ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ନେଇ ପ୍ରସ୍ତୁତି ବୈଠକ; ଆଡ଼ମ୍ବରପୂର୍ଣ୍ଣ, ଶୃଙ୍ଖଳିତ ଯାତ୍ରାକୁ ଗୁରୁତ୍ୱ

The Sakala Picture
Published On

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗରଯାତ୍ରା ନେଇ ପ୍ରସ୍ତୁତି ବୈଠକ ସର୍କିଟ ହାଉସ୍‌‌ଠାରେ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମନ୍ୱୟ କମିଟି ବୈଠକରେ ସେବାୟତ, ମନ୍ଦିର ପ୍ରଶାସନ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ଏବଂ ପ୍ରଶାସନିକ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଚଳିତବର୍ଷର ଜାଗର ଯାତ୍ରାକୁ ମହାଆଡ଼ମ୍ୱରରେ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ପାଇଁ ଜିଲ୍ଲାପାଳ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ। ଏଥିରେ ମେୟର ସୁଲୋଚନା ଦାସ ଯୋଗଦେଇ ପୂର୍ବବର୍ଷ ଭଳି ଚଳିତବର୍ଷ […]

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗରଯାତ୍ରା ନେଇ ପ୍ରସ୍ତୁତି ବୈଠକ ସର୍କିଟ ହାଉସ୍‌‌ଠାରେ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମନ୍ୱୟ କମିଟି ବୈଠକରେ ସେବାୟତ, ମନ୍ଦିର ପ୍ରଶାସନ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ଏବଂ ପ୍ରଶାସନିକ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଚଳିତବର୍ଷର ଜାଗର ଯାତ୍ରାକୁ ମହାଆଡ଼ମ୍ୱରରେ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ପାଇଁ ଜିଲ୍ଲାପାଳ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ। ଏଥିରେ ମେୟର ସୁଲୋଚନା ଦାସ ଯୋଗଦେଇ ପୂର୍ବବର୍ଷ ଭଳି ଚଳିତବର୍ଷ ବିଏମ୍‌‌ସି ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୪୬୦୭ ଡାକ୍ତର ପଦବୀ ଖାଲି: ବିଧାନସଭାରେ ଉଦବେଗଜନକ ତଥ୍ୟ ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ବୈଠକରେ ଜାଗର ନୀତି ନିର୍ଘଣ୍ଟ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଆସନ୍ତା ମାର୍ଚ୍ଚ ୮ ଭୋର ୩ଟା ସମୟରେ ମନ୍ଦିର ଖୋଲାଯାଇ ରାତି ୧୦ଟାରେ ମହାଦୀପ ଉଠିବ ବୋଲି ପୂର୍ବରୁ ନୀତି ନିର୍ଘଣ୍ଟ ସ୍ଥିର କରାଯାଇଛି। ଏଥିରେ ଶ୍ରୀଜିଉଙ୍କ ସମସ୍ତ ପାଳିଆ ଓ ସେବାୟତ ମନ୍ଦିରରେ ଉପସ୍ଥିତ ପୂର୍ବକ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ବୈଠକରେ ପ୍ରସ୍ତାବ ପାରିତ ହୋଇଥିଲା। ଏଥିସହ ଉକ୍ତ ବୈଠକରେ ବିଭିନ୍ନ ଆନୁଷଙ୍ଗିକ ଦାୟିତ୍ୱ ମଧ୍ୟ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଦାନ କରାଯାଇଛି। ଜାଗର ଅବସରରେ ମନ୍ଦିରର ଅନ୍ତଃଗୃହ, ବେଢ଼଼ା ପରିଷ୍କାର ପରିଚ୍ଛନ୍ନତା, ପାଦୁକା ନାଳ ସଫା, ଆଲୋକୀକରଣ, ବ୍ୟାରିକେଡିଂ, ଟ୍ରାଫିକ୍‌‌ ନିୟନ୍ତ୍ରଣ, ଶାନ୍ତିଶୃଙ୍ଖଳା ରକ୍ଷା, ପାନୀୟ ଜଳ ଯୋଗାଣ, ସୂଚନା କେନ୍ଦ୍ର, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ଆଶୁ ଆରୋଗ୍ୟ କେନ୍ଦ୍ର, ଆମ୍ୱୁଲାନ୍ସ ମୁତୟନ, ଅଗ୍ନି ନିର୍ବାପକ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା। ସେହିଭଳି ଜାଗର ଯାତ୍ରା ସମୟରେ ବିଭିନ୍ନ ସେବା ପ୍ରଦାନ ପାଇଁ ନିୟୋଜିତ ସ୍ୱେଚ୍ଛାସେବୀ ସଂଗଠନଗୁଡ଼ିକୁ ନେଇ ଏକ ସ୍ୱତନ୍ତ୍ର ବୈଠକ କରାଯିବ। ସେମାନଙ୍କ ମତାମତକୁ ବିଚାରକୁ ନିଆଯାଇ ପ୍ରଶାସନ ପକ୍ଷରୁ ସହଯୋଗ ଯୋଗାଇ ଦିଆଯିବ ବୋଲି ଜଣାପଡ଼ିଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ରୁଦ୍ରନାରାୟଣ ମହାନ୍ତି, ବିଏମ୍‌‌ସିର ଅତିରିକ୍ତ କମିସନର୍‌‌ ଶୁଭେନ୍ଦୁ ସାହୁ, ଉପଜିଲ୍ଲାପାଳ ଚିନ୍ମୟ ଆଚାର୍ଯ୍ୟ, ବିଭିନ୍ନ ନିଯୋଗର କର୍ମକର୍ତ୍ତା ଏବଂ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

03 Mar 2024 By The Sakala

ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ନେଇ ପ୍ରସ୍ତୁତି ବୈଠକ; ଆଡ଼ମ୍ବରପୂର୍ଣ୍ଣ, ଶୃଙ୍ଖଳିତ ଯାତ୍ରାକୁ ଗୁରୁତ୍ୱ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗରଯାତ୍ରା ନେଇ ପ୍ରସ୍ତୁତି ବୈଠକ ସର୍କିଟ ହାଉସ୍‌‌ଠାରେ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମନ୍ୱୟ କମିଟି ବୈଠକରେ ସେବାୟତ, ମନ୍ଦିର ପ୍ରଶାସନ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ଏବଂ ପ୍ରଶାସନିକ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଚଳିତବର୍ଷର ଜାଗର ଯାତ୍ରାକୁ ମହାଆଡ଼ମ୍ୱରରେ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ପାଇଁ ଜିଲ୍ଲାପାଳ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ। ଏଥିରେ ମେୟର ସୁଲୋଚନା ଦାସ ଯୋଗଦେଇ ପୂର୍ବବର୍ଷ ଭଳି ଚଳିତବର୍ଷ ବିଏମ୍‌‌ସି ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।

ବୈଠକରେ ଜାଗର ନୀତି ନିର୍ଘଣ୍ଟ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଆସନ୍ତା ମାର୍ଚ୍ଚ ୮ ଭୋର ୩ଟା ସମୟରେ ମନ୍ଦିର ଖୋଲାଯାଇ ରାତି ୧୦ଟାରେ ମହାଦୀପ ଉଠିବ ବୋଲି ପୂର୍ବରୁ ନୀତି ନିର୍ଘଣ୍ଟ ସ୍ଥିର କରାଯାଇଛି। ଏଥିରେ ଶ୍ରୀଜିଉଙ୍କ ସମସ୍ତ ପାଳିଆ ଓ ସେବାୟତ ମନ୍ଦିରରେ ଉପସ୍ଥିତ ପୂର୍ବକ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ବୈଠକରେ ପ୍ରସ୍ତାବ ପାରିତ ହୋଇଥିଲା। ଏଥିସହ ଉକ୍ତ ବୈଠକରେ ବିଭିନ୍ନ ଆନୁଷଙ୍ଗିକ ଦାୟିତ୍ୱ ମଧ୍ୟ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଦାନ କରାଯାଇଛି। ଜାଗର ଅବସରରେ ମନ୍ଦିରର ଅନ୍ତଃଗୃହ, ବେଢ଼଼ା ପରିଷ୍କାର ପରିଚ୍ଛନ୍ନତା, ପାଦୁକା ନାଳ ସଫା, ଆଲୋକୀକରଣ, ବ୍ୟାରିକେଡିଂ, ଟ୍ରାଫିକ୍‌‌ ନିୟନ୍ତ୍ରଣ, ଶାନ୍ତିଶୃଙ୍ଖଳା ରକ୍ଷା, ପାନୀୟ ଜଳ ଯୋଗାଣ, ସୂଚନା କେନ୍ଦ୍ର, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ଆଶୁ ଆରୋଗ୍ୟ କେନ୍ଦ୍ର, ଆମ୍ୱୁଲାନ୍ସ ମୁତୟନ, ଅଗ୍ନି ନିର୍ବାପକ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା। ସେହିଭଳି ଜାଗର ଯାତ୍ରା ସମୟରେ ବିଭିନ୍ନ ସେବା ପ୍ରଦାନ ପାଇଁ ନିୟୋଜିତ ସ୍ୱେଚ୍ଛାସେବୀ ସଂଗଠନଗୁଡ଼ିକୁ ନେଇ ଏକ ସ୍ୱତନ୍ତ୍ର ବୈଠକ କରାଯିବ। ସେମାନଙ୍କ ମତାମତକୁ ବିଚାରକୁ ନିଆଯାଇ ପ୍ରଶାସନ ପକ୍ଷରୁ ସହଯୋଗ ଯୋଗାଇ ଦିଆଯିବ ବୋଲି ଜଣାପଡ଼ିଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ରୁଦ୍ରନାରାୟଣ ମହାନ୍ତି, ବିଏମ୍‌‌ସିର ଅତିରିକ୍ତ କମିସନର୍‌‌ ଶୁଭେନ୍ଦୁ ସାହୁ, ଉପଜିଲ୍ଲାପାଳ ଚିନ୍ମୟ ଆଚାର୍ଯ୍ୟ, ବିଭିନ୍ନ ନିଯୋଗର କର୍ମକର୍ତ୍ତା ଏବଂ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର