୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ; ଏପ୍ରିଲ ସୁଦ୍ଧା ଆସନ ସଂରକ୍ଷଣ ଚୂଡାନ୍ତ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

Madhusudan Das Picture
Published On

ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ । ପଞ୍ଚାୟତ ନିର୍ବାଚନରେ ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି । ଏପ୍ରିଲ ୨୦୨୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡାନ୍ତ ରିପୋର୍ଟ ଦେବାକୁ ଚିଠିରେ ନିର୍ଦ୍ଦେଶ । ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । 

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ଜଣଙ୍କର ମୃତ୍ୟୁ, ୧୦ରୁ ଊର୍ଦ୍ଧ୍ୱ ଆହତ

ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୪ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଜିଲ୍ଲା ପରିଷଦ ସଦସ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୭ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ତାରିଖ ସୁଦ୍ଧା ସରକାରଙ୍କ ଅନୁମୋଦନ କ୍ରମେ ୩୦ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନକୁ ଜଣାଇବେ । 

ଆହୁରି ପଢ଼ନ୍ତୁ: କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ; କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍‌ କଟକଣା ଜାରି

ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ୧୩ରେ ଚିଠା ବିଜ୍ଞପ୍ତି ଏବଂ ୨୯ ରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ, ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଯାଏଁ ସଂରକ୍ଷଣ ରହିବ । ମହିଳାଙ୍କ ପାଇଁ ୫୦ ପ୍ରତିଶତ ସିଟ୍ ସଂରକ୍ଷଣ ରହିବ । 

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବିଭାଗର ବଡ଼ ପ୍ରସ୍ତୁତି, ମୁତୟନ ହେବେ ୨୦୫ ଟିମ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର