ଉମରକୋଟ କଲେଜରେ ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ହିଂସା: ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କୁ ଛୁରାମାଡ଼

Madhusudan Das Picture
Published On

ଭୁବନେଶ୍ୱର: ଆଗକୁ ଆସୁଛି ଛାତ୍ର ସଂସଦ ନିର୍ବାଚନ। ଏହା ପୂର୍ବରୁ ନବରଙ୍ଗପୁର ଜିଲ୍ଲା ଉମରକୋଟ ମହାବିଦ୍ୟାଳୟରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକଙ୍କ ନାମ ଦୀପ କମଲ ମହାପାତ୍ର ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ଆସନ୍ତା ୩ ଦିନ ଯାଏଁ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସୂଚନା ଅନୁଯାୟୀ, ରାଜ୍ୟର ବିଭିନ୍ନ କଲେଜରେ ଆସନ୍ତା ଅକ୍ଟୋବର ୧୫ ତାରିଖରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଗତକାଲି ଉମରକୋଟ କଲେଜ କ୍ୟାମ୍ପସ ବାହାରେ ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ସେହି ସମୟରେ ପରିସ୍ଥିତି ଶାନ୍ତ ପଡ଼ିଥିଲେ ହେଁ, ଆଜି ସକାଳେ ପୁଣି ଥରେ ଉତ୍ତେଜନା ଦେଖାଦେଇଥିଲା। ଅଭିଯୋଗ ଅନୁଯାୟୀ, ପ୍ରଥମେ ଡିଏନକେ (DNK) ଅଞ୍ଚଳରେ ଅଭିଷେକ ପଣ୍ଡା ନାମକ ଜଣେ ଯୁବକଙ୍କ ଉପରେ ବିରୋଧୀ ଗୋଷ୍ଠୀ ଆକ୍ରମଣ କରିଥିଲେ।

ଆହୁରି ପଢ଼ନ୍ତୁ: ବିଜେଡିର ଜନସମ୍ପର୍କ ପଦଯାତ୍ରାରେ ଗର୍ଜିଲେ ନବୀନ ପଟ୍ଟନାୟକ; କହିଲେ 'ଡବଲ ଇଞ୍ଜିନ୍ ସରକାର ଓଡ଼ିଶାର ସୁନାମ ନଷ୍ଟ କରୁଛି'

ଏହା ପରେ, ଡିଏନକେ ସ୍ଥିତ ତ୍ରିନାଥ ମନ୍ଦିର ନିକଟରେ ଦୀପ କମଲ ମହାପାତ୍ରଙ୍କ ଗୋଷ୍ଠୀ ଆଲୋଚନା କରୁଥିବା ବେଳେ ପ୍ରାୟ ୩୦ ରୁ ୪୦ ଜଣ ଯୁବକ ହଠାତ୍ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଦୀପ କମଲଙ୍କୁ ଛୁରୀ ଏବଂ ଖଣ୍ଡାରେ ଆକ୍ରମଣ କରାଯାଇଥିଲା, ଯାହା ଫଳରେ ତାଙ୍କ ପେଟ, ହାତ ଏବଂ ଗୋଡ଼ରେ ଗଭୀର ଆଘାତ ଲାଗିଛି।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍ ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ

ଗୁରୁତର ଅବସ୍ଥାରେ ଦୀପ କମଲଙ୍କୁ ପ୍ରଥମେ ଉମରକୋଟ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବାରୁ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ତୁରନ୍ତ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ଏହି ଘଟଣାକୁ ନେଇ ଡାକ୍ତରଖାନା ପରିସରରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ବର୍ତ୍ତମାନ ଏନେଇ ଉମରକୋଟ ଥାନାରେ ଏକ ମାମଲା ରୁଜୁ ହୋଇଛି ଏବଂ ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର