ଗୃହକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ଆଜି ମୁଁ ଯେଉଁଠି ଅଛି ତାହାର ଶ୍ରେୟ ଏହି ଗୃହର, ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନ ଥିଲେ ଏଠି ପହଞ୍ଚି ପାରି ନ ଥାନ୍ତି...

ଗୃହରେ ଉଚ୍ଚାରଣ ଓ ଆଚରଣ କଥା କହିଲେ ରାଷ୍ଟ୍ରପତି

Deviprasad Mohanty Picture
Published On

ଭୁବନେଶ୍ବର: ଓଡ଼ିଶା ବିଧାନସଭା ପାଇଁ ଆଜି ଐତିହାସିକ ମୁହୂର୍ତ୍ତ। ଗୃହକୁ ସମ୍ବୋଧିତ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୟ ଜଗନ୍ନାଥ କହି ସେ ନିଜର ଅଭିଭାଷଣ ଆରମ୍ଭ କରିଥିଲେ। ଆପଣଙ୍କ ଗହଣରେ ଉପସ୍ଥିତ ରହି ବହୁତ ଆନନ୍ଦିତ ବୋଲି କହିଥିଲେ। ପୂର୍ବରୁ ଅନେକ ରାଜ୍ୟର ବିଧାନସଭାକୁ ସମ୍ବୋଧିତ କରିଛି। କିନ୍ତୁ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିବା ନିଶ୍ଚିତ ନିଆରା ବୋଲି ସେ କହିଥିଲେ।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ଆଜି ମୁଁ ଯେଉଁଠି ଅଛି ତାହାର ଶ୍ରେୟ ଏହି ଗୃହର। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନ ଥିଲେ ଏଠି ପହଞ୍ଚି ପାରି ନ ଥାନ୍ତି। ଏହି ଗୃହରେ ବିଧାୟିକା ଭାବେ ପ୍ରଶ୍ନ ପଚାରିଛି । ଏହି ଗୃହରେ ମନ୍ତ୍ରୀ ଭାବେ ପ୍ରଶ୍ନର ଉତ୍ତର ଦେଇଛି। ଗ୍ୟାଲେରୀରେ ବସିଥିବା କିଛି ପୂର୍ବତନ ବିଧାୟକଙ୍କ ସହ କାମ କରିଛି। ଆଜି ମୁଁ ସେମାନଙ୍କୁ ପାଖରେ ପାଇ ଆବିଭୂତ ବୋଲି କହିଥିଲେ। ଏହି କଳିଙ୍ଗ ଚଣ୍ଡାଶୋକ ଅଶୋକଙ୍କୁ ଧର୍ମାଶୋକ କରିଛି। ଦେଶର ସ୍ବାଧୀନତା ସଂଗ୍ରାମ ଓ ରାଷ୍ଟ୍ରଗଠନ ଦିଗରେ ଓଡ଼ିଶାର ଭୂମିକା ବେଶ୍‌ ଗୁରୁତ୍ବପୂର୍ଣ୍ଣ । ଏଇଠି ଇଂରେଜ ବିରୋଧରେ ସଂଗ୍ରାମ ଆରମ୍ଭ ହୋଇଥିଲା। ଏହାର ମହାନାୟକ ଥିଲେ ବକ୍ସି ଜଗବନ୍ଧୁ ବିଦ୍ୟାଧର।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ଐତିହାସିକ ନୌବାଣିଜ୍ୟ, ଇଂରେଜ ବିରୋଧୀ ଲଢ଼େଇରୁ ଶିକ୍ଷା ମିଳିଛି। ମହତାବ, ବିଜୁ ପଟ୍ଟାନୟକଙ୍କ ସମେତ ବହୁ ନିର୍ମାତାଙ୍କୁ ମନେପକାଇଥିଲେ। ଓଡ଼ିଶା ବିଧାନସଭାରେ ନାରୀଙ୍କ ପ୍ରତିନିଧିତ୍ବ ବଢ଼ିଛି । ଆଜି ବିଧାନସଭାକୁ ଜଣେ ମହିଳା ବାଚସ୍ପତି ଚଳାଉଛନ୍ତି। ଏହା ବିକଶିତ ଭାରତର ପରିକଳ୍ପନା ପାଇଁ ସମ୍ଭବ। ପ୍ରଜାମାନେ ଅନେକ ସ୍ବପ୍ନ ନେଇ ଆପଣଙ୍କୁ ପଠାଇଛନ୍ତି । ସେମାନଙ୍କ ମୁହଁରେ ହସ ଫୁଟାଇବା ଆପଣଙ୍କ କର୍ତ୍ତବ୍ୟ। ଗୃହରେ ଆପଣଙ୍କ ଉଚ୍ଚାରଣ ଓ ଆଚରଣ ଭଲ ରହିବା ଉଚିତ। କାରଣ ଆଜିର ଟେକ୍ନୋଲୋଜି ଜରିଆରେ ତାହା ସମସ୍ତେ ଆପଣଙ୍କୁ ଦେଖୁଛନ୍ତି ବୋଲି କହିଥିଲେ ରାଷ୍ଟ୍ରପତି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର