ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରା ଉଦ୍‌ଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ: ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ପରମ୍ପରାର ପ୍ରତୀକ ଐତିହାସିକ ତଥା ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରା ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷର ଏହି ମହାଆଡ଼ମ୍ବରପୂର୍ଣ୍ଣ ମହୋତ୍ସବର ଉଦ୍‌ଘାଟନୀ ସମାରୋହରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେବାର କାର୍ଯକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ମହାମହିମ ରାଷ୍ଟ୍ରପତିଙ୍କୁ ବିଧିବଦ୍ଧ ଭାବେ ନିମନ୍ତ୍ରଣ ପତ୍ର ପଠାଯାଇଥିଲା। ରାଷ୍ଟ୍ରପତି ଏହି ନିମନ୍ତ୍ରଣକୁ ସାଦରେ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରୁ ଏ ସମ୍ପର୍କରେ ସରକାରଙ୍କୁ ଅବଗତ କରାଯାଇଥିବା ସୂଚନା ମିଳିଛି। ଉଦ୍‌ଘାଟନୀ ଉତ୍ସବରେ ରାଷ୍ଟ୍ରପତିଙ୍କ ସମେତ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ମଧ୍ୟ ମଞ୍ଚାସୀନ ରହିବେ। ରାଷ୍ଟ୍ରତିଙ୍କଠାରୁ ସବୁଜ ସଙ୍କେତ ମିଳିବା ପରେ କାର୍ଯ୍ୟକ୍ରମର ପୂର୍ଣ୍ଣାଙ୍ଗ ରୂପରେଖ ଓ ସୁରକ୍ଷା ବ୍ୟବସ୍ଥା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଛି। ଅନ୍ୟପଟେ ରାଷ୍ଟ୍ରପତିଙ୍କ ଯୋଗଦାନ ଖବରକୁ ନେଇ କଟକବାସୀ ତଥା ବ୍ୟବସାୟୀ ମହଲରେ ବେଶ୍‌ ଉତ୍ସାହ ପ୍ରକାଶ ପାଇଛି।

About The Author: Madhusudan Das