ଯାଜପୁରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମା' ବିରଜାଙ୍କ ଦର୍ଶନ କରିବା ସହ ନାଭିଗୟାରେ ପିଣ୍ଡଦାନ କରିବେ ରାଷ୍ଟ୍ରପତି

Madhusudan Das Picture
Published On

ଯାଜପୁର: ଯାଜପୁରରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମାଆ ବିରଜାଙ୍କ ଦର୍ଶନ କରିବା ସହ ନାଭିଗୟାରେ ପିଣ୍ଡଦାନ କରିବେ ରାଷ୍ଟ୍ରପତି । ଯାଜପୁର କୁସୁମା ନିକଟସ୍ଥ ପ୍ରଶାସନିକ ପଡ଼ିଆରେ ପ୍ରସ୍ତୁତ ହେଲିପ୍ୟାଡରେ ହେଲିକପ୍ଟର ଅବତରଣ କରିବା ପରେ ରାସ୍ତାରେ ଆସି ବିରଜା ମନ୍ଦିରରେ ପହଞ୍ଚିଛନ୍ତି ମହାମହିମ । ମନ୍ଦିରରେ ମୁଖ୍ୟ ପୁରୋଧା ହିମାଂଶୁ ପତିମିଶ୍ରଙ୍କ ନେତୃତ୍ୱରେ ପୁରୋଧା ଜ୍ଞାନ ରଞ୍ଜନ ପତି ପୂଜା କାର୍ଯ୍ୟରେ ନିୟୋଜିତ ରହିଛନ୍ତି । କୁସୁମାଠାରୁ ମାଆ ବିରଜାଙ୍କ ମନ୍ଦିର ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ବରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ ପାଇଁ ସାଂସ୍କୃତିକ ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି। ନାଭିଗୟାକୁ ସଂପୂର୍ଣ୍ଣ ପରିଷ୍କାର ପରିଚ୍ଛନ୍ନ କରାଯାଇଛି , ମା’ଙ୍କ ଦର୍ଶନ, ପୂଜାର୍ଚ୍ଚନା ଓ ନାଭିଗୟାରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବା ପାଇଁ ୧୬ ଜଣ ବ୍ରାହ୍ମଣଙ୍କ ବ୍ୟତୀତ  ୩୨ଜଣ ସେବାୟତ ମନ୍ଦିରରେ ଉପସ୍ଥିତ ଅଛନ୍ତି । ମା’ ବିରଜାଙ୍କ ସ୍ବତନ୍ତ୍ର ବେଶ ଓ ନୀତିକାନ୍ତି କରାଯାଉଛି ।

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ପୁରୋଧା ସରୋଜ କୁମାର ପତି ଓ ସହଯୋଗୀ ପିଣ୍ଡଦାନ କାର୍ଯ୍ୟକ୍ରମରେ ନିୟୋଜିତ ରହିବେ। ଏଥିସହ ୩୨ଜଣ ସେବାୟତ ମନ୍ଦିର ପରିସରରେ ମୁକ୍ତି ମଣ୍ଡପରେ ରହିବାର କାର୍ଯ୍ୟକ୍ରମ ରହିଛି। ମାଆ ବିରଜାଙ୍କ ମନ୍ଦିରରେ ପହଞ୍ଚି ଦର୍ଶନ କରୁଛନ୍ତି ରାଷ୍ଟ୍ରପତି । ପରେ ନାଭିଗୟାରେ ପହଞ୍ଚି ପିଣ୍ଡଦାନ କରିବେ । ସେଠାରୁ ବାହାରି ଅପରାହ୍ନ ୧୨ ଟା ୪୦ରେ ବାଲେଶ୍ବର ଫକୀର ମୋହନ ବିଶ୍ବ ବିଦ୍ଯାଳୟ ପହଞ୍ଚିବେ ରାଷ୍ଟ୍ରପତି । ବିଶ୍ବବିଦ୍ୟାଳୟର ଦ୍ବାଦଶ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ସଂଧ୍ଯା ୬ଟା ସୁଦ୍ଧା ପୁରୀ ତାଳବଣିଆ ହେଲିପ୍ଯାଡରେ ପହଞ୍ଚିବେ । ପୁରୀ ଲୋକ ଭବନ ଯାଇ ରାତ୍ରୀଯାପନ କରିବେ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

03 Feb 2026 By Madhusudan Das

ଯାଜପୁରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମା' ବିରଜାଙ୍କ ଦର୍ଶନ କରିବା ସହ ନାଭିଗୟାରେ ପିଣ୍ଡଦାନ କରିବେ ରାଷ୍ଟ୍ରପତି

ଯାଜପୁର: ଯାଜପୁରରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମାଆ ବିରଜାଙ୍କ ଦର୍ଶନ କରିବା ସହ ନାଭିଗୟାରେ ପିଣ୍ଡଦାନ କରିବେ ରାଷ୍ଟ୍ରପତି । ଯାଜପୁର କୁସୁମା ନିକଟସ୍ଥ ପ୍ରଶାସନିକ ପଡ଼ିଆରେ ପ୍ରସ୍ତୁତ ହେଲିପ୍ୟାଡରେ ହେଲିକପ୍ଟର ଅବତରଣ କରିବା ପରେ ରାସ୍ତାରେ ଆସି ବିରଜା ମନ୍ଦିରରେ ପହଞ୍ଚିଛନ୍ତି ମହାମହିମ । ମନ୍ଦିରରେ ମୁଖ୍ୟ ପୁରୋଧା ହିମାଂଶୁ ପତିମିଶ୍ରଙ୍କ ନେତୃତ୍ୱରେ ପୁରୋଧା ଜ୍ଞାନ ରଞ୍ଜନ ପତି ପୂଜା କାର୍ଯ୍ୟରେ ନିୟୋଜିତ ରହିଛନ୍ତି । କୁସୁମାଠାରୁ ମାଆ ବିରଜାଙ୍କ ମନ୍ଦିର ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ବରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ ପାଇଁ ସାଂସ୍କୃତିକ ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି। ନାଭିଗୟାକୁ ସଂପୂର୍ଣ୍ଣ ପରିଷ୍କାର ପରିଚ୍ଛନ୍ନ କରାଯାଇଛି , ମା’ଙ୍କ ଦର୍ଶନ, ପୂଜାର୍ଚ୍ଚନା ଓ ନାଭିଗୟାରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବା ପାଇଁ ୧୬ ଜଣ ବ୍ରାହ୍ମଣଙ୍କ ବ୍ୟତୀତ  ୩୨ଜଣ ସେବାୟତ ମନ୍ଦିରରେ ଉପସ୍ଥିତ ଅଛନ୍ତି । ମା’ ବିରଜାଙ୍କ ସ୍ବତନ୍ତ୍ର ବେଶ ଓ ନୀତିକାନ୍ତି କରାଯାଉଛି ।

ପୁରୋଧା ସରୋଜ କୁମାର ପତି ଓ ସହଯୋଗୀ ପିଣ୍ଡଦାନ କାର୍ଯ୍ୟକ୍ରମରେ ନିୟୋଜିତ ରହିବେ। ଏଥିସହ ୩୨ଜଣ ସେବାୟତ ମନ୍ଦିର ପରିସରରେ ମୁକ୍ତି ମଣ୍ଡପରେ ରହିବାର କାର୍ଯ୍ୟକ୍ରମ ରହିଛି। ମାଆ ବିରଜାଙ୍କ ମନ୍ଦିରରେ ପହଞ୍ଚି ଦର୍ଶନ କରୁଛନ୍ତି ରାଷ୍ଟ୍ରପତି । ପରେ ନାଭିଗୟାରେ ପହଞ୍ଚି ପିଣ୍ଡଦାନ କରିବେ । ସେଠାରୁ ବାହାରି ଅପରାହ୍ନ ୧୨ ଟା ୪୦ରେ ବାଲେଶ୍ବର ଫକୀର ମୋହନ ବିଶ୍ବ ବିଦ୍ଯାଳୟ ପହଞ୍ଚିବେ ରାଷ୍ଟ୍ରପତି । ବିଶ୍ବବିଦ୍ୟାଳୟର ଦ୍ବାଦଶ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ସଂଧ୍ଯା ୬ଟା ସୁଦ୍ଧା ପୁରୀ ତାଳବଣିଆ ହେଲିପ୍ଯାଡରେ ପହଞ୍ଚିବେ । ପୁରୀ ଲୋକ ଭବନ ଯାଇ ରାତ୍ରୀଯାପନ କରିବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର