ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ଓଡ଼ିଶାର ମୟୂରଭଞ୍ଜରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପହଞ୍ଚିଛନ୍ତି । ପରେ ଖିଚିଂରେ ମାଆ କିଚକେଶ୍ବରୀଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ରାଇରଙ୍ଗପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ଯାସ ଓ ଉଦଘାଟନ କରିବେ ରାଷ୍ଟ୍ରପତି। ମୟୂରଭଞ୍ଜ ଜିଲ୍ଲାରେ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ୧୫ ପ୍ଲାଟୁନ୍‌ ଫୋର୍ସ ମୁତୟନ ରହିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ […]

ଭୁବନେଶ୍ବର: ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ଓଡ଼ିଶାର ମୟୂରଭଞ୍ଜରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପହଞ୍ଚିଛନ୍ତି । ପରେ ଖିଚିଂରେ ମାଆ କିଚକେଶ୍ବରୀଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ରାଇରଙ୍ଗପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ଯାସ ଓ ଉଦଘାଟନ କରିବେ ରାଷ୍ଟ୍ରପତି। ମୟୂରଭଞ୍ଜ ଜିଲ୍ଲାରେ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ୧୫ ପ୍ଲାଟୁନ୍‌ ଫୋର୍ସ ମୁତୟନ ରହିଛନ୍ତି।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲାରେ ୨ଦିନ ରହଣୀ ସାଙ୍ଗକୁ କେନ୍ଦୁଝର, କଟକ, ଭୁବନେଶ୍ୱର, ବ୍ରହ୍ମପୁର ଓ ସମ୍ୱଲପୁରଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଇରଙ୍ଗପୁରରେ ନିଜ ବାସଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି। ମାଟିର ଝିଅକୁ ସ୍ୱାଗତ ପାଇଁ ସାରା ମୟୂରଭଞ୍ଜ ଜିଲ୍ଲା ଚଳଚଞ୍ଚଳ ହୋଇଉଠିଛି।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

୨୯ ତାରିଖରେ କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟରେ କେନ୍ଦୁଝରର ଜନଜାତିଙ୍କ ଉପରେ ଆୟୋଜିତ ଆଲୋଚନାଚକ୍ରକୁ ଉଦ୍‌ଘାଟନ କରିବେ ରାଷ୍ଟ୍ରପତି। ଅପରାହ୍ଣ ୫ଟା ୨୦ରେ ରାଷ୍ଟ୍ରପତି ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ଭୁବନେଶ୍ୱର ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ହେବେ। ୬ଟା ୫୪ରେ ସେ ରାଜଭବନରେ ପହଞ୍ଚି ସେଠାରେ ପହଞ୍ଚି ରାତ୍ରଭୋଜନ କରିବା ସହ ରହିବେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ମାର୍ଚ୍ଚ ୧ ତାରିଖରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ଅପରାହ୍ଣ ୪ଟା ୫ରେ କଟକରେ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବେ।

୨ ତାରିଖ ସକାଳ ୧୦ଟା ୧୦‌ରେ ଝାଡ଼ସୁଗଡ଼ା ବିମାନବନ୍ଦରରେ ଓହ୍ଲାଇ ସିଧା ସମ୍ୱଲପୁର ଜିଲ୍ଲା ଗସ୍ତରେ ଯିବେ ରାଷ୍ଟ୍ରପତି। ସେଠାରେ ସନ୍ଥକବି ଭୀମଭୋଇଙ୍କ ଦିବ୍ୟଜ୍ୟୋତି ଦର୍ଶନ ସହ ବିଭିନ୍ନ ସ୍ଥାନ ପରିଭ୍ରମଣ କରିବେ। ଏହାସହ ସମ୍ବଲପୁର ମିନି ଷ୍ଟାଡିୟମରେ ମହିମା ସମ୍ପ୍ରଦାୟ ଅନୁଗାମୀଙ୍କ ସହ ଭେଟିବେ ବୋଲି କାର୍ଯ୍ୟସୂଚୀରେ ସ୍ଥିର କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର