ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତିରେ ଯୋଗଦେବେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ସୂଚନା ଜାରି ହୋଇଛି । ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ପରେ ଏନେଇ ସୂଚନା ମିଳିଛି । ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ୨୦ ତାରିଖରେ ମୟୂରଭଞ୍ଜ  ଜିଲ୍ଲା ରାଇରଙ୍ଗପୁର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ରାଷ୍ଟ୍ରପତି ଓ ମାନ୍ୟବର ପ୍ରଧାନମନ୍ତ୍ରୀ ଯୋଗଦେବା ପାଇଁ ସ୍ୱୀକୃତି ଦେଇଛନ୍ତି। ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ  ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ବୈଠକରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ ସ୍ଥଳୀରେ ସୁରକ୍ଷା ବ୍ୟବସ୍ଥା, ସଭାରେ ଯୋଗଦେଉଥିବା ସାଧାରଣ ଲୋକଙ୍କ ପାଇଁ ସୁବିଧା, ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଯେହେତୁ ଉଭୟ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦେଉଛନ୍ତି ତେଣୁ ଏହି କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ପ୍ରକାଶ କରି ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

ବୈଠକରୁ ଜଣାଯାଇଛି ଯେ, ମାନ୍ୟବର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏହି ଅବସରରେ ଓଡିଶା ପାଇଁ ଅନେକ ଗୁଡିଏ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦ୍‍ଘାଟନ ଓ ଶିଳାନ୍ୟାସ କରାଯିବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ବିଜେପିର ଜନବିରୋଧୀ ନୀତି ପାଇଁ ଓଡ଼ିଶା ଉପେକ୍ଷିତ: ବିଜେଡି

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଶ୍ରୀ ଡି.କେ. ସିଂହ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ପ୍ରମୁଖ ଯୋଗଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର