍ରାର୍ଥୀ ହେବେ। ସେହିପରି ଯୁଗ୍ମ ସଂପାଦକ, କୋଷାଧ୍ୟକ୍ଷ ଓ ଗୋଟିଏ କାଉନସିଲ ପଦ ପାଇଁ ନାମ ଚୁଡାନ୍ତ କରିବାକୁ ଦାୟିତ୍ବ ପୂର୍ବତନ ସମ୍ପାଦକ ଆଶିର୍ବାଦ ବେହେରାଙ୍କ ଉପରେ ଛଡାଯାଇଛି ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ସୂଚନା ମୁତାବତ ଆସନ୍ତା ୨୧ରେ ନିର୍ବାଚନ ନେଇ ନାମାଙ୍କନ ଦାଖଲ କରାଯିବ । ୨୨ରେ ଯାଞ୍ଚ ଓ ଅଭିଯୋଗ ଗ୍ରହଣ କରାଯିବା ସହିତ ନାମ ପ୍ରକାଶ କରାଯିବ । ୨୩ ତାରିଖରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ସହ ଚୁଡାନ୍ତ ତାଲିକା ପ୍ରକାଶ କରାଯିବ । ୨୮ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଆଜିର ବୈଠକରେ ବିଭିନ୍ନ ଜିଲ୍ଲା କ୍ରିକେଟ ଆସୋସିଏସନର ସଦସ୍ୟ ମାନେ ଯୋଗ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର