ତିନି ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଭୁବନେଶ୍ବର ବିମାନବନ୍ଦରରେ ଭବ୍ୟ ସ୍ୱାଗତ

Madhusudan Das Picture
Published On

ଭୁବନେଶ୍ୱର: ଓଡ଼ିଶାରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜିଠାରୁ ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ତିନିଦିନିଆ ଗସ୍ତ । ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦର (BPIA) ଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ବିମାନବନ୍ଦରରେ ଉପସ୍ଥିତ ରହି ରାଷ୍ଟ୍ରପତିଙ୍କୁ ପାଛୋଟି ନେଇଥିଲେ।

ଆହୁରି ପଢ଼ନ୍ତୁ: ପୁଣି ଅଶାନ୍ତ ରାଜଧାନୀ; ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବିମାନବନ୍ଦରରୁ ସିଧାସଳଖ ରାଷ୍ଟ୍ରପତି ରାଜଭବନ ଅଭିମୁଖେ ବାହାରିଥିଲେ। ଆଜି ସନ୍ଧ୍ୟାରେ ସେ କଟକର ଏକ ଘରୋଇ ବିଶ୍ୱବିଦ୍ୟାଳୟର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଡମପଡ଼ାନିକଟ ବାଆଁରା ଠାରେ ଜଗତ ଗୁରୁ ଶ୍ରୀ କୃପାଳୁ ମହାରାଜ ବିଶ୍ଵବିଦ୍ୟାଳୟକୁ ଉଦଘାଟନ କରିବେ। ଭୁବନେଶ୍ବରରେ ୪୦ପ୍ଲାଟୁନ ଓ କଟକରେ ୧୭ ପ୍ଲାଟୁନ ଫୋର୍ସ ନିୟୋଜିତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଆସିକା ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ଘଟଣାରେ ବିଧାୟକଙ୍କ ପୁଅଙ୍କୁ ତୁରନ୍ତ ଗିରଫ କରାଯାଉ: ବିଜେଡି

ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସ୍ୱତନ୍ତ୍ର ଟ୍ରେନ ଯୋଗେ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା କରିବେ। ସେଠାରୁ ସେ ସଡ଼କ ପଥରେ ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ତପ୍ତପାଣି ଉଷ୍ଣ ପ୍ରସ୍ରବଣ ପରିଦର୍ଶନରେ ଯିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ମା’ କନ୍ଧୁଣୀଦେବୀ ପୀଠରେ ଦର୍ଶନ, ଆଳତି ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେବେ। ଆର୍ମି ଏୟାର ଡିଫେନ୍ସ କଲେଜରେ ରାତ୍ର ରହଣି ସହ ବ୍ରହ୍ମପୁର-ଗୋପାଳପୁରସ୍ଥିତ ଧବଳେଶ୍ୱର ମନ୍ଦିର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ବ୍ରହ୍ମପୁର ରେଳ ଷ୍ଟେସନକୁ ହାଇ ଆଲର୍ଟ ଘୋଷଣା କରାଯାଇଛି  । ମଙ୍ଗଳବାର ରାତିରେ ସେ ଗଞ୍ଜାମ ଜିଲ୍ଲା ଗୋଳାବନ୍ଧ ସ୍ଥିତ ଆର୍ମି ଏଡି କଲେଜ (Army AD College) ରେ ରାତ୍ରିଯାପନ କରିବେ। ଏହାପରେ ଅଗଷ୍ଟ ୫ ତାରିଖରେ ସେ ନିଜର ଓଡ଼ିଶା ଗସ୍ତ ଶେଷ କରି ନୂଆଦିଲ୍ଲୀ ଫେରିଯିବେ।

ଆହୁରି ପଢ଼ନ୍ତୁ: ମନଇଛା ଗଛ କାଟିବା ଅଭିଯୋଗରେ ଡାବୁଗାଁ ରେଞ୍ଜ ମୈଦଲପୁର ସେକ୍ସନ ଫରେଷ୍ଟର ନିଲମ୍ବିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର