ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିଛନ୍ତି  ରାଷ୍ଟ୍ରପତି। ଏମ୍‌ସ ଭୁବନେଶ୍ୱର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି। ଶ୍ରୀମତୀ ମୁର୍ମୁ ଦୁଇଦିନିଆ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏବଂ କଟକରେ ଆୟୋଜନ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଜୁଲାଇ ୧୪ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ପଞ୍ଚମ ସମାବର୍ତ୍ତନ ସମାରୋହରେ ଅଂଶଗ୍ରହଣ କରିବେ। ଏହି ସମ୍ମାନଜନକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ […]

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିଛନ୍ତି  ରାଷ୍ଟ୍ରପତି। ଏମ୍‌ସ ଭୁବନେଶ୍ୱର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ଶ୍ରୀମତୀ ମୁର୍ମୁ ଦୁଇଦିନିଆ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏବଂ କଟକରେ ଆୟୋଜନ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଜୁଲାଇ ୧୪ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ପଞ୍ଚମ ସମାବର୍ତ୍ତନ ସମାରୋହରେ ଅଂଶଗ୍ରହଣ କରିବେ। ଏହି ସମ୍ମାନଜନକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଯୋଗଦେବେ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ଜୁଲାଇ ୧୫ ତାରିଖରେ ଶ୍ରୀମତୀ ମୁର୍ମୁ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଅତିଥି ଭାବେ ଯୋଗଦାନ କରିବା ସହ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ତିନୋଟି ଅଟ୍ଟାଳିକାର ପୁନର୍ବିକାଶ ଲାଗି ଶିଳାନ୍ୟାସ କରିବେ। ସେ ମଧ୍ୟ ଆଦିକବି ସାରଳା ଦାସଙ୍କ ଜନ୍ମ ବାର୍ଷିକୀ ସମାରୋହରେ ଯୋଗ ଦେବା ସହିତ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର