ଓଡ଼ିଶା ଗସ୍ତର ଆଜି ଚତୁର୍ଥ ଦିନରେ ସମ୍ବଲପୁର ଯିବେ ରାଷ୍ଟ୍ରପତି

The Sakala Picture
Published On

ଭୁବନେଶ୍ବର: ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଆଜି ଚତୁର୍ଥ ଦିନ । ୪ ଦିନିଆ ଗସ୍ତର ଶେଷ ଦିନରେ ଆଜି ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ସମ୍ବଲପୁର ଗସ୍ତ କାର୍ଯ୍ୟକ୍ରମ ରହିଛି । ସେଠାରେ ସନ୍ଥକବି ଭୀମ ଭୋଇଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନ ପରିଦର୍ଶନ କରିବେ । ସମ୍ବଲପୁର ମିନି ଷ୍ଟାଡିୟମରେ ମହିମା ସଂପ୍ରଦାୟର ଅନୁଗାମୀକୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ସକାଳ ୧୦ ଟା ୫୦ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚି ୧୧ଟା ୪୫ ମିନିଟରେ ରେଢ଼ାଖୋଲ […]

ଭୁବନେଶ୍ବର: ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଆଜି ଚତୁର୍ଥ ଦିନ । ୪ ଦିନିଆ ଗସ୍ତର ଶେଷ ଦିନରେ ଆଜି ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ସମ୍ବଲପୁର ଗସ୍ତ କାର୍ଯ୍ୟକ୍ରମ ରହିଛି । ସେଠାରେ ସନ୍ଥକବି ଭୀମ ଭୋଇଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନ ପରିଦର୍ଶନ କରିବେ । ସମ୍ବଲପୁର ମିନି ଷ୍ଟାଡିୟମରେ ମହିମା ସଂପ୍ରଦାୟର ଅନୁଗାମୀକୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ସକାଳ ୧୦ ଟା ୫୦ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚି ୧୧ଟା ୪୫ ମିନିଟରେ ରେଢ଼ାଖୋଲ କଦଳୀଗଡ ହାଇସ୍କୁଲ ପଡ଼ିଆରେ ପହଞ୍ଚିବେ ରାଷ୍ଟ୍ରପତି କ୍ଷ ଦିନ ୧୨ଟା ୧୦ମିନିଟରେ ସନ୍ଥ କବି ଭୀମ ଭୋଇଙ୍କ ଜନ୍ମସ୍ଥଳୀ ମଧୁପୁର ଯାଇ ଭୀମ ଭୋଇଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଳ ଅର୍ପଣ କରିବେ । ଏହାପରେ ପୁଣି ୧୨ ଟା ୪୫ରେ କନ୍ଧରାରେ ଥିବା ଭୀମଭୋଇଙ୍କ ଦିବ୍ୟ ଜ୍ୟୋତି ଦର୍ଶନ ଓ ଜ୍ଞାନ ପ୍ରାପ୍ତି ପୀଠକୁ ଯିବେ ମହାମହିମ ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ଏହାପରେ ପୁଣି ରେଢ଼ାଖୋଲରେ ଥିବା କୁକୁଡ଼ା ବାହାଲିରେ ଥିବା ଭୀମ ଭୋଇଙ୍କ ଆଶ୍ରମକୁ ଯିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ରେଢ଼ାଖୋଲ ମିନି ଷ୍ଟାଡିୟମରେ ମହିମା ଧର୍ମାବଲମ୍ବୀ ଲୋକଙ୍କ ସହ ଆଲଚନା କରିବାର କାର୍ୟକ୍ରମ ରହିଛି । ଏହାପରେ କଦଳୀଗଡ ପୁଣି ଆସି ଫେରି ଯିବାର କାର୍ଯ୍ୟକ୍ରମ ରହିଛି ।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର